Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କିଡନୀ ପାଇଁ ପିଲା ଚୋରି, ମହିଳାଙ୍କ ସହ ଅପହରଣ କରିଥିବା ଯୁବକ ଗିରଫ

by ସଞ୍ଜୟ ସ୍ୱାଇଁ
April 15, 2025
in Crime, State
କିଡନୀ ପାଇଁ ପିଲା ଚୋରି, ମହିଳାଙ୍କ ସହ ଅପହରଣ କରିଥିବା ଯୁବକ ଗିରଫ
199
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ହୋଇଛି। ପୋଲିସର ଏକ ସ୍ବତନ୍ତ୍ର ଟିମ୍ ବାଲେଶ୍ୱରରୁ ପିଲା ଚୋରଙ୍କୁ ଧରିବା ସହ ଶିଶୁପୁତ୍ରଙ୍କୁ ଉଦ୍ଧାର କରିଛି। ଅନ୍ୟପକ୍ଷେ ଏହି ଘଟଣାରେ ଏକ ବଡ଼ ରାକେଟ୍ କାମ କରୁଥିବା ସନ୍ଦେହ କରାଯାଉଛି। ଏପରି କି ଅଙ୍ଗ ତସ୍କରୀ ପାଇଁ ପିଲା ଚୋରି ହୋଇଥିବା ଏକ ବଡ଼ ସୂଚନା ମିଳିଛି। ଖାସ୍ କରି କିଡନୀ ପାଇଁ ପିଲା ଚୋରି କରିଥିବା ଅଭିଯୋଗ ହେଉଛି। ପୋଲିସ ଘଟଣାରେ ସମ୍ପୃକ୍ତ ଜଣେ ମହିଳାଙ୍କ ସହ ଅପହରଣ କରିଥିବା ଯୁବକ ଗିରଫ କରିଛି। ପୋଲିସ ଉଭୟଙ୍କୁ ଅଧିକ ପଚରାଉଚରା କରୁଛି। ସୂଚନା ଯୋଗ୍ୟ, ଶନିବାର ବିଳମ୍ବିତ ରାତିରେ ରାମ ମନ୍ଦିର ସାମ୍ନାରେ ଭିକ୍ଷାବୃତ୍ତି କରୁଥିବା ଜଣେ ଦୃଷ୍ଟିବାଧିତ ମା’ଙ୍କ ପାଖରୁ ତାଙ୍କ ଦେଢ଼ବର୍ଷର ଶିଶୁପୁତ୍ରଙ୍କୁ ଚୋରି କରି ନିଆଯାଇଥିଲା। ପିଲାକୁ ହରାଇ ଭାଙ୍ଗିପଡ଼ିଥିବା ମା’ ଜୟନ୍ତୀ ମଲ୍ଲିକ ଏନେଇ ଖାରବେଳନଗର ଥାନାରେ ରବିବାର ଅଭିଯୋଗ କରିଥିଲେ। ପୋଲିସ ତାଙ୍କ ଏତଲାକୁ ଆଧାର କରି ଏକ ଅପହରଣଜନିତ ମାମଲା (ନଂ.୧୬୨/୨୦୨୫) ରୁଜୁ କରି ତଦନ୍ତ ତଦନ୍ତ ଆରମ୍ଭ କରିଥିଲା। ଜୟନ୍ତୀଙ୍କୁ ଦେଖାଯାଉ ନ ଥିବାରୁ ଅଭିଯୁକ୍ତ ଜଣକ ଏହାର ସୁଯୋଗ ନେଇ ଏହି କାଣ୍ଡ ଭିଆଇଥିଲେ। ସୂଚନା ଅନୁଯାୟୀ, ଏତଲାକାରୀ ଜୟନ୍ତୀଙ୍କ ଦୁଇ ସନ୍ତାନ। ବଡ଼ଝିଅ ସାଇନ୍ ୭ ବର୍ଷ ହୋଇଥିବାବେଳେ ବର୍ଷେ ୭ ମାସର ହୋଇଥିବା ସାନପୁଅ ଶୁଭମକୁ ଅପହରଣ କରାଯାଇଥିଲା। ଜୟନ୍ତୀ ନିଳାଦ୍ରୀ ବିହାରସ୍ଥିତ ଏକ କନ୍ୟାଶ୍ରମରେ ରହୁଥିବା ବେଳେ ଗତ ୫ବର୍ଷ ହେବ ରାମମନ୍ଦିର ସାମ୍ନାରେ ଭିକ୍ଷାବୃତ୍ତି କରୁଛନ୍ତି। ଦିନରେ ଭିକ୍ଷାବୃତ୍ତି କରି ରାତିରେ କନ୍ୟାଶ୍ରମକୁ ଫେରିଯାଆନ୍ତି। ରବିବାର ରାତିରେ ବର୍ଷା ହେବାରୁ ଜୟନ୍ତୀ ଆଶ୍ରମକୁ ଫେରିପାରି ନ ଥିଲେ। ସେ ରାତିରେ ରାମମନ୍ଦିର ସାମ୍ନାରେ ରହିଯିବା ସହ ଦୁଇପିଲା ମଧ୍ୟ ତାଙ୍କ ପାଖରେ ଥିଲେ। ରାତି ପ୍ରାୟ ୧୨ଟା ବେଳେ ଜଣେ ବ୍ୟକ୍ତି ସେଠାକୁ ଆସି ସାନପୁଅ ସହ ଖେଳିଥିଲେ। ପୁଅକୁ କିଛି ଖାଦ୍ୟ ଦେବା ସହ ଜୁସ ମଧ୍ୟ ପିଇବାକୁ ଦେଇଥିଲେ। କୋଳକୁ ନେଇ ମୋବାଇଲ ଦେଖାଇଥିଲେ। ପିଲାଟି ମଧ୍ୟ ତାଙ୍କ ସହ ଖେଳିଥିଲା। ଏଭଳି ଦୁଇଘଣ୍ଟା ଧରି ଦୁର୍ବୃତ୍ତ ଜଣକ ପିଲା ସହ ହସିଖେଳି ସମୟ ବିତାଇଥିଲେ। ରାତି ପ୍ରାୟ ୨ଟା ବେଳେ ଜୟନ୍ତୀ ତାଙ୍କ ସାନପୁଅର ଡାକ ଶୁଣିବାକୁ ପାଇ ନ ଥିଲେ। ପରିବେଶ ଶୁନଶାନ ହୋଇଯିବାରୁ ଜୟନ୍ତୀ ସ୍ଥାନୀୟ ଲୋକଙ୍କୁ ଡାକ ପକାଇବା ସହ ପୋଲିସର ସାହାଯ୍ୟ ଲୋଡିଥିଲେ। ପୋଲିସ ଘଟଣାର ତଦନ୍ତ କରି ଶିଶୁପୁତ୍ରଙ୍କୁ ବାଲେଶ୍ୱରରୁ ଉଦ୍ଧାର କରିଛି। ଶିଶୁପୁତ୍ର ଉଦ୍ଧାର ପରେ ମା’ଙ୍କ ମୁହିଁରେ ହସି ଫୁଟିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!