Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବତଟ ରେଳ ମହାପ୍ରବନ୍ଧକଙ୍କୁ ସାକ୍ଷାତ କଲା ନୟାଗଡ଼ ନାଗରିକ ମଞ୍ଚ, ବିଭିନ୍ନ ସମସ୍ୟା ସମାଧାନ ପାଇଁ ଦେଲେ ନିର୍ଭର ପ୍ରତିଶୃତି

by ସଞ୍ଜୟ ସ୍ୱାଇଁ
April 16, 2025
in Nayagarh, State
ପୂର୍ବତଟ ରେଳ ମହାପ୍ରବନ୍ଧକଙ୍କୁ ସାକ୍ଷାତ କଲା ନୟାଗଡ଼ ନାଗରିକ ମଞ୍ଚ, ବିଭିନ୍ନ ସମସ୍ୟା ସମାଧାନ ପାଇଁ ଦେଲେ ନିର୍ଭର ପ୍ରତିଶୃତି
246
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଆଜି ପୂର୍ବାହ୍ନରେ ପୂର୍ବତଟ ରେଳ ମହାପ୍ରବନ୍ଧକଙ୍କୁ ନୟାଗଡ଼ ଟାଉନ ରେଳ ଷ୍ଟେସନ ଠାରେ ସାକ୍ଷାତ କରି ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛି ନୟାଗଡ଼ ନାଗରିକ ମଞ୍ଚ। ସୂଚନାଯୋଗ୍ୟ ଯେ, ପୂର୍ବତଟ ରେଳ ମହାପ୍ରବନ୍ଧକ ପରମେଶ୍ୱର ଫୁଂକୱାଲ ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିବା ପାଇଁ ଭୁବନେଶ୍ୱରରୁ ଦଶପଲ୍ଲା ଅଭିମୁଖେ ଏକ ସ୍ୱତନ୍ତ୍ର ଟ୍ରେନ ଯୋଗେ ଆଜି ସକାଳ ୯ ଟାରେ ଯାତ୍ରା ଆରମ୍ଭ କରିଥିଲେ। ଏ ସଂକ୍ରାନ୍ତରେ ଖବର ପାଇ ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ମହାପ୍ରବନ୍ଧକଙ୍କ ସହିତ ସାକ୍ଷାତ ଆଲୋଚନା ପାଇଁ ସମୟ ମଗା ଯାଇଥିଲା ଏବଂ ଏହାକୁ ଗ୍ରହଣ କରି ମହାପ୍ରବନ୍ଧକଙ୍କ ସ୍ୱତନ୍ତ୍ର ଟ୍ରେନ ନୟାଗଡ଼ ଟାଉନ ରେଳ ଷ୍ଟେସନଠାରେ ଅଟକି ଥିଲା। ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ସଭାପତି ପ୍ରମୋଦ ପଟ୍ଟନାୟକ ଏବଂ ସମ୍ପାଦକ ଲକ୍ଷ୍ମୀଧର ସାହୁଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ମହାପ୍ରବନ୍ଧକ ଶ୍ରୀଯୁକ୍ତ ଫୁଂକୱାଲଙ୍କୁ ଭେଟି ବିଭିନ୍ନ ରେଳ ସମସ୍ୟା ସମ୍ପର୍କରେ ଅବଗତ କରାଇଥିଲେ। ଜିଲ୍ଲାବାସୀ ଉତ୍ତମ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲ ଏବଂ ନ୍ୟାୟ ପାଇଁ ଉଚ୍ଚ ନ୍ୟାୟାଳୟ ଉପରେ ନିର୍ଭର କରୁଥିବାରୁ ଦଶପଲ୍ଲାରୁ ଭୁବନେଶ୍ୱର ଯାଉଥିବା ମେମୁ ଟ୍ରେନ(ନଂ ୧୮୪୨୩/୧୮୪୨୪) କୁ କଟକ ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବା, ଦଶପଲ୍ଲାରୁ ପୁରୀ ଯାଉଥିବା ପାସେଞ୍ଜର ଟ୍ରେନ(ନଂ ୬୮୪୪୯/୫୦)କୁ ବଦଳାଇ ମେମୁ ଟ୍ରେନ ପ୍ରଚଳନ କରିବା,ବିର୍ତ୍ତମାନ ଦିନକୁ ଦିନ ରେଳଯାତ୍ରୀଙ୍କ ସଂଖ୍ୟା ବଢ଼ୁ ଥିବାରୁ ଚଳାଚଳ କରୁଥିବା ଟ୍ରେନ ଗୁଡ଼ିକର ବଗି ସଂଖ୍ୟା ବୃଦ୍ଧି କରିବା, ରେଳ ଷ୍ଟେସନରେ ଆଉ ଏକ ଟିକେଟ କାଉଣ୍ଟର ଖୋଲିବା କିମ୍ବା ନୂତନ କରି ସ୍ଥାପିତ ହୋଇଥିବା ଟିକେଟ ଭେଣ୍ଡିଂ ମେସିନରେ କର୍ମଚାରୀ ନିଯୁକ୍ତି କରିବା,ନୟାଗଡ଼ ଭୁବନେଶ୍ୱର ମଧ୍ୟରେ ଅଧିକ ପାସେଞ୍ଜର ଟ୍ରେନ ଚଳାଚଳ କରିବା, ନୟାଗଡ଼ରୁ ରାଜ୍ୟ ବାହାରକୁ ଯଥା କଲିକତା, ବାଙ୍ଗାଲୋରକୁ ଟ୍ରେନ ଚଳାଇବା ଆଦି ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇ ଦାବିପତ୍ର ପ୍ରଦାନ କରା ଯାଇଥିଲା । ଆଲୋଚନା ସକାରାତ୍ମକ ହୋଇଥିବା ବେଳେ ମହାପ୍ରବନ୍ଧକ ଏହି ସବୁ ସମସ୍ୟା ଗୁଡ଼ିକୁ ସହୃଦୟର ସହିତ ବିଚାର କରିବା ପାଇଁ ନାଗରିକ ମଞ୍ଚକୁ ନିର୍ଭର ପ୍ରତିଶୃତି ପ୍ରଦାନ କରିଥିଲେ। ଏହି ଆଲୋଚନା ବେଳେ ପୂର୍ବତଟ ରେଳ ବିଭାଗର ବିଭିନ୍ନ ପଦାଧିକାରୀଙ୍କ ସମେତ ନୟାଗଡ଼ ଟାଉନ ଷ୍ଟେସନ ମ୍ୟାନେଜର ପ୍ରଦୀପ୍ତ କୁମାର ବରାଡ଼ ଏବଂ ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ଉପସଭାପତି ପ୍ରଦୀପ କୁମାର ସାହୁ, ସଦସ୍ୟ ଅଜିତ କୁମାର ମିଶ୍ର, ପ୍ରଦୀପ୍ତ କୁମାର ଡାକୁଆ ପ୍ରମୁଖ ଉପସ୍ଥିତ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!