Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେନ୍ଦୁଢିପି ଠାରେ ଯକ୍ଷ୍ମା ସଚେତନତା କାର୍ଯ୍ୟକ୍ରମ

by ସଞ୍ଜୟ ସ୍ୱାଇଁ
April 17, 2025
in Nayagarh, State
କେନ୍ଦୁଢିପି ଠାରେ ଯକ୍ଷ୍ମା ସଚେତନତା କାର୍ଯ୍ୟକ୍ରମ
86
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ବ୍ଲକର ବଡପଣ୍ଡୁସର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ କେନ୍ଦୁଢିପି ଆୟୁଷ ସ୍ଵାସ୍ଥ୍ୟ କେନ୍ଦ୍ର ପରିସରରେ ଯକ୍ଷ୍ମା ବିଭାଗ ଓ ସାମାଜିକ ସଂଗଠନ ସେଣ୍ଟର ଫର ଆସୋସିଏଟେଡ ପ୍ରୋଗ୍ରେସ ସହଯୋଗରେ ଯକ୍ଷ୍ମା ସଚେତନତା କାଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି । ମୁଖ୍ୟ ଅତିଥି ଭାବେ ଡାକ୍ତର ଅମ୍ବିକା ପ୍ରସାଦ ମିଶ୍ରଙ୍କ ପୌରହିତ୍ୟରେ ଆୟୋଜିତ ସଚେତନତା କାର୍ଯ୍ୟକ୍ରମରେ ଯକ୍ଷ୍ମା ରୋଗର କରଣ ଓ ନିରାକରଣ ସମ୍ପକରେ ପରାମର୍ଶ ଦେବା ସହ ରୋଗୀ ନିୟମିତ ଔଷଧ ସେବନ କରିବାକୁ କହିଥିଲେ । ଅନ୍ୟତମ ଅତିଥି ବରିଷ୍ଠ ଚିକିତ୍ସା ତଦାରଖକାରୀ ଦୀପକ କୁମାର ଦଳବେହେରା ଯକ୍ଷ୍ମା ରୋଗକୁ ଦୂରେଇ ଦେବା ପାଇଁ ତୃଣମୂଳ ସ୍ତରରେ ସମସ୍ତଙ୍କ ସହଯୋଗ ଲୋଡିଥିଲେ, ତାହେଲେ ଯାଇ ଆମେ ଯକ୍ଷ୍ମା ଗ୍ରାମ ଅଥବା ପଞ୍ଚୟତ ପାଇଁ ଚେଷ୍ଟା କରୁଛେ ବୋଲି ଜଣାଯିବ ବୋଲି ବୁଝାଇଥିଲେ । କ୍ୟାପ ଅନୁଷ୍ଠାନର ପ୍ରତିନିଧି ଶ୍ରୀ ଟୁନା ମହାରଣା ଯୋଗଦେଇ ସମସ୍ତ ଟିବି ରୋଗୀଙ୍କ ପାଇଁ ବିନାମୂଲ୍ୟରେ ନିଦାନ, ଔଷଧ ଯୋଗାଣ ଏବଂ ରୋଗୀର ପୃଷ୍ଟିକର ଖାଦ୍ୟ ପାଇଁ ପ୍ରତି ମାସରେ ଏକ ହଜାର ଟଙ୍କା ବ୍ୟାଙ୍କ ଖାତା ମାଧ୍ୟମରେ ପ୍ରଦାନ ପାଇଁ ବ୍ୟବସ୍ଥା କରାଯାଇଛି ବୋଲି ବୁଝାଇ ଥିଲେ । କମୁନିଟି ହେଲଥ ଅଫିସର ଅମ୍ରିତାରାଣୀ, ଆଶାକର୍ମୀ ପ୍ରତିଭା ନାୟକ ଓ ବସନ୍ତ କୁମାର ନାୟକ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ପରିଚାଳନାରେ ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମରେ ଗ୍ରାମବାସୀମାନେ ସକ୍ରିୟ ଅଂଶଗ୍ରହଣ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!