Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାଜୁ ତୋଳିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ, ମାରଣାସ୍ତ୍ର ଆକ୍ରମଣରେ ୧୫ରୁ ଅଧିକ ଆହତ

by ସଞ୍ଜୟ ସ୍ୱାଇଁ
April 19, 2025
in Crime, State
କାଜୁ ତୋଳିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ, ମାରଣାସ୍ତ୍ର ଆକ୍ରମଣରେ ୧୫ରୁ ଅଧିକ ଆହତ
50
VIEWS
Share on FacebookShare on Twitter

କାକଟପୁର, (ବାଘୁଆବାର୍ତ୍ତା): ସରକାରୀ ଜମିରୁ କାଜୁ ତୋଳିବାକୁ ନେଇ ଗୋଷ୍ଠୀ ସଂଘର୍ଷ । ଦୁଇ ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟିଛି । ମାରଣାସ୍ତ୍ର ଆକ୍ରମଣରେ ୧୫ରୁ ଅଧିକ ଆହତ ହୋଇଛନ୍ତି । ଆହତ ମାନଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦେବୀ ନଦୀ ମଧ୍ୟ ଭାଗରେ ରହିଥିବା ସୁନେଇଡିଆ ନାମରେ ପରିଚିତ ଏକ ସରକାରୀ ଟାପୁକୁ ନେଇ ଦୁଇଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟିଥିବା ଦେଖିବାକୁ ମିଳିଛି । ସୂଚନାଯୋଗ୍ୟ ଯେ, ଦେବୀ ନଦୀ ମଧ୍ୟଭାଗରେ ରହିଥିବା ଏକ ସରକାରୀ ଜମିକୁ ଦୀର୍ଘ ବର୍ଷ ହେବ ପୁରୀ ଜିଲ୍ଲା ଅସ୍ତରଙ୍ଗ ଅଞ୍ଚଳର ବାଲିଡିଆ ଗ୍ରାମର ଗ୍ରାମବାସୀ ମାନେ ପ୍ରାୟ ୨୫ ବର୍ଷ ହେବ ଚାଷ କରି ଆସୁଥିଲେ । ଗ୍ରାମର ଲୋକମାନେ କାଜୁ ଜଙ୍ଗଲ ସୃଷ୍ଟି କରି ସେଥିରୁ କାଜୁ ତୋଳିବା ପାଇଁ ସକାଳୁ ଯାଇଥିବା ବେଳେ ସେଠାରେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ଜଗତସିଂହପୁର ଜିଲ୍ଲାର ତରାସାହି ଗାଁର ୨୦୦ରୁ ଅଧିକ ଲୋକ କାଜୁ ତୋଳିବାକୁ ଯାଇଥିବା ଦେଖିଥିଲେ । ବାଲିଡିଆ ଗାଁ ଲୋକଙ୍କୁ ତରାସାହି ଗାଁ ଲୋକ ବିଭିନ୍ନ ମାରଣାସ୍ତ୍ର ଦ୍ବାରା ମରଣାନ୍ତକ ଆକ୍ରମଣ କରିଥିଲେ । ଫଳରେ ବାଲିଡିଆ ଗାଁର ପ୍ରାୟ ୧୫ଜଣ ଲୋକ ଗୁରୁତର ଆହତ ହୋଇଥିଲେ । ଆହତ ମାନଙ୍କୁ ଅସ୍ତରଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି । ଅସ୍ତରଙ୍ଗ ପୋଲିସ ଅସ୍ତରଙ୍ଗ ମେଡିକାଲରେ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!