Tuesday, November 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ରମିକ ବିରୋଧି ନୀତି, ମେ ୨୦ ସାଧାରଣ ଧର୍ମଘଟ ପାଇଁ ଆହ୍ୱାନ

by ସଞ୍ଜୟ ସ୍ୱାଇଁ
April 20, 2025
in Nayagarh, State
ଶ୍ରମିକ ବିରୋଧି ନୀତି,  ମେ ୨୦ ସାଧାରଣ ଧର୍ମଘଟ ପାଇଁ ଆହ୍ୱାନ
107
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣ ନୀତି ବିରୁଦ୍ଧରେ ମେ ୨୦ ସାଧାରଣ ଧର୍ମଘଟକୁ ସଫଳ କରିବା ପାଇଁ ନୟାଗଡ଼ ଶିକ୍ଷକ ଭବନଠାରେ ସିଆଇଟିୟୁର ବରିଷ୍ଠ ନେତା ବିଶ୍ଵନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ଶ୍ରମିକ ସଂଗଠନର ପ୍ରତିନିଧିମାନେ ମିଳିତ ହୋଇ ଆଲୋଚନାଚକ୍ରରେ ଅଂଶ ଗ୍ରହଣ କରିଥିଲେ । କେନ୍ଦ୍ର ସରକାର ଶ୍ରମିକ ଆଇନକୁ ବାତିଲ କରି ଶ୍ରମିକ ବିରୋଧୀ ଶ୍ରମକୋଡ୍ ପ୍ରଚଳନ କରୁଛନ୍ତି । ଘରୋଇ କରଣ ଓ ଠିକା କରଣକୁ ବ୍ୟାପକ କରି ଶ୍ରମକ୍ଷେତ୍ରକୁ କର୍ପୋରେଟ ମାଲିକଙ୍କ ମର୍ଜି ଉପରେ ଛାଡି ଦିଆଯାଉଛି । ତାହାର ଦୃଢ଼ ନିନ୍ଦା କରି ପ୍ରତିନିଧିମାନେ ଉଦବେଗ ପ୍ରକାଶ କରିଥିଲେ ।

ଶ୍ରମକୋଡ୍ ବାତିଲ କରି ପୂର୍ବବତ୍ ଶ୍ରମିକ ଆଇନ ଲାଗୁ କରିବା, ସର୍ବନିମ୍ନ ମାସିକ ପ୍ରାପ୍ୟ ୨୬୦୦୦ ଓ ପେନସନ ୯୦୦୦ କରିବା, ଘରୋଇକରଣ ବନ୍ଦ କରିବା, ସ୍କିମ୍ ଶ୍ରମିକଙ୍କୁ ସରକାରୀ ମାନ୍ୟତା ପ୍ରଦାନ ପ୍ରଭୃତି ଦାବି ଉପରେ ଆଲୋକପାତ କରି ସିଆଇଟିୟୁର ରାଜ୍ୟ ଉପସଭାପତି ଉଲ୍ଲାସ ଚନ୍ଦ୍ର ସ୍ବାଇଁ ମେ ୨୦ ହରତାଳକୁ ସଫଳ କରିବାପାଇଁ ଆହ୍ୱାନ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଆଇଏନଟିୟୁସି ନେତା ରଣଜିତ ଦାଶ, ଆଲୋକ ପ୍ରଧାନ, ଏଆଇଟିୟୁସି ନେତା ଅମୀୟ ପଟ୍ଟନାୟକ, କମଳେଶ ଦାସ, ଏଆଇସିସିଟିୟୁ ନେତା ଗୋପିନାଥ ଜେନା, ସିଆଇଟିୟୁର ନେତା ସୁରେଶ ସ୍ବାଇଁ, ପବିତ୍ର ଇନ୍ଦ୍ରଜିତ, ସଂଯୁକ୍ତା ସେଠୀ, ଚାପଧାରୀ ରାଉତ, ଶ୍ରମିକ ନେତା ଶ୍ରୀକାନ୍ତ ପଟ୍ଟନାୟକ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି ସାଧାରଣ ଧର୍ମଘଟକୁ ସଫଳ କରିବାପାଇଁ ଆହ୍ୱାନ ଦେଇଥିଲେ । ସାଥୀ ସୁରେଶ ଚନ୍ଦ୍ର ସ୍ବାଇଁ ଆନ୍ଦୋଳନର ଭିତ୍ତିପତ୍ର ଉପସ୍ଥାପନ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!