Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାବାଳିକାକୁ ବଳାତ୍କାର, ଅଭିଯୁକ୍ତକୁ ୧୦ ବର୍ଷ ଜେଲ

by ସଞ୍ଜୟ ସ୍ୱାଇଁ
April 21, 2025
in Crime, State
ଗ୍ରାହକଙ୍କୁ ଠକିବା ଓ ମାନସିକ ନିର୍ୟାତନା ଦେବା ମହଙ୍ଗା ପଡ଼ିଛି ରାଜଧାନୀର ଏକ କାର୍‌ ସୋ ରୁମ୍‌କୁ
52
VIEWS
Share on FacebookShare on Twitter

ଫୁଲବାଣୀ, (ବାଘୁଆବାର୍ତ୍ତା): ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ଶୁଣାଣୀ କରି ଫୁଲବାଣୀ ଫାଷ୍ଟ ଟ୍ରାକ ପୋକସୋ ଅଦାଲତ ଅଭିଯୁକ୍ତକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି। ଏଥିସହ ଦୋଷୀକୁ ୨୦ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ଅଧିକ ୨ ବର୍ଷ ଜେଲ ଭୋଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ବିଚାରପତି। ଅଭିଯୁକ୍ତ ଜଣକ ହେଲେ ସଦର ଥାନା ଅନ୍ତର୍ଗତ ପଡିଆବେରଣା ଆଶ୍ରିସାହିର ଉତ୍ତମ ସାହାଣୀ (୩୨)। ଗତ ୨୦୧୫ ଫେବୃଆରୀ ୯ ତାରିଖରେ ଅଭିଯୁକ୍ତ ଉତ୍ତମ ଟାଉନ ଥାନା ଅଞ୍ଚଳର ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରିଥିଲା । ପରେ ପୀଡିତାଙ୍କୁ ନେଇ ଅନ୍ୟ ଏକ ସ୍ଥାନରେ ରଖିଥିଲା। ଝିଅ ନିଖୋଜ ଥିବା ନେଇ ଫୁଲବାଣୀ ଟାଉନ୍ ଥାନାରେ ଲିଖିତ ଅଭିଯୋଗ କରିଥିଲେ ପୀଡିତାଙ୍କ ମା’। ଏତଲା ଆଧାରରେ ପୁଲିସ ଏକ ମାମଲା ରୁଜୁ କରିବା ସହ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସୋମବାର ଏହି ମାମଲାର ବିଚାର କରି ଫାଷ୍ଟ ଟ୍ରାକ୍ ପୋକ୍ସୋ୍ କୋର୍ଟର ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ୧୩ ଜଣ ସାକ୍ଷୀଙ୍କ ବୟାନ ଓ ଡ଼ାକ୍ତରୀ ରିପୋର୍ଟ ଆଧାରରେ ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ପିଡିତାଙ୍କୁ କ୍ଷତିପୂରଣ ବାବଦରେ ୫ ଲକ୍ଷ ଟଙ୍କା ପ୍ରଦାନ କରିବା ପାଇଁ ଜିଲ୍ଲା ଆଇନସେବା ପ୍ରାଧିକରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ମାମଲାଟିକୁ ସରକାରଙ୍କ ପକ୍ଷରୁ ସ୍ଵତନ୍ତ୍ର ପି.ପି. ବନମାଳୀ ବେହେରା ପରିଚାଳନା କରୁଥିଲେ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!