Tuesday, November 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଶ୍ୱ ହାସ୍ୟ ଦିବସ ଏବଂ ହସି ହସାଅ ପ୍ରସ୍ତୁତି ବୈଠକ, ଜ୍ଞାନ ହୋତା ପାଇବେ ଉତ୍କଳଘଣ୍ଟ ହାସ୍ୟରସିକ ଉପାୟନ

by ସଞ୍ଜୟ ସ୍ୱାଇଁ
April 22, 2025
in Nayagarh, State
ବିଶ୍ୱ ହାସ୍ୟ ଦିବସ ଏବଂ ହସି ହସାଅ ପ୍ରସ୍ତୁତି ବୈଠକ, ଜ୍ଞାନ ହୋତା ପାଇବେ ଉତ୍କଳଘଣ୍ଟ ହାସ୍ୟରସିକ ଉପାୟନ
112
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଚଳିତ ବର୍ଷ ନୟାଗଡ଼ ଜିଲ୍ଲା ସାହିତ୍ୟ ଓ ସଂସ୍କୃତି ବିକାଶ ମଞ୍ଚ ପକ୍ଷରୁ ହେବାକୁ ଥିବା ବିଶ୍ୱ ହାସ୍ୟ ଦିବସ-୨୦୨୫ ଏବଂ ହସି ହସାଅ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ମହର୍ଷି ଖେଳ ପଡ଼ିଆରେ ସଭାପତି ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ପୌରହିତ୍ୟିରେ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ମଇ ୪ ତାରିଖ ସନ୍ଧ୍ୟାରେ ନୟାଗଡ଼ ପୁରୁଣା ସହରସ୍ଥିତ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ନିକଟ ଯଦୁମଣି ମଣ୍ଡପରେ ବିଶ୍ୱ ହାସ୍ୟ ଦିବସ ଅନୁଷ୍ଠିତ ହେବ। ଏହି ଅବସରରେ ରାଜ୍ୟର ଲବ୍ଧ ପ୍ରତିଷ୍ଠିତ ବ୍ୟଙ୍ଗ କବି ମାନଙ୍କୁ ନେଇ ହସି ହସାଅ ଆସରରେ ଜ୍ଞାନ ହୋତା, ସତ୍ୟାନାଶ,ଡ.କୁଳାଙ୍ଗାର,ବୋଲଗଡ଼ ଏକ୍ସପ୍ରେସ,ମନ ମାଷ୍ଟ୍ରେ,ଆର୍ତ୍ତତ୍ରାଣ ମିଶ୍ର,ରବିନ୍ଦ୍ର ରାଉତ,ସତ୍ୟବ୍ରତ ପାଣିଗ୍ରାହୀ, ବିଭୁ ମିଶ୍ର, ସୁଶାନ୍ତ ସାହୁ, ପ୍ରିୟବ୍ରତ ପଣ୍ଡା, ଡ. ରମାକାନ୍ତ ମହାପାତ୍ର ପ୍ରମୁଖ ବ୍ୟଙ୍ଗକାରମାନେ ଯୋଗ ଦେବେ।

ଅନ୍ୟ ପକ୍ଷରେ ବିଶେଷ ଆକର୍ଷଣ ଭାବେ ଓଡ଼ିଶାର ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ ଯୋଗ ଦେବେ ବୋଲି ସୂଚନା ଦିଆଯାଇଛି । ସଭା ପ୍ରାରମ୍ଭରେ ନିକଟରେ ଇହଧାମ କରିଥିବା ଓଡିଶା ପଲିଟିକାଲ ସର୍କସର ହସ୍ୟାଭିନେତା ଅଜୟ ନାୟକଙ୍କ ଉଦ୍ଦେଶ୍ୟରେ ଏକ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା। ଶେଷରେ ଚଳିତ ବର୍ଷ ରାଜ୍ୟସ୍ତରୀୟ ଉତ୍କଳ ଘଣ୍ଟ ହାସ୍ୟରସିକ ଉପାୟନ ପାଇବା ଯୋଗ୍ୟ ବିବେଚିତ ବ୍ୟଙ୍ଗ ବାଗିଶ ଜ୍ଞାନ ହୋତାଙ୍କୁ ସମ୍ବର୍ଦ୍ଧନା ଅର୍ପଣ କରିବା ସଙ୍ଗେ ସଙ୍ଗେ ନଗଦ ୨୧ ହଜାର ଟଙ୍କା ଅର୍ଥ ରାଶି ପ୍ରଦାନ କରାଯିବ।ଏହି ପ୍ରସ୍ତୁତି ବୈଠକରେ କାର୍ଯ୍ୟକାରୀ ସଭାପତି ନାଟ୍ୟଭୂଷଣ ଡ. ବିଜୟ କୁମାର ଚୌଧୁରୀ, ସମ୍ପାଦକ ନିର୍ମଳ ଶୁରଦେଓ,ଟ୍ରଷ୍ଟି ପ୍ରଶାନ୍ତ କୁମାର ଦାଶ ଏବଂ ଶେଖ ଅବଦୁଲ ଖାଲିକ,କଣ୍ଠଶିଳ୍ପୀ ନବକିଶୋର ମିଶ୍ର,ନାଟ୍ୟକାର ବିଶ୍ୱନାଥ ମହାପାତ୍ର, ଗଣମାଧ୍ୟମ ସଂଯୋଜକ ଲକ୍ଷ୍ମୀଧର ସାହୁ,ପୂର୍ଣଚନ୍ଦ୍ର ଶତପଥୀ,ଶ୍ରମିକ ନେତା ଶ୍ରୀକାନ୍ତ ପଟ୍ଟନାୟକ, ହାସ୍ୟରସିକ ମି. କାଳିଆ, ରବୀନ୍ଦ୍ର ରାଉତ, ଦୁର୍ଯ୍ୟୋଧନ ସାହୁ, ପ୍ରଧାନୀ ବୃନ୍ଦାବନ ମହାପାତ୍ର ପ୍ରମୁଖ ସେମାନଙ୍କ ସୁଚିନ୍ତିତ ମତାମତ ଉପସ୍ଥାପନ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!