Tuesday, November 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବହୁ ଚର୍ଚ୍ଚିତ ପୂର୍ବତନ ସରପଞ୍ଚ ହତ୍ୟା ମାମଲା, ମୁଖ୍ୟ ଅଭିଯୁକ୍ତକୁ ସଶ୍ରମ କାରାଦଣ୍ଡାଦେଶ

by ସଞ୍ଜୟ ସ୍ୱାଇଁ
April 23, 2025
in Nayagarh, State
ଗ୍ରାହକଙ୍କୁ ଠକିବା ଓ ମାନସିକ ନିର୍ୟାତନା ଦେବା ମହଙ୍ଗା ପଡ଼ିଛି ରାଜଧାନୀର ଏକ କାର୍‌ ସୋ ରୁମ୍‌କୁ
226
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଖଣ୍ଡପଡା ଥାନା ଅଧିନ ରୟତ ଢୋଲମରା ପଞ୍ଚାୟତର ପୂର୍ବତନ ସରପଞ୍ଚ ଶୁସାନ୍ତ ବେହେରା ହତ୍ୟା ମାମଲାର ରାୟ ବୁଧବାର ପ୍ରକାଶ ପାଇଛି । ନୟାଗଡ଼ ଅତିରିକ୍ତ ଜିଲ୍ଲା ଦୌରାଜଜ ରିଜା ରାୟ ଉକ୍ତ ମାମଲାର ଶୁଣାଣି କରି ହତ୍ୟାକାଣ୍ଡ ଘଟଣାର ମୁଖ୍ୟ ଅଭିଯୁକ୍ତ କୁଳମଣି ସ୍ୱାଇଁଙ୍କୁ ଧାରା ୩୦୨ ଅନୁଯାୟୀ ଆଜୀବନ ସଶ୍ରମ କରାଦଣ୍ଡାଦେଶ ସହ ଜୋରିମାନା ବାବଦରେ ୧୦ ହଜାର ଟଙ୍କା ପ୍ରଦାନ ପାଇଁ ନିର୍ଦ୍ଦେଶ ଦେଇଥିବା ବରିଷ୍ଠ ସହକାରୀ ଓକିଲ ଅମୀୟ ପଟ୍ଟନାୟକଙ୍କ ଠାରୁ ପ୍ରକାଶ । ସୁଚନାଯୋଗ୍ୟ ପୂର୍ବ ଶତୃତାକୁ କେନ୍ଦ୍ର କରି ଗତ ୨୦୧୯ ମେ ୧୬ ତାରିଖରେ ପୂର୍ବତନ ସରପଞ୍ଚ ଶୁସାନ୍ତ ତାଙ୍କ ଘର ସମ୍ମୁଖରେ ବସିଥିବା ବେଳେ ପୂର୍ବ ଶତୃତାକୁ କେନ୍ଦ୍ର କରି ଅଭିଯୁକ୍ତ କୁଳମଣି ତାଙ୍କୁ ମରଣାନ୍ତକ ଆକ୍ରମଣ କରିବାରୁ ଘଟଣା ସ୍ଥଳରେ ହିଁ ଶୁସାନ୍ତଙ୍କର ମୃତ୍ୟୁ ହୋଇଥିଲା । ପୂର୍ବତନ ସରପଞ୍ଚ ଶୁସାନ୍ତଙ୍କ ପତ୍ନୀ ଟିକିନା ବେହେରା ସେହି ସମୟରେ ଖଣ୍ଡପଡା ଥାନାରେ ଲିଖିତ ଅଭିଯୋଗ କରିବାରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରିବା ସହ ଏ ସମ୍ପର୍କୀତ ରିପୋଟ ଅଦାଲତରେ ଦାଖଲ କରିଥିଲେ । ଉକ୍ତ ମାମଲାରେ ୧୮ ଜଣ ସାକ୍ଷୀଙ୍କ ବୟାନ ଓ ୧୫ଟି ଦସ୍ତାବିଜ୍‌କୁ ଅଧାର କରି ମାନ୍ୟବର ଅଦାଲତ ଏହି ରାୟ ଶୁଣାଇଥିବା ଜଣା ପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!