Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆତଙ୍କବାଦୀଙ୍କ ଆକ୍ରମଣରେ ଆଉ ଜଣେ ଓଡ଼ିଆ ମୃତ

by ସଞ୍ଜୟ ସ୍ୱାଇଁ
April 24, 2025
in State
ଆତଙ୍କବାଦୀଙ୍କ ଆକ୍ରମଣରେ  ଆଉ ଜଣେ ଓଡ଼ିଆ ମୃତ
106
VIEWS
Share on FacebookShare on Twitter

ଲାଠୋର, (ବାଘୁଆବାର୍ତ୍ତା): ମଙ୍ଗଳବାର ଅପରାହ୍ନରେ ଜମ୍ମୁ-କଶ୍ମୀରର ପହଲଗାମ୍ ଜିଲାରେ ହୋଇଥିବା ଆତଙ୍କବାଦୀଙ୍କ ଆକ୍ରମଣରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍ ଲାଠୋର ଗ୍ରାମର ଦିନେଶ ଅଗ୍ରୱାଲ(୪୫) ପ୍ରାଣ ହରାଇଛନ୍ତି। ଏହି ଖବର ବୁଧବାର ଜଣାପଡିବା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି। ଦିନେଶ ଲାଠୋର ଗ୍ରାମର ସ୍ବର୍ଗତ ପ୍ରୟାଗଚାନ୍ଦ ଅଗ୍ରୱାଲଙ୍କ ସାନ ପୁଅ l ସେ ଗ୍ରାମର ଶ୍ରୀ ଦୁର୍ଗେଶ୍ୱରୀ ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ିବା ପରେ ବାପାଙ୍କ ବ୍ୟବସାୟ ସମ୍ଭାଳିଥିଲେ। ପ୍ରାୟ ୧୦ ବର୍ଷ ହେବ ଦିନେଶ ଛତିଶଗଡ଼ ରାୟପୁରକୁ ପରିବାର ସହ ଯାଇ ସେଠାରେ ଷ୍ଟିଲ ବ୍ୟବସାୟ କରୁଥିଲେ। ଜଣେ ଜଣାଶୁଣା ବ୍ୟବସାୟୀ ଭାବେ ସେଠାରେ ପରିଚିତ ଥିଲେ। ସେ ତାଙ୍କର ୨୦ତମ ବିବାହ ବାର୍ଷିକୀ ଉତ୍ସବ ପାଳନ ପାଇଁ ସ୍ତ୍ରୀ ନେହା ଏବଂ ଝିଅ ଓ ପୁଅଙ୍କୁ ସାଙ୍ଗରେ ନେଇ କଶ୍ମୀର ଯାଇଥିଲେ l ସେଠାରେ ସେ ପ୍ରାଣ ହରାଇବା ଖବର ଶୁଣି ଗଁାରେ ରହୁଥିବା ସମ୍ପର୍କୀୟମାନେ ଦୁଃଖରେ ମ୍ରିୟମାଣ ହୋଇପଡ଼ିଛନ୍ତି l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!