Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜିଠାରୁ ବିଶ୍ୱବିଦ୍ୟାଳୟରେ ଖରାଛୁଟି

by ସଞ୍ଜୟ ସ୍ୱାଇଁ
April 24, 2025
in State
ଆଜିଠାରୁ ବିଶ୍ୱବିଦ୍ୟାଳୟରେ ଖରାଛୁଟି
81
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ଅସହ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ଏଥିରୁ ଛାତ୍ରୀଛାତ୍ରଙ୍କୁ ସୁରକ୍ଷା ଦେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାରଠାରୁ ଉଚ୍ଚଶିକ୍ଷା ବିଭାଗ ଅଧୀନ ସମସ୍ତ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି। ବିଭାଗର ଉପନିର୍ଦ୍ଦେଶକ ରଜତ କୁମାର ମାନସିଂହ ଏନେଇ ସମସ୍ତ ରେଜିଷ୍ଟ୍ରାର, ପିଜି କାଉନସିଲ୍ ଚେୟାରମ୍ୟାନ, ପ୍ରିନ୍ସିପାଲଙ୍କୁ ପତ୍ର ଲେଖି ଅବଗତ କରାଇଛନ୍ତି। ଉକ୍ତ ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ, ସରକାରଙ୍କ ନିର୍ଦ୍ଦେଶାନୁସାରେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକ ଛାତ୍ରୀଛାତ୍ରଙ୍କ ଲାଗି ଅନ୍ୟାଦେଶ ପର୍ଯ୍ୟନ୍ତ ବନ୍ଦ ରହିବ। ହେଲେ ଶିକ୍ଷକ ଓ ଅଣଶିକ୍ଷକମାନେ ନିୟମିତ ଭାବେ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟକୁ ଆସିବେ। ସମସ୍ତ ଶିକ୍ଷକ ଓ ଅଣ-ଶିକ୍ଷକ କର୍ମଚାରୀ ସାଧାରଣ ଶିକ୍ଷା କ୍ୟାଲେଣ୍ଡର ଅନୁଯାୟୀ ନିୟମିତ ଭାବରେ କାର୍ଯ୍ୟାଳୟରେ ଯୋଗଦେବେ। ଚଳିତବର୍ଷର ସମସ୍ତ ପରୀକ୍ଷା କ୍ୟାଲେଣ୍ଡର ଅନୁସାରେ ଅନୁଷ୍ଠିତ ହେବ। ଯଦି କୌଣସି ଛାତ୍ର ଏହି ସମୟ ମଧ୍ୟରେ ହଷ୍ଟେଲରେ ରହିବାକୁ ଚାହାନ୍ତି, ତେବେ ସେମାନଙ୍କ ପାଇଁ ହଷ୍ଟେଲ ଖୋଲା ରହିବ ବୋଲି ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, ସ୍କୁଲ, କଲେଜକୁ ଛୁଟି ଘୋଷଣା କରାଯାଇଥିବାରୁ ବୁଧବାରଠାରୁ ଅଙ୍ଗନଓ୍ବାଡ଼ି, ଶିଶୁବାଟିକାଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ବନ୍ଦ ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!