Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୬ ଯାଏଁ କଲବଲ କରିବ ତାତି

by ସଞ୍ଜୟ ସ୍ୱାଇଁ
April 24, 2025
in State
୩ ଦିନ ସ୍କୁଲ ଛୁଟି ଘୋଷଣା, ଝାରସୁଗୁଡାରେ ପାରଦ ଛୁଇଁଲା ୪୬ ଡିଗ୍ରୀ,
64
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆସନ୍ତା ୨୬ ତାରିଖ ଯାଏ ଆକାଶରୁ ଅଗ୍ନିବର୍ଷା ଜାରି ରହିବ । ଡହଡହ ଖରା ଓ ପ୍ରଚଣ୍ଡ ତାତି ସମସ୍ତଙ୍କୁ କଲବଲ କରିବ । ଗୁରୁବାର ସାଂଘାତିକ ରୂପ ନେଇପାରେ ଗ୍ରୀଷ୍ମ ପ୍ରକୋପ । ଝାରସୁଗୁଡ଼ାରେ ତାତି ପୁଣି ୪୬ ଡିଗ୍ରୀ ଛୁଇଁପାରେ । ଭୀଷଣ ଗ୍ରୀଷ୍ମ ପ୍ରବାହରେ ଛଟପଟ ହୋଇପାରନ୍ତି ଝାରସୁଗୁଡ଼ାବାସୀ । ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ୪୪ ଡିଗ୍ରୀ ପାଖାପାଖି ରହିବା ଆଶଙ୍କା ଅଛି । ଉପକୂଳ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଭୀଷଣ ଗୁଳୁଗୁଳି ନୟାନ୍ତ କରିପାରେ । ପାଣିପାଗ ବିଭାଗ ଏଭଳି ସତର୍କ କରାଇଛି । ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ଗୁରୁବାର ଝାରସୁଗୁଡ଼ାରେ ଅତି ଭୀଷଣ ଗ୍ରୀଷ୍ମପ୍ରବାହ ଆଶଙ୍କା ରହିଛି । ବୁଧବାର ୪୫.୪ ଡିଗ୍ରୀ ତାତି ଥିଲା ଝାରସୁଗୁଡ଼ାରେ । ବୁଧବାର ଏଠି ୪୬ ଟପିଥିଲା ପାରଦ । ଗତ କିଛିଦିନ ହେବ ଝାରସୁଗୁଡ଼ା ଯେମିତି ତତଲା ପିଣ୍ଡ ପାଲଟିଯାଇଛି ଦେଶରେ । ଗୁରୁବାର ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର ଓ ବରଗଡ଼ରେ ଗ୍ରୀଷ୍ମପ୍ରବାହ ଆଶଙ୍କା ଅଛି। ସମ୍ବଲପୁର, ସୁନ୍ଦରଗଡ଼ ଓ ବଲାଙ୍ଗୀରରେ ରାତିବେଳା ବି ଗରମରୁ ନିସ୍ତାର ମିଳିବା ଆଶା କମ୍‌। ସେହିପରି କଳାହାଣ୍ଡି, ନୂଆପଡ଼ା, ଦେବଗଡ଼ ଓ ଅନୁଗୁଳରେ ଗ୍ରୀଷ୍ମପ୍ରବାହ ସ୍ଥିତି ରହିବ। ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ଗରମ ଓ ଗୁଳଗୁଳି ଲୋକଙ୍କୁ ନାକେଦମ କରିପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ଢେଙ୍କାନାଳରେ ଏଭଳି ସ୍ଥିତି ରହିବ ବୋଲି ସତର୍କ କରାଯାଇଛି । ଆସନ୍ତା ୨୫ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ନୂଆପଡ଼ା, କଳାହାଣ୍ଡି, ଅନୁଗୁଳ ଓ ଦେବଗଡ଼ରେ ଗ୍ରୀଷ୍ମପ୍ରବାହ ସ୍ଥିତି ଆଶଙ୍କା ଅଛି । ଉପକୂଳ ଓଡ଼ିଶା ସମେତ ଗଞ୍ଜାମ, ଗଜପତି, କେନ୍ଦୁଝର ଓ ଢେଙ୍କାନାଳରେ ଭୀଷଣ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇପାରେ । ୨୬ ତାରିଖରେ ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ଝାରସୁଗୁଡ଼ାରେ ପ୍ରଚଣ୍ଡ ତାତି ରହିବ । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଓ ଗୁଳୁଗୁଳି ନେଇ ପାଣିପାଗ ବିଭାଗ ଆକଳନ କରିଛି । ୨୭ ତାରିଖରୁ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ଅଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମଧରଣ ବର୍ଷା ହୋଇପାରେ। ମୟୂରଭଞ୍ଜ ଓ କେନ୍ଦୁଝର ସମେତ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବର୍ଷା ସମ୍ଭାବନା ଅଛି । ୨୭ରୁ ବର୍ଷା ହେଲେ ହିଁ ତାତିରୁ ତ୍ରାହି ମିଳିବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!