Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦୨୬ ସୁଦ୍ଧା ମିଳିମିଳା-ରୁବେଲାମୁକ୍ତ

by ସଞ୍ଜୟ ସ୍ୱାଇଁ
April 30, 2025
in State
୨୦୨୬ ସୁଦ୍ଧା ମିଳିମିଳା-ରୁବେଲାମୁକ୍ତ
37
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ୨୦୨୬ ସୁଦ୍ଧା ମିଳିମିଳା ଏବଂ ରୁବେଲାକୁ ସମ୍ପୂର୍ଣ୍ଣ ରୂପେ ପରାହତ କରିବା ପାଇଁ ଓଡ଼ିଶା ସଂକଳ୍ପବଦ୍ଧ। ସେହିପରି ଟିକାକରଣ କ୍ଷେତ୍ରରେ ଓଡ଼ିଶା ଉଲ୍ଲେଖନୀୟ ପ୍ରଦର୍ଶନ କରିଛି। ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ବେକ୍ଷଣ (ଏନ୍ଏଫ୍ଏଚ୍ଏସ୍-୫) ଅନୁଯାୟୀ ଓଡ଼ିଶା ୯୦.୫% ଟିକାକରଣ କଭରେଜ୍ ହାସଲ କରିପାରିଛି। ଏହା ଭାରତର ରାଜ୍ୟଗୁଡ଼ିକ ମଧ୍ୟରେ ସର୍ବାଧିକ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କହିଛନ୍ତି। ମଙ୍ଗଳବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶାଳୟରେ ସ୍ବାସ୍ଥ୍ୟମନ୍ତ୍ରୀ ରାଜ୍ୟରେ ମିଳିମିଳା ଏବଂ ରୁବେଲା (ଏମ୍ଆର୍) ନିରାକରଣ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବା ଉଦ୍ଦେଶ୍ୟରେ ବିସ୍ତୃତ ସୂଚନା, ଶିକ୍ଷା ଏବଂ ଯୋଗାଯୋଗ (ଆଇଇସି) ସାମଗ୍ରୀର ଉନ୍ମୋଚନ କରିଛନ୍ତି। ଟିକାକରଣ କ୍ଷେତ୍ରରେ ଏହି ମାଇଲଖୁଣ୍ଟ ସ୍ବାସ୍ଥ୍ୟକର୍ମୀଙ୍କ ସମର୍ପିତ ମନୋଭାବ, ଗୋଷ୍ଠୀ ସମର୍ଥନ ଏବଂ ଠିକ୍ ଅନ୍ତଃବିଭାଗୀୟ ସମନ୍ବୟର ପ୍ରମାଣ। ଟିକାକରଣ ଦ୍ୱାରା ପ୍ରତିରୋଧ କରିହେଉଥିବା ରୋଗଠାରୁ ଶିଶୁମାନଙ୍କୁ ଦୂରେଇ ରଖିବା ସହ ଶାରରିକ ଅସୁସ୍ଥତା ଓ ମୃତ୍ୟୁହାର ହ୍ରାସ କରିବା ନିମନ୍ତେ ରାଜ୍ୟରେ ସର୍ବଦା ମହିଳା ଓ ଶିଶୁଙ୍କ ଟିକାକରଣକୁ ସର୍ବୋଚ୍ଚ ପ୍ରାଥମିକତା ପ୍ରଦାନ କରାଯାଇଛି। ରାଜ୍ୟର କୌଣସି ଶିଶୁ ଯେପରି ଟିକାକରଣରୁ ବଞ୍ଚତ୍ତ ନ ହୁଅନ୍ତି ସେଥିପ୍ରତି ଧ୍ୟାନ ଦିଆଯାଉଥିବା ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି। ଏହାବାଦ୍ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ମହିଳା ଓ ଶିଶୁ ବିକାଶ, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ସୂଚନା ଓ ଲୋକସମ୍ପର୍କ ଭଳି ଏକାଧିକ ସରକାରୀ ବିଭାଗର ପରସ୍ପର ସହଯୋଗୀ ଆଭିମୁଖ୍ୟ ଉପରେ ଏମ୍ଆର୍ ନିରାକରଣ ମିଶନର ସଫଳତା ନିର୍ଭର କରେ ବୋଲି ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଉତ୍ସବରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର, ରାଜ୍ୟ ଟିକାକରଣ ଅଧିକାରୀ ଡା. ତାପସ କୁମାର ପାତ୍ର, ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ବିନୋଦ ବିହାରୀ ଦାସଙ୍କ ସମେତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଟିକାକରଣ କାର୍ଯ୍ୟକ୍ରମର ସଫଳ କାର୍ଯ୍ୟାନ୍ବୟନ ପାଇଁ ୧୯୭୭ରେ ଭାରତରୁ ବସନ୍ତ ରୋଗର ବିଲୋପ, ୨୦୧୪ ମାର୍ଚ୍ଚରୁ ଭାରତ ପୋଲିଓମୁକ୍ତ ଏବଂ ୨୦୧୫ ମେ’ରୁ ମାତୃ ଓ ନବଜାତ ଶିଶୁ ଟିଟାନସ୍ମୁକ୍ତ ଘୋଷଣା କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!