Friday, June 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ସ୍ତରୀୟ ଅକ୍ଷୟ ତୃତୀୟା ଉତ୍ସବ ପାଳିତ

by ସଞ୍ଜୟ ସ୍ୱାଇଁ
April 30, 2025
in Nayagarh, State
ଜିଲ୍ଲା ସ୍ତରୀୟ ଅକ୍ଷୟ ତୃତୀୟା ଉତ୍ସବ ପାଳିତ
244
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ କୃଷି ବିଭାଗ ଆନୁକୁଲ୍ୟରେ ଜିଲ୍ଲା ସ୍ତରୀୟ ଅକ୍ଷୟ ତୃତୀୟ ଉତ୍ସବ ପାଳିତ ହୋଇଯାଇଛି । ନୟାଗଡ଼ ନବଘନପୁର ଗାଁ ଚାଷ ଜମିରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ବିଧାୟକ ଖଣ୍ଡପଡ଼ା ଦୁଷ୍ମନ୍ତ କୁମାର ସ୍ୱାଇଁ, ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ପ୍ରମୂଖ ଯୋଗ ଦେଇଥିଲେ । ସ୍ୱାସ୍ଥ୍ୟ ମନ୍ତ୍ରୀ ଅଖି ମୁଠି ଅନୁକୂଳ କରିବା ସହ ଚାଷ ଜମିରେ ହଳ କରିଥିଲେ । ଏହି ଅବସରରେ ନୟାଗଡ଼ ଜିଲ୍ଲା ପରିଷଦ ସୃଜନ ସଭା ଗୃହରେ ଅନୁଷ୍ଠିତ ସଭାରେ ସମସ୍ତ ଅତିଥିଙ୍କ ସହ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ସାମିଲ ହୋଇଥିଲେ ।

ଜିଲ୍ଲା କୃଷି ଅଧିକାରୀ ସୁମନ ସିଂ ପଟ୍ଟନାୟକଙ୍କ ଆବାହକତ୍ୱରେ ଅନୁଷ୍ଠିତ ସମାବେଶରେ ମୁଖ୍ୟ ଅତିଥି ତଥା ସ୍ୱାସ୍ଥ୍ୟ ମନ୍ତ୍ରୀ ତାଙ୍କ ବକ୍ତବ୍ୟରେ ସିଏମ୍ କିଷାନ ଓ ପିଏମ୍ କିଷାନ ଯୋଜନା ଜରିଆରେ ଚାଷୀଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ଚେଷ୍ଟା ଜାରି ରହିଛି ବୋଲି କହିଥିଲେ । କୃଷି ବୃତ୍ତି ଯୋଜନା ମାଧ୍ୟମରେ ଚାଷୀ ପରିବାର ପିଲାଙ୍କୁ ଶିକ୍ଷା ଦେବା ପାଇଁ ବ୍ୟବସ୍ଥା କରାଯାଇଛି । ନୟାଗଡ଼ ବିଧାୟକ ଡ. ସାହୁ ତାଙ୍କ ବକ୍ତବ୍ୟରେ ଚାଷୀ କୂଳ ଆଗକୁ ବଢ଼ିବାକୁ ଯଥେଷ୍ଟ ସମ୍ଭାବନା ରହିଛି ବୋଲି କହିଥିଲେ । ଜିଲ୍ଲା ପରିଷଦ ଅଧ୍ୟକ୍ଷ ତାଙ୍କ ବକ୍ତବ୍ୟରେ ନୟାଗଡ଼ ଜିଲ୍ଲା କୃଷି ପ୍ରଧାନ ଜିଲ୍ଲା ବୋଲି କହିଥିଲେ । ଜିଲ୍ଲାରେ ୧ ଲକ୍ଷ ୩୮ ହଜାର ହେକ୍ଟର ଚାଷ ଜମି ରହିଛି । ଚଳିତ ବର୍ଷ ଜିଲ୍ଲାରେ ରେକର୍ଡ଼ ସଂଖ୍ୟକ ଧାନ ସଂଗ୍ରହ ହୋଇଛି ବୋଲି କହିଥିଲେ । ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ସିଏମ୍ କିଷାନ ଯୋଜନାରେ ନୟାଗଡ଼ ଜିଲ୍ଲାର ୧ ଲକ୍ଷ ୨୭ ହଜାର ଚାଷୀଙ୍କ ବ୍ୟାଙ୍କ ଖାତାକୁ ସହାୟତା ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବହୁ ଚାଷୀ, କୃଷି ବିଭାଗର ଅନେକ କର୍ମଚାରୀ ସାମିଲ ହୋଇଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!