Friday, June 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଧାନ ଶିକ୍ଷକଙ୍କ ଅବସର କାଳୀନ ସମ୍ବର୍ଦ୍ଧନା, ଶିକ୍ଷକର ନଥାଏ ଅବସର

by ସଞ୍ଜୟ ସ୍ୱାଇଁ
April 30, 2025
in Nayagarh, State
ପ୍ରଧାନ ଶିକ୍ଷକଙ୍କ ଅବସର କାଳୀନ ସମ୍ବର୍ଦ୍ଧନା, ଶିକ୍ଷକର ନଥାଏ ଅବସର
265
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଜଣେ ଶିକ୍ଷକର କେବେ ଅବସର ନଥାଏ । ସେ ସବୁ ସମୟ ପାଇଁ ହିଁ ଶିକ୍ଷକ ଅଟେ । କେବଳ ଜଣେ ଶିକ୍ଷକ ସମଗ୍ର ଜୀବନକାଳ ପର୍ଯ୍ୟନ୍ତ ଶିକ୍ଷକର ମର୍ଯ୍ୟଦା ହିଁ ପାଇଥାଏ । ନୟାଗଡ଼ ବ୍ଲକ ଅନ୍ତର୍ଗତ ଭାଟସାହି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବୀନ୍ଦ୍ର କୁମାର ଶତପଥୀଙ୍କ ଆଜି ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭାରେ ଯୋଗଦାନ କରିଥିବା ଅତିଥିମାନେ ଏଭଳି ମତବ୍ୟକ୍ତ କରିଛନ୍ତି । ଭାଟସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଅବସର କାଳୀନ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ପୂର୍ବତନ ବ୍ଲକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନ, ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସାଧାରଣ ସମ୍ପାଦକ ଭକ୍ତ ବଲ୍ଲଭ ବଟକୃଷ୍ଣ ମିଶ୍ର,ପୂର୍ବତନ ପ୍ରଧାନ ଶିକ୍ଷକ ଲୋକନାଥ ପାତ୍ର, ଦିବାକର ମିଶ୍ର ପ୍ରମୁଖ ଯୋଗଦାନ କରି ଅବସର ଗ୍ରହଣ କରିଥିବା ପ୍ରଧାନ ଶିକ୍ଷକ ରବୀନ୍ଦ୍ର କୁମାର ଶତପଥୀ ଜଣେ କର୍ମଠ,ଦକ୍ଷ ତଥା ଛାତ୍ରବତ୍ସଳ ଶିକ୍ଷକ ଥିଲେ ବୋଲି ବର୍ଣ୍ଣନା କରିଥିଲେ । ଶେଷରେ ଅବସର ଗ୍ରହଣ କରିଥିବା ପ୍ରଧାନ ଶିକ୍ଷକଙ୍କୁ ସଂପୃକ୍ତ ବିଦ୍ୟାଳୟ ଏବଂ ବିଭିନ୍ନ ଶିକ୍ଷକ ସଂଗଠନ ପକ୍ଷରୁ ମାନପତ୍ର, ଉପଢୌକନ ଏବଂ ଉପହାର ପ୍ରଦାନ କରାଯାଇ ସମ୍ବର୍ଦ୍ଧିିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟର ଶିକ୍ଷକ ମନୋଜ କୁମାର ବେହେରା, ସୁରେନ୍ଦ୍ର ଦାସ, ଗୀତାଞ୍ଜଳି ପଣ୍ଡା, ରାଜଶ୍ରୀ ଶତପଥୀ, ନିର୍ମଳା ରାଉତ, ରଶ୍ମିତା ନାୟକ, ସସ୍ମିତା ଗୁରୁ ପ୍ରମୁଖ ସହଯୋଗ କରିଥିବା ବେଳେ ପରିଚାଳନା କମିଟିର ସମସ୍ତ ସଦସ୍ୟ, କ୍ଲଷ୍ଟର ଅନ୍ତର୍ଗତ ବିଦ୍ୟାଳୟ ମାନଙ୍କ ପ୍ରଧାନ ଶିକ୍ଷକ, ଶିକ୍ଷୟିତ୍ରୀ, ଅଙ୍ଗନବାଡି କର୍ମୀ ତଥା ସ୍ଥାନୀୟ ଅଞ୍ଚଳର ଜନସାଧାରଣ ଯୋଗଦାନ କରିଥିଲେ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!