Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୦ ଯାଏଁ ରାଜ୍ୟରେ ବଢିବନି ଗରମ

by ସଞ୍ଜୟ ସ୍ୱାଇଁ
May 1, 2025
in State
ଆସୁଛି ଲଘୁଚାପ,୨୪ ଘଣ୍ଟାରେ ପ୍ରବଳ ବର୍ଷା
1
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ଗରମ ବଢ଼ିବନି। କାଳବୈଶାଖୀ ଓ ଟ୍ରପଲାଇନ୍ର ପ୍ରଭାବ ଯୋଗୁ ଅଧିକ ଗରମ ଅନୁଭୂତ ହେବନାହିଁ। ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ଏହି ପୂର୍ବାନୁମାନ କରିଛନ୍ତି । ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁରରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା ଅଛି। ପବନର ବେଗ ୫୦ରୁ ୬୦ କିମି ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, ସୋନପୁର, ବଲାଙ୍ଗିର ଓ ବରଗଡ଼ରେ ପ୍ରବଳ ବର୍ଷା ହୋଇପାରେ। ପବନର ବେଗ ୪୦ରୁ ୫୦ କିମି ଛୁଇଁପାରେ। ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ୩୦କୁ ୪୦ କିମି ବେଗରେ ପବନ ବହିବା ସହ ବର୍ଷା ଓ ଘଡ଼ଘଡ଼ି ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି। ୨ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନୟାଗଡ଼, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡିରେ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହୋଇପାରେ। ୪୦ରୁ ୫୦ କିମି ବେଗରେ ପବନ ବି ବହିବ। ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ। ୩ ତାରିଖରେ ଉତ୍ତର ଓଡ଼ିଶା, ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୪, ୫ ଓ ୬ ତାରିଖରେ ବି କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି। ଭାରତୀୟ ପାଣିପାଗ ବିଭାଗ ମେ ମାସକୁ ନେଇ ଆକଳନ କରି କହିଛି, ମେ ମାସରେ ସ୍ୱାଭାବିକଠାରୁ ଅଧିକ ତାତି ଅନୁଭୂତ ହେବ। ରାତି ବେଳା ଅଧିକ ଗରମ ଓ ଗୁଳୁଗୁଳି ସମ୍ଭାବନା ରହିଛି। କାଳବୈଶାଖୀ ପ୍ରଭାବରେ ମଙ୍ଗଳବାର ବହୁ ସ୍ଥାନରେ ଘନ ଘନ ବଜ୍ରପାତ ହୋଇଛି। ମାଲକାନଗିରିରେ ୨୨.୨ ମିମି ବର୍ଷା ହୋଇଛି। ଭବାନୀପାଟଣାରେ ୧୬.୬, ଟିଟିଲାଗଡ଼ରେ ୧୪, ରାୟଗଡ଼ାରେ ୧୩ମିମି ବର୍ଷା ରେକର୍ଡ ହୋଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!