Tuesday, November 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆର୍ନ୍ତଜାତୀୟ ଶ୍ରମିକ ଦିବସ ପାଳନ

by ସଞ୍ଜୟ ସ୍ୱାଇଁ
May 1, 2025
in Nayagarh, State
ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆର୍ନ୍ତଜାତୀୟ ଶ୍ରମିକ ଦିବସ ପାଳନ
43
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ସଚିବ ଅଞ୍ଜଳୀ ମଛଖଣ୍ଡଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜିଲ୍ଲାପରିଷଦ ନୟାଗଡ଼ଙ୍କ ଡିପିଆର୍‌ସି ସମ୍ମିଳନୀ କକ୍ଷରେ ଶତାଧିକ ଶ୍ରମିକମାନଙ୍କୁ ନେଇ ଆର୍ନ୍ତଜାତୀୟ ଶ୍ରମିକ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ସଚିବ ଅଞ୍ଜଳୀ ମଛଖଣ୍ଡ ଉଦ୍‌ଘାଟନ କରି ନିଜ ବକ୍ତବ୍ୟରେ କହିଥିଲେ- ଯଦି କେହି କାର୍ଯ୍ୟକ୍ଷେତ୍ରରେ ଶ୍ରମିକଙ୍କୁ ନିର୍ଯାତିତ ନିସ୍ପେଡ଼ିତ କରନ୍ତି ତଥା ବେଆଇନ୍ ଭାବେ ଅନୁଚିତ୍ କାର୍ଯ୍ୟରେ ନିୟୋଜିତ କରନ୍ତି ଅଥବା ଆଇନ୍ ଅନୁସାରେ ଉପଲବ୍ଧ ସମସ୍ତ ସୁବିଧା ସୁଯୋଗ ନିରପତା ସୁରକ୍ଷା ଆଦି ଯଦି କେହି ନିଯୋକ୍ତା ପ୍ରଦାନ ନକରନ୍ତି ତେବେ ଆଇନ୍ ଅନୁସାରେ ଦଣ୍ଡିତ ହେବେ । ଆମ ସରକାର ଶ୍ରମିକମାନଙ୍କ ପାଇଁ ଅନେକ ଆଇନ୍ ପ୍ରଣୟନ କରିଛନ୍ତି । ଆମେ ସମସ୍ତେ ଧ୍ୟାନ ରଖିବା ଶ୍ରମିକ ଅଧିକାରୀ ଯେପରି କ୍ଷୂର୍ଣ୍ଣ ନହୁଏ । କାର୍ଯ୍ୟ ଆଗରେ ନିତ ପରିବାରର ସ୍ୱାର୍ଥକୁ ଜଳାଞ୍ଜଳି ଦେଇ ଯିଏ କାମକରିଥାଏ ସେ ହେଉଛନ୍ତି ଶ୍ରମିକ । ଶ୍ରମିକ କାର୍ଯ୍ୟକଲାବେଳେ ତାଙ୍କର ନିରାପତା ପାଇଁ ଧ୍ୟାନ ରଖିବା ଦରକାର ବୋଲି କହିଥିଲେ । ଅନ୍ୟତମ ଅତିଥ୍‌ô ଜିଲ୍ଲା ଶ୍ରମ ଅଧିକାରୀ ଚିତରଞ୍ଜନ ରାଉତ, ଓକିଲ ସଂଘର ସଭାପତି ରଣଜିତ କୁମାର ଦାଶ, ପିଆଇଏଲ୍ ସତ୍ୟରଞ୍ଜନ ଦାସ, ବରିଷ୍ଠ ଆଇନ୍‌ଜୀବୀ ରମେଶ ଚନ୍ଦ୍ର ମହାରଣା, କାମାକ୍ଷା ପ୍ରସାଦ ଦାସ, ପ୍ରାଧିକରଣ ସଦସ୍ୟା କ୍ଷଣପ୍ରଭା କର, ସମାଜସେବୀ ଅମନ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ରହି ନିଜନିଜର ବକ୍ତବ୍ୟ ରଖିଥିଲେ । ଆଇନ୍‌ସେବା ପ୍ରାଧିକରଣ ତରଫରୁ ଏକ ସଚେତନତାଧର୍ମୀ ଛୋଟ ନାଟିକା ଶ୍ରମିକମାନଙ୍କ ଅଧିକାର ଉପରେ ପର୍ଯ୍ୟବେସିତ ଅଧିକାର ମିତ୍ରଙ୍କ ଦ୍ୱାରା ପରିବେଷଣ ହୋଇ ପ୍ରଶଂସା ସାଉଁଟିଥିଲା । ଉକ୍ତ କାର୍ଯ୍ୟକ୍ରମରେ ଜିଲା ଆଇନସେବା ପ୍ରାଧିକରଣର ଅଧିକାର ମିତ୍ର ଏବଂ କର୍ମଚାରୀମାନେ ସହଯୋଗ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!