Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମୃଦ୍ଧ ଓଡ଼ିଶା ଗଠନ ପାଇଁ ମା’ତାରାତାରିଣୀଙ୍କ ନିକଟରେ ପୂଜାର୍ଚ୍ଚନା କଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
May 8, 2025
in State
ସମୃଦ୍ଧ ଓଡ଼ିଶା ଗଠନ ପାଇଁ ମା’ତାରାତାରିଣୀଙ୍କ ନିକଟରେ ପୂଜାର୍ଚ୍ଚନା କଲେ ମୁଖ୍ୟମନ୍ତ୍ରୀ
56
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଥମେ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ମା’ଙ୍କ ନିକଟରେ ପୂଜାର୍ଚ୍ଚନା କରିଥିଲେ । ସମୃଦ୍ଧ ଓଡ଼ିଶା ଗଠନ ଓ ଓଡ଼ିଶାର ବିକାଶ ପାଇଁ ମା’ ତାରାତାରିଣୀଙ୍କ ନିକଟରେ ପୂଜାର୍ଚ୍ଚନା କରିଥିବା କହିଲେ ମୁଖ୍ୟମନ୍ତ୍ରୀ । ପୀଠର ବିକାଶ ଦିଗରେ ସମସ୍ତ ପ୍ରକାର ବିହିତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଦର୍ଶନ, ପୂଜାର୍ଚ୍ଚନା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ଙ୍କୁ ଦର୍ଶନ କରି ପରମ ସୌଭାଗ୍ୟ ହେଲା । ମା’ଙ୍କୁ ଦର୍ଶନ କରିଲି । ବିକଶିତ, ସମୃଦ୍ଧ ଓଡ଼ିଶା ପାଇଁ ପ୍ରାର୍ଥନା କରିଲି । ଲୋକଙ୍କ ବିକାଶ ହେଉ । ମା’ଙ୍କ ପୀଠର ଉନ୍ନତି ପାଇଁ ବିହିତ ପଦକ୍ଷେପ ଗ୍ରହଣ କରାଯିବ । ମନ୍ଦିର କମିଟି, ସାଧାରଣରେ ଏହାର ବିକାଶ ନେଇ ଅନୁରୋଧ କରିଛନ୍ତି । ନିଶ୍ଚିତ ଭାବେ ଆନୁସାଙ୍ଗିକ ବ୍ୟବସ୍ଥା ପୂରଣ ଦିଗରେ ସବୁ ପ୍ରକାର ପଦକ୍ଷେପ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେପଟେ ମୁଖ୍ୟମନ୍ତ୍ରୀ ପ୍ରାୟ ୨୦ ମିନିଟ୍ ପୂଜାର୍ଚ୍ଚନା କରି ସମସ୍ତଙ୍କ ମଙ୍ଗଳ କାମନା କରିଥିଲେ ବୋଲି ପୂଜକ କହିଛନ୍ତି । ପରେ ମୁଖ୍ୟମନ୍ତ୍ରୀ ଗାଙ୍ଗଦହଣୀର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତ ବାର୍ଷିକ ସମାରୋହରେ ଯୋଗ ଦେଇଥିଲେ । ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଭବିଷ୍ୟତ ଗଠନ ବିଷୟରେ ପ୍ରଶ୍ନ କରିଥିଲେ । ବିଦ୍ୟାଳୟ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!