Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରଯାତ୍ରୀ ବସ୍ – କଣ୍ଟେନର ଟ୍ରକ୍ ମୁହାଁମୁହିଁ ଧକ୍କା, ହେଲପର୍ ଗୁରୁତର

by ସଞ୍ଜୟ ସ୍ୱାଇଁ
May 9, 2025
in Accident, State
ବରଯାତ୍ରୀ ବସ୍ – କଣ୍ଟେନର ଟ୍ରକ୍ ମୁହାଁମୁହିଁ ଧକ୍କା, ହେଲପର୍ ଗୁରୁତର
48
VIEWS
Share on FacebookShare on Twitter

ବାଙ୍ଗିରିପୋଷି, (ବାଘୁଆବାର୍ତ୍ତା): ଏକ ବରଯାତ୍ରୀ ବସ୍ ସହ ଏକ କଣ୍ଟେନର ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ବସ୍ର ହେଲପର ଗୁରୁତର ହୋଇଛନ୍ତି । ଏହି ଦୁର୍ଘଟଣାରେ ୧୦ ରୁ ଉର୍ଦ୍ଧ୍ୱ ବରଯାତ୍ରୀ ଆହତ ହୋଇଛନ୍ତି । ଗୁରୁତର ହେଲପର୍ ସନ୍ୟାସୀ ମହାକୁଡ(୪୫) ବୋଲି ଜଣାପଡ଼ିଛି । ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଅଞ୍ଚଳର ୪୯ ନମ୍ୱର ଜାତୀୟ ରାଜପଥରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ବାଙ୍କି (ବିଜାତଳା)ରୁ ଖୁଣ୍ଟା ଅଭିମୁଖେ ୫୦ ରୁ ଉର୍ଦ୍ଧ୍ୱ ବରଯାତ୍ରୀ ନେଇ ଝୁନା ନାମକ ଏକ ଘୋରେଇ ବସ୍ ବାଙ୍ଗିରିପୋଷି ଦେଇ ଯାଇଥିବା ୪୯ ନମ୍ୱର ଜାତୀୟ ରାଜପଥର ରଙ୍ଗ୍ ରାସ୍ତାରେ ଆସୁଥିଲା । ଏହି ସମୟରେ ଘାଟି ତଳ ଛକ ନିକଟର ବିପରୀତ ପାର୍ଶ୍ୱରୁ ଆସୁଥିବା ଏକ କଣ୍ଟେନର ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବସ୍ ହେଲପର୍ ସନ୍ୟାସୀ ମହାକୁଡ ଗୁରୁତର ହୋଇଥିବା ବେଳେ ୧୦ ରୁ ଉର୍ଦ୍ଧ୍ୱ ବରଯାତ୍ରୀ ଆହତ ହୋଇଥିଲେ । ସଙ୍ଗେ ସଙ୍ଗେ ସମସ୍ତ ଆହତଙ୍କୁ ଜାତୀୟ ରାଜପଥ ଆମ୍ବୁଲାନ୍ସ, ଅଗ୍ନିଶମ ବାହିନୀ ଓ ପୋଲିସ ସାହାଯ୍ୟରେ ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା । ପୋଲିସ ତରଫରୁ ଦୁର୍ଘଟଣାଗ୍ରସ୍ତ ଗାଡି ଗୁଡିକୁ କ୍ରେନ୍ ସାହାଯ୍ୟରେ ହଟାଇ ଯାତାୟତ ସ୍ଵାଭାବିକ କରାଯାଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!