Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଡ୍ରୋନ୍

by ସଞ୍ଜୟ ସ୍ୱାଇଁ
May 10, 2025
in State
ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଡ୍ରୋନ୍
162
VIEWS
Share on FacebookShare on Twitter

ମହାକାଳପଡ଼ା, (ବାଘୁଆବାର୍ତ୍ତା): ଭାରତ- ପାକ୍‌ ଉତ୍ତେଜନା ପରିପ୍ରେକ୍ଷୀରେ ଦେଶ ସାରା ସମ୍ବେଦନଶୀଳ ଅଞ୍ଚଳରେ ହାଇ ଆଲର୍ଟ ଜାରି କରାଯାଇଛି। ହେଲେ ଶୁକ୍ରବାର ଅପରାହ୍ନରେ ବଙ୍ଗୋପସାଗର କୂଳରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସୁନିତି ଗୋଚ୍ଛାୟତପଡ଼ାର ମତ୍ସ୍ୟଜୀବୀ ଶ୍ରୀମନ୍ତ ଗୋଚ୍ଛାୟତ(୪୦) ସମୁଦ୍ରରେ ଜାଲ ବସାଇ ମାଛ ଧରିବା ବେଳେ ହଠାତ ଏକ ଅଜଣା ଡ୍ରୋନ୍‌ ପଡ଼ିଥିଲା। ଏ ନେଇ ଶ୍ରୀମନ୍ତ ସ୍ଥାନୀୟ ମତ୍ସ୍ୟଜୀବୀ ଓ ଗ୍ରାମବାସୀଙ୍କୁ ଜଣାଇଥିଲେ। ଖବରପାଇ ତନ୍ତିଆପାଳ ସାମୁଦ୍ରିକ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଏହି ଡ୍ରୋନ୍‌କୁ ଜବତ କରିଛି। ତେବେ ଏହି ଘଟଣା ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ହେଲେ କୌଣସି ଭୟ ନ କରିବାକୁ ପୋଲିସ ପକ୍ଷରୁ ଅପିଲ କରାଯାଇଛି। ଖବରପାଇ ସୁନିତି ପଞ୍ଚାୟତ ପୂର୍ବତନ ସରପଞ୍ଚ ଗଗନ ପ୍ରଧାନ, ମନୋଜ କୁମାର ପାତ୍ରଙ୍କ ସମେତ ଗ୍ରାମର ଲୋକଙ୍କ ସହ ଆଲୋଚନା କରିଛନ୍ତି। ଅପରପକ୍ଷରେ ଏହି ଅଞ୍ଚଳ ଉଭୟପାର୍ଶ୍ୱର ଉତ୍ତରରେ ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟି ରହିଛି। ସେହିପରି ଦକ୍ଷିଣରେ ପାରାଦୀପ ବୃହତ ବନ୍ଦର ଓ ବୃହତ ଶିଳ୍ପାଞ୍ଚଳ ରହିଛି। ସେଥିପାଇଁ ସ୍ଥାନୀୟ ଲୋକ ଆଶା ଓ ଆଶଙ୍କାରେ ରହିଛନ୍ତି। ଏ ସଂକ୍ରାନ୍ତରେ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧିକାରୀ କିଶୋର ତରାଇଙ୍କୁ ପଚାରିବାରେ ଏକ ତାଲିମ ପାଇଁ ଭୁବନେଶ୍ୱରରେ ଅଛନ୍ତି। ଖବର ମିଳିଛି ବୋଲି ସେ କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!