Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା ସପ୍ତାହରେ ଯୁକ୍ତ ଦୁଇ ରେଜଲ୍ଟ,ସିବିଏସ୍ଇ ଦଶମ

by ସଞ୍ଜୟ ସ୍ୱାଇଁ
May 11, 2025
in Education, State
ଆସନ୍ତା ସପ୍ତାହରେ ଯୁକ୍ତ ଦୁଇ ରେଜଲ୍ଟ,ସିବିଏସ୍ଇ ଦଶମ
152
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆସନ୍ତା ସପ୍ତାହରେ ପ୍ରକାଶ ପାଇବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଫଳ । ଫଳ ପ୍ରକାଶ ପାଇଁ ସମସ୍ତ କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଆସନ୍ତା ୧୫ରେ ଫଳ ପ୍ରକାଶ ନେଇ ଲକ୍ଷ୍ୟ ରଖାଯାଇଥିବାବେଳେ ଏଥିରେ ସାମାନ୍ୟ ବିଳମ୍ବ ହୋଇପାରେ । ଏକାକାଳୀନ ଭାବେ ସମସ୍ତ ଷ୍ଟ୍ରିମ୍ର ରେଜଲ୍ଟ ପ୍ରକାଶ ପାଇବ । ଆସନ୍ତା ୭ରୁ ୮ ଦିନ ମଧ୍ୟରେ ରେଜଲ୍ଟ ପ୍ରକାଶ କରାଯିବ ବୋଲି ସିଏଚ୍ଏସ୍ଇ ପକ୍ଷରୁ ସୂଚନା ମିଳିଛି । ସେହିପରି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ମଧ୍ୟ ଆସନ୍ତା ସପ୍ତାହରେ ପ୍ରକାଶ ପାଇବାର ସମ୍ଭାବନା ରହିଛି । ଜାତୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ, ଆସନ୍ତା ସପ୍ତାହରେ ହିଁ ରେଜଲ୍ଟ ପ୍ରକାଶ ପାଇବ । ସୂଚନାଯୋଗ୍ୟ,ଗତ ମାର୍ଚ୍ଚ ୨୮ରେ ଯୁକ୍ତ ଦୁଇ ପରୀକ୍ଷା ଶେଷ ହୋଇଛି । ଏଥିରେ ରାଜ୍ୟର ୩ ଲକ୍ଷ ୯୩ ହଜାର ୬୧୮ ଜଣ ପିଲା ପରୀକ୍ଷା ଦେଇଛନ୍ତି । ଏପ୍ରିଲ୍ ୨ ତାରିଖରୁ ଖାତା ଦେଖା ଆରମ୍ଭ ହୋଇଥିଲା । ଦୁଇଟି ପର୍ଯ୍ୟାୟରେ ଖାତା ଦେଖା ହୋଇଛି । ଖାତା ଦେଖା ଶେଷ ହୋଇଥିବା ବେଳେ ରେଜଲ୍ଟ ପ୍ରକାଶ ପାଇଁ ଥିବା ଆନୁସଙ୍ଗିକ ସମସ୍ତ କାର୍ଯ୍ୟ ଆସନ୍ତା ୩ ଦିନ ମଧ୍ୟରେ ଶେଷ ହେବ । ତାପରେ ରେଜଲ୍ଟ ପ୍ରକାଶ ପାଇବ । ଅର୍ଥାତ୍ ୭ରୁ ୮ ଦିନ ମଧ୍ୟରେ ରେଜଲ୍ଟ ପ୍ରକାଶ ପାଇବ ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି । ସିବିଏସ୍ଇ ରେଜଲ୍ଟ ଗତବର୍ଷ ମେ ୧୩ ତାରିଖରେ ପ୍ରକାଶ ପାଇଥିଲା । ଚଳିତବର୍ଷର ଫଳ ଆସନ୍ତା ସପ୍ତାହ ମଧ୍ୟରେ ପ୍ରକାଶ ପାଇବ ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!