Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଣ୍ଡାମାନ ଛୁଇଁବ ମୌସୁମୀ !

by ସଞ୍ଜୟ ସ୍ୱାଇଁ
May 12, 2025
in State
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଣ୍ଡାମାନ ଛୁଇଁବ ମୌସୁମୀ !
71
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭାରତ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ସୋମବାର ଏକ ବଡ଼ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ୨୪ ଘଣ୍ଟା ମଧ୍ୟରେ ଆଣ୍ଡାମାନ ଛୁଇଁବ ବୋଲି ଆଇଏମ୍ଡି ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି। ଭାରତ ପାଣିପାଗ ବିଭାଗ (ଆଇଏମଡି) ଉଲ୍ଲେଖ କରିଛି ଯେ, ୩ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ନିମ୍ନ ଟ୍ରପୋସ୍ଫେରିକସ୍ତରରେ ପଶ୍ଚିମ ବାୟୁ ପ୍ରାୟ ୨୦ ନଟ୍ସ ପର୍ଯ୍ୟନ୍ତ ତୀବ୍ର ହୋଇଛି, ଯାହା ମୌସୁମୀର ଆଗମନ ପାଇଁ ଅନୁକୂଳ ରହିଛି। ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ, ଚଳିତ ବର୍ଷ ଶୀଘ୍ର ମୌସୁମୀ ଛୁଇଁବ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ୨୭ ମେ’ରେ କେରଳ ପହଞ୍ଚିପାରେ ବୋଲି ପୂର୍ବରୁ ଭାରତ ପାଣିପାଗ ବିଭାଗ ପୂର୍ବନୁମାନ କରିଛି। ସାଧାରଣତଃ ମୌସମୀ ଜୁନରେ କେରଳରେ ପହଞ୍ଚି ଥାଏ। କିନ୍ତୁ ଚଳିତ ଥର ମୌସୁମୀ ଶୀଘ୍ର କେରଳ ପହଞ୍ଚିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ଯଦି ମୌସୁମୀ ୨୭ ମେ’ ସୁଦ୍ଧା କେରଳରେ ପହଞ୍ଚିଯାଏ, ତେବେ ଏହା ୨୦୦୯ ପରଠାରୁ ଏହା ପ୍ରଥମ ଥର ହେବ । ୨୦୦୯ରେ ମୌସୁମୀ ୨୩ ମେ’ରେ କେରଳରେ ପହଞ୍ଚିଥିଲା। ସାଧାରଣତଃ ଦକ୍ଷିଣ ପଶ୍ଚିମ ମୌସୁମୀ ଜୁନ ୧ରେ କେରଳରେ ପହଞ୍ଚିବା ପରେ ସାରା ଭାରତରେ ବର୍ଷା ହୋଇଯାଇଥାଏ। ସେପ୍ଟେମ୍ବରରେ ମୌସୁମୀ ଭାରତର ଉତ୍ତର ପଶ୍ଚିମ ଅଞ୍ଚଳରୁ ହଟି ଯାଇଥାଏ । ଅକ୍ଟୋବରରେ ସମ୍ପୂର୍ଣ୍ଣ ଭାବେ ଭାରତର ଉତ୍ତର ପଶ୍ଚିମ ଅଞ୍ଚଳରୁ ମୌସୁମୀ ଫେରିଯାଇ ବୋଲି ଆକଳନ ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!