Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନଦୀରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
May 13, 2025
in Crime, State
ନଦୀରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ
35
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ତଣ୍ଡରା ଗାଁ ନିକଟ ଖରସ୍ରୋତା ନଦୀରୁ ଯୁବକ ନିଖୋଜ ଘଟଣା । କିଛି ସମୟର ଖୋଜାଖୋଜି ପରେ ମଙ୍ଗଳବାର ସକାଳୁ ମିଳିଲା ଯୁବକଙ୍କ ମୃତଦେହ । ପାଣିକୋଇଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଖବର ଅନୁଯାୟୀ, ସୋମବାର ଅପରାହ୍ନରେ ସ୍ଥାନୀୟ ତଣ୍ଡରା ଗାଁର କୈଳାସ ମଳିକଙ୍କ ପୁଅ ସିଦ୍ଧାନ୍ତ ମଳିକ ନିଜ ବଳଦ ନେଇ ଖରସ୍ରୋତା ନଦୀ ପଠାକୁ ଯାଇଥିଲେ । ଏହି ସମୟରେ ଲୁଗା ସଫା କରିବାକୁ ନଦୀ ଯାଇଥିବା ବେଳେ ହଠାତ୍ ସେ ନିଖୋଜ ହୋଇଯାଇଥିଲେ । ତାଙ୍କୁ କୁମ୍ଭୀର ଟାଣି ନେଇଥିବା ଗ୍ରାମବାସୀ ଓ ପରିବାର ଲୋକେ କହିଥିଲେ । ପରେ ପୋଲିସ ଓ ବନବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବାହିନୀର ସହାୟତାରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ହେଲେ ସଂଧ୍ୟା ହେବାରୁ ଅପରେସନକୁ ବନ୍ଦ କରାଯାଇଥିଲା । ପରେ ସୋମବାର ଦିନ ସକାଳୁ ପୁଣି ଥରେ ଖୋଜାଖୋଜି ଆରମ୍ଭ ହୋଇଥିଲା । ଆଉ ମୃତଦେହ ମିଳିଥିଲା । ତେବେ ଦେହରେ କୌଣସି ଗଭୀର କ୍ଷତ ଚିହ୍ନ ନଥିବାରୁ କୁମ୍ଭୀର ଟାଣି ନେବା କଥାକୁ ଖଣ୍ଡନ କରିଛନ୍ତି ବନବିଭାଗ ଅଧିକାରୀ । ବାକି ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ରିପୋର୍ଟ ଆସିବା ପରେ ମୃତ୍ୟୁର ସଠିକ କାରଣ ଜଣାପଡିବ ବୋଲି ଆଶା କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!