Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗନ୍ଧମାର୍ଦ୍ଦନରୁ ମହିଳାଙ୍କୁ ଉଦ୍ଧାର କଲା ଅଗ୍ନିଶମ ବାହିନୀ

by ସଞ୍ଜୟ ସ୍ୱାଇଁ
May 13, 2025
in State
ଗନ୍ଧମାର୍ଦ୍ଦନରୁ ମହିଳାଙ୍କୁ ଉଦ୍ଧାର କଲା ଅଗ୍ନିଶମ ବାହିନୀ
30
VIEWS
Share on FacebookShare on Twitter

ଖପ୍ରାଖୋଲ, (ବାଘୁଆବାର୍ତ୍ତା): ନୃସିଂହ ଚତୁର୍ଦ୍ଦଶୀରେ ନୃସିଂହନାଥ ପୀଠକୁ ଦର୍ଶନ କରିବାକୁ ଯିବା ବେଳେ ଭିମକୁଣ୍ଡ ନିକଟରେ ଅଚେତ୍ ହୋଇ ପଡିଥିଲେ ମହିଳା। ଖବର ପାଇ ଘଟଣାସ୍ଥଳରୁ ଉଦ୍ଧାର କଲେ ଅଗ୍ନିଶମ ଟିମ୍। ଚିକିତ୍ସା ପରେ ମହିଳା ଜଣକ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଜଣାପଡିଛି। ସୂଚନା ଅନୁଯାଇ, ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ପବିତ୍ର ତୀର୍ଥ କ୍ଷେତ୍ର ହରିଶଙ୍କରରେ ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ଅନୁଷ୍ଠିତ ହୋଇଥିଲା । ଚତୁର୍ଦ୍ଦଶୀ ଓ ପୂର୍ଣ୍ଣିମା ଦିନରେ ଶ୍ରଦ୍ଧାଳୁମାନେ ଗନ୍ଧମାର୍ଦ୍ଦନ ପାହାଡ଼ଦେଇ ନୃସିଂହନାଥକୁ ଯାତ୍ରା କଲେ ମାନସିକ ପୂରଣ ହୋଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ପାହାଡ଼ ଦେଇ ନୃସିଂହନାଥ ପୀଠକୁ ଶ୍ରଦ୍ଧାଳୁମାନେ ଯାତ୍ରା କରୁଥିଲେ । ହେଲେ କଳାହାଣ୍ଡି ଜିଲ୍ଲା ପାସ୍ତୀକୁଡି ଗ୍ରାମର ବନିତା ମାଝୀ (୭୬) ଭିମକୁଣ୍ଡ ନିକଟରେ କୌଣସି କାରଣରୁ ରାସ୍ତା ମଝିରେ ଅଚେତ୍ ହୋଇ ପଡ଼ିଥିଲେ । ଘଟଣା ବିଷୟରେ କୌଣସି ସହୃଦୟ ବ୍ୟକ୍ତି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ତୁରନ୍ତ ଅଗ୍ନିଶମ କର୍ମଚାରୀମାନେ ଘଟଣା ସ୍ଥଳକୁ ଯାଇ ମହିଳାଙ୍କୁ ଉଦ୍ଧାର କରିଥିଲେ । ସେଠାରୁ ଆବଶ୍ୟକ ଚିକିତ୍ସା ପାଇଁ ନିକଟ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ । ଏବେ ମହିଳା ଜଣକ ସମ୍ପୂର୍ଣ୍ଣ ସୁସ୍ଥ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ମିଳିଛି । ଉଦ୍ଧାର କାର୍ଯ୍ୟରେ ବନ ବିଭାଗର ୱାଇଲ୍ଡ ଲାଇଫ ସ୍କ୍ୱାର୍ଡ ସଦସ୍ୟ ହିମାଂଶୁ ବେହେରା ଓ ନୃପରାଜ୍ ଠାକୁର ସମ୍ପୂର୍ଣ୍ଣ ସହଯୋଗ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!