Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିପିଲି ନାବାଳିକା ଦୁଷ୍କର୍ମ ଘଟଣା, ପୁରୀ ଏସ୍ପିଙ୍କୁ ଭେଟିଲା ବିଜେଡି

by ସଞ୍ଜୟ ସ୍ୱାଇଁ
May 14, 2025
in State
ପିପିଲି ନାବାଳିକା ଦୁଷ୍କର୍ମ ଘଟଣା, ପୁରୀ ଏସ୍ପିଙ୍କୁ ଭେଟିଲା ବିଜେଡି
127
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବିଜୁ ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ପୁରୀ ଜିଲ୍ଲାର ଏସ୍ପିଙ୍କୁ ଭେଟି ପିପିଲି ନାବାଳିକା ଦୁଷ୍କର୍ମ ଘଟଣାରେ ପୀଡିତାକୁ ଉପଯୁକ୍ତ ନ୍ୟାୟ ପ୍ରଦାନ ପାଇଁ ଦୃଢ଼ ଦାବି ଜଣାଇଛନ୍ତି। ପ୍ରତିନିଧି ମଣ୍ଡଳୀ ପୀଡ଼ିତାଙ୍କ ପରିବାରକୁ ଭେଟି ତାଙ୍କୁ ସାନ୍ତ୍ୱନା ଦେବା ସହିତ ତାଙ୍କୁ ନ୍ୟାୟ ପ୍ରଦାନ ପାଇଁ ବିଜୁ ଜନତା ଦଳ ତାଙ୍କ ସହିତ ରହିଛି ବୋଲି କହିଥିଲେ। ରାଜ୍ୟରେ ଦୁଷ୍କର୍ମ ଘଟଣା ଅହେତୁକ ଭାବେ ବୃଦ୍ଧି ପାଉଥିବାରୁ, ବିଜୁ ଜନତା ଦଳ ତରଫରୁ ଦୁଷ୍କର୍ମ ପୀଡିତାଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ତାଙ୍କୁ ନ୍ୟାୟ ପ୍ରଦାନ ପାଇଁ ସ୍ୱର ଉତ୍ତୋଳନ କରିଆସୁଛି। ଏହି ପରିପ୍ରେକ୍ଷୀରେ, ଦୁଇ ଦିନ ତଳେ ଲୋକଲୋଚନକୁ ଆସିଥିବା ପିପିଲି ନାବାଳିକା ଦୁଷ୍କର୍ମ ଘଟଣାରେ ବିଜେଡିର ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଆଜି ପ୍ରଥମେ ପୀଡ଼ିତାଙ୍କ ପରିବାରକୁ ଭେଟି ତାଙ୍କୁ ସମବେଦନା ଜଣାଇଥିଲେ। ପରେ ଏହି ପ୍ରତିନିଧି ମଣ୍ଡଳୀର ସଦସ୍ୟମାନେ ପୁରୀ ଏସ୍ପି ଶ୍ରୀ ବିନିତ ଅଗ୍ରୱାଲଙ୍କୁ ଭେଟି ପୀଡ଼ିତାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ଦାବିରେ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ଏହି ମାମଲାରେ ଏକ ଫେରିବାଲାର ସମ୍ପୃକ୍ତି ରହିଥିବାରୁ, ଫେରିବାଲା ମାନଙ୍କ ପଞ୍ଜିକରଣ ବ୍ୟବସ୍ଥା ସହିତ ପୋଲିସ ପାଟ୍ରୋଲିଂ କଡ଼ାକଡି ବ୍ୟବସ୍ଥା କରିବା ପାଇଁ ଦଳ ତରଫରୁ ସ୍ମାରକପତ୍ରରେ ଦାବି କରାଯାଇଛି। ବିଜୁ ଜନତା ଦଳର ଏହି ପ୍ରତିନିଧି ମଣ୍ଡଳୀରେ ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ପୂର୍ବତନ ସାଂସଦ ଶ୍ରୀମତୀ ଶର୍ମିଷ୍ଠା ସେଠୀ, ଶ୍ରୀମତୀ ରାଜଶ୍ରୀ ମଲ୍ଲିକ, ଶ୍ରୀମତୀ ଲୋପାମୁଦ୍ରା ବକ୍ସିପାତ୍ର, ସୋଫିଆ ଆଲମ, ଶ୍ରୀମତୀ ଭାରତୀ ସିଂହ ଇତ୍ୟାଦି ସାମିଲ ଥିବାବେଳେ ତାଙ୍କ ସହିତ ପୂର୍ବତନ ବିଧାୟକ ତଥା ପୁରୀ ଜିଲ୍ଲା ବିଜେଡି ସଭାପତି ଶ୍ରୀ ଉମାକାନ୍ତ ସାମନ୍ତରାୟ, ରାଜ୍ୟସଭା ସାଂସଦ ଶ୍ରୀ ସୁଭାଶିଷ ଖୁଣ୍ଟିଆ, ପିପିଲିର ପୂର୍ବତନ ବିଧାୟକ ଶ୍ରୀ ରୁଦ୍ର ପ୍ରତାପ ମହାରଥୀ ଉପସ୍ଥିତ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!