Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ଆଜିଠୁ ବଢ଼ିବ କାଳବୈଶାଖୀ, ୭ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ

by ସଞ୍ଜୟ ସ୍ୱାଇଁ
May 15, 2025
in State
ରାଜ୍ୟରେ ଆଜିଠୁ ବଢ଼ିବ କାଳବୈଶାଖୀ, ୭ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ
75
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ୨୧ ତାରିଖରେ ରାଜ୍ୟର ପ୍ରାୟ ସବୁଠି ତାପମାତ୍ରା ୨ ଡିଗ୍ରୀ ଯାଏ କମିବ । ୨୪ରେ ଉପକୂଳ ଓ ସଂଲଗ୍ନ କେନ୍ଦ୍ରୀୟ ଓଡ଼ିଶାରେ ୩ ଡିଗ୍ରୀରୁ ଅଧିକ କମିବ । ୨୫ରୁ ପଶ୍ଚିମ ଓଡ଼ିଶାରେ ୩ଡିଗ୍ରୀରୁ ଅଧିକ କମିପାରେ । ବର୍ଷା ପାଇଁ ଚତୁର୍ଥ ସପ୍ତାହରୁ ତାତି କମିବ। ତାତି କମିବ ସତ, କିନ୍ତୁ ଗୁଳୁଗୁଳିରୁ ତ୍ରାହି ମିଳିବନି । ବରିଷ୍ଠ କୃଷି ପାଣିପାଗ ବିଷାରଦ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏଭଳି ପୂର୍ବାନୁମାନ କରିଛନ୍ତି । ପ୍ରଫେସର ପଶୁପାଳକ କହିଛନ୍ତି, ୧୫ ତାରିଖରୁ ୧୭ ତାରିଖ ଯାଏ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ । ୨୧ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ମୟୂରଭଞ୍ଜରେ ସ୍ୱଳ୍ପ ବର୍ଷା ସମ୍ଭାବନା ଅଛି । କିଛି ସ୍ଥାନରେ ଘଡ଼ଘଡ଼ି ସହ ମଧ୍ୟମ ବର୍ଷା ହୋଇପାରେ । ୨୧ରୁ ୨୪ ତାରିଖ ଯାଏ ଉପକୂଳ ଓଡ଼ିଶା, ୨୪ରେ ପଶ୍ଚିମ ଓଡ଼ିଶାକୁ ଛାଡ଼ି ଅନ୍ୟ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୨୫ ଓ ୨୬ରେ ଦକ୍ଷିଣ ଓଡ଼ିଶାରେ ପ୍ରାକ୍ ମୌସୁମୀ ବର୍ଷା ହୋଇପାରେ ବୋଲି ସେ କହିଛନ୍ତି । ତେବେ ବଲାଙ୍ଗୀର ଓ ସୋନପୁରରେ ବର୍ତ୍ତମାନର ତାପମାତ୍ରା ୨୦ ତାରିଖ ଯାଏ ଅପରିବର୍ତ୍ତିତ ରହିବ । ରାଉରକେଲାରେ ୧୮ ଓ ସମ୍ବଲପୁରରେ ୧୯ ଯାଏ ତାତି ଜାରି ରହିବ । ଆଭ୍ୟନ୍ତରୀଣ ଗଞ୍ଜାମ, ଢେଙ୍କାନାଳ ଓ ଭଦ୍ରକରେ ୧୮ ତାରିଖ ଯାଏ ତାତି ଅନୁଭୂତ ହେବ । ୨୦ ତାରିଖ ଯାଏ ଭୁବନେଶ୍ୱରର ତାପମାତ୍ରା ୩୬ ଡିଗ୍ରୀ ତଳେ ରହିବ ବୋଲି ପ୍ରଫେସର ପଶୁପାଳକ ଆକଳନ କରିଛନ୍ତି । ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ଗୁରୁବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ପବନର ଝଟ୍କା ୪୦ରୁ ୫୦ କିମି ଛୁଇଁପାରେ । ଶୁକ୍ରବାର ଓ ଶନିବାର ମଧ୍ୟ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ । ୧୬ ତାରିଖ(ଶୁକ୍ରବାର) ସନ୍ଧ୍ୟାରେ ମାଲକାନଗିରି, କୋରାପୁଟ ଓ ରାୟଗଡ଼ାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । କିନ୍ତୁ ସେଦିନ ଦିନବେଳା ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଗରମ ଓ ଗୁଳୁଗୁଳି ହେବ । ୧୭ ତାରିଖ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ଝଟ୍କା ଦେଇପାରେ । ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ସନ୍ଧ୍ୟାରେ କାଳବୈଶାଖୀ ବର୍ଷା ସମ୍ଭାବନା ଅଛି । ୧୮ ଓ ୧୯ ତାରିଖରେ ମଧ୍ୟ କାଳବୈଶାଖୀ ବର୍ଷା ହୋଇପାରେ । ବୁଧବାର ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି । ଦିନବେଳା ବି ଅଧିକାଂଶ ସ୍ଥାନର ତାପମାତ୍ରା ୨ରୁ ୩ ଡିଗ୍ରୀ କମିଛି । ବୌଦ୍ଧର ଦିନ ତାପମାତ୍ରା ସର୍ବାଧିକ ୪୨.୫ ଡିଗ୍ରୀ ରହିଛି । ସମ୍ବଲପୁର ଓ ବରଗଡ଼ରେ ୪୦.୬ ଡିଗ୍ରୀ, ବଲାଙ୍ଗୀରରେ ୪୦.୨, ନୂଆପଡ଼ାରେ ୪୦ ଡିଗ୍ରୀ ରେକର୍ଡ ହୋଇଛି । ଉପକୂଳ ଓଡ଼ିଶାର ସବୁ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!