Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସେନାର ମନୋବଳ ବୃଦ୍ଧି ପାଇଁ ‘ପରାକ୍ରମ ଶୋଭାଯାତ୍ରା’

by ସଞ୍ଜୟ ସ୍ୱାଇଁ
May 15, 2025
in Nayagarh
ସେନାର ମନୋବଳ ବୃଦ୍ଧି ପାଇଁ ‘ପରାକ୍ରମ ଶୋଭାଯାତ୍ରା’
98
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ ଭାରତୀୟ ସେନା ସମ୍ମାନ ଓ ମନୋବଳ ବୃଦ୍ଧି ସହିତ ଭାରତର ସୁରକ୍ଷା ଜଣାଇବାକୁ ‘ପରାକ୍ରମ ଶୋଭାଯାତ୍ରା’ର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ତିନିବାହିନୀର ବୀର ଯବାନଙ୍କୁ କୃତଜ୍ଞତା ଭାବ ପ୍ରକାଶ କରି ଜିଲ୍ଲାସ୍ତରୀୟ ତ୍ରିରଙ୍ଗା ମୋଟରସାଇକେଲ ଶୋଭାଯାତ୍ରା ନୟାଗଡ଼ ସହର ଦୁର୍ଗାପ୍ରସାଦ ପଡ଼ିଆ ଠାରୁ ଆରମ୍ଭ ହୋଇ ପୂରୁଣା ସହର ସ୍ଥିତ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ସହର ଯାତ୍ରା କରିଥିଲା । ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ,ଉପ ଜିଲ୍ଲାପାଳ କର୍ଣ୍ଣଦେବା ସମାଦ୍ଦାର, ପୌର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ ଉପସ୍ଥିତ ରହି ପତାକା ପ୍ରଦର୍ଶନ କରି ଏହି ତ୍ରିରଙ୍ଗା ଶୋଭା ଯାତ୍ରାର ଶୁଭାରମ୍ଭ କରିଥିଲେ । ବୀର ଯବାନଙ୍କ ସମ୍ମାନାର୍ଥେ ଜିଲ୍ଲା ପ୍ରଶାସନର ସମସ୍ତ ଅଧିକାରୀ ଜନସାଧାରଣଙ୍କ ସହ ବାଇକ୍‌ରେ ବସି ସହର ପରିକ୍ରମା କରିଥିଲେ । ଏହି ଶୋଭାଯାତ୍ରାରେ ବିଭିନ୍ନ ବିଭାଗର ଅଧିକାରୀ, କର୍ମଚାରୀ, ପୁଲିସ ବାହିନୀଙ୍କ ସମେତ ଶହ ଶହ ସଂଖ୍ୟାରେ ଜନସାଧାରଣ ଏହି ଶୋଭାଯାତ୍ରାରେ ସାମିଲ ହୋଇ ହାତରେ ତ୍ରିରଙ୍ଗା ପତାକା ଧରି ବନ୍ଦେ ମାତରମ୍ ନାରା ଦେଇ ସହର ପରିକ୍ରମା କରିଥିଲେ । ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଜ୍ୟୋସ୍ନାମୟୀ ଆଚାର୍ଯ୍ୟ ଶୋଭାଯାତ୍ରା ସମାପ୍ତ ହେବା ପରେ କାର୍ଯ୍ୟକ୍ରମର ସଫଳତା ପାଇଁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!