Tuesday, May 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓବିସି, ଏସଇବିସିଙ୍କୁ ସଂରକ୍ଷଣ ପ୍ରସଙ୍ଗ, କ୍ୟାବିନେଟ ନିଷ୍ପତ୍ତିକୁ ନୟାଗଡ଼ ବିଧାୟକ ଅରୁଣଙ୍କ ସମାଲୋଚନା

by ସଞ୍ଜୟ ସ୍ୱାଇଁ
May 15, 2025
in State
ଓବିସି, ଏସଇବିସିଙ୍କୁ ସଂରକ୍ଷଣ ପ୍ରସଙ୍ଗ, କ୍ୟାବିନେଟ ନିଷ୍ପତ୍ତିକୁ ନୟାଗଡ଼ ବିଧାୟକ ଅରୁଣଙ୍କ ସମାଲୋଚନା
110
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଉଚ୍ଚଶିକ୍ଷା ବିଭାଗର ଛାତ୍ରଛାତ୍ରୀଙ୍କ ସଂରକ୍ଷଣ ଲାଗି ଗତକାଲି କ୍ଯାବିନେଟ ଯେଉଁ ନିଷ୍ପତ୍ତି ନେଇଛି ତାକୁ କଡ଼ା ସମାଲୋଚନା କରିଛି ବିଜେଡି । କ୍ୟାବିନେଟ ନିଷ୍ପତ୍ତି ଶିକ୍ଷା କ୍ଷେତ୍ରରେ ଏକ ପ୍ରହେଳିକା ବୋଲି କହିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ । କହଛନ୍ତି, ତାହା ଏକ ହାଲୁକା ସଂରକ୍ଷଣ ବା ଆଂଶିକ ସଂରକ୍ଷଣ । ସେଥିପାଇଁ ସରକାରଙ୍କୁ ଆଂଶିକ ଧନ୍ୟବାଦ । କାରଣ ହେଉଛି ଯୁକ୍ତ ଦୁଇ, ଯୁକ୍ତ ତିନି ଓ ପିଜିରେ ସିଟ ଖାଲି ପଡୁଛି । ସେଠି ସରକାର ସଂରକ୍ଷଣ ଦେଇଛନ୍ତି । ମୂଳ ଦାବି ହେଉଛି ଇଞ୍ଜିନିୟରିଂ, ମେଡିକାଲ ଓ ଟେକ୍ନିକାଲରେ ସଂରକ୍ଷଣ ଦିଆଯାଉ। ସେଠି ଏସସି ଓ ଏସଟି ପିଲାଙ୍କୁ ୨୦% ଦେଉଛନ୍ତି। ତାଙ୍କୁ ୩୮.୭୫ % ସଂରକ୍ଷଣ ଦିଅ । ଓବିସି ପିଲାମାନେ ଶୂନ ସଂରକ୍ଷଣ ପାଉଛନ୍ତି। ତାଙ୍କୁ ୨୭ % ଦିଅ । ଯଦି ସଂରକ୍ଷଣ ସେମାନଙ୍କୁ ଦେଇ ନପାରିବ ତେବେ ଏ ପ୍ରହେଳିକା ସୃଷ୍ଟି କରି ବାହାବା ନେବାର କୌଣସି ଆବଶ୍ୟକତା ନାହିଁ ବୋଲି କହିଛନ୍ତି ଅରୁଣ। ସମାଜରେ ଯେଉଁ ତାରତମ୍ୟ ଅଛି ତାକୁ ଭାଙ୍ଗିବା ପାଇଁ କାମ ନକରି ଲୋକଙ୍କୁ ଭୁଆଁ ବୁଲାଉଛନ୍ତି ବୋଲି କଟାକ୍ଷ କରିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ। ସେହିପରି ଏ ପ୍ରସଙ୍ଗରେ ପ୍ରତିକ୍ରିୟା ଦେଇ ବିଜେଡି ବିଧାୟକ ମନୋହର ରନ୍ଧାରୀ କହିଛନ୍ତି, ବହୁପୂର୍ବରୁ ଓବିସି ଓ ଏସଇବିସିଙ୍କ ପାଇଁ ୨୭ ପ୍ରତିଶତ ସଂରକ୍ଷଣ ଦଳ ଦାବି କରିଆସୁଛି। ବିଶେଷତଃ ମେଡିକାଲ୍, ଇଞ୍ଜିନିୟରିଂ ଓ ବୃତ୍ତିଗତ ଶିକ୍ଷାରେ ଓବିସି ଛାତ୍ରଛାତ୍ରୀଙ୍କ ପାଇଁ ୨୭ ପ୍ରତିଶତ ସଂରକ୍ଷଣ ଲାଗି ଦାବି କରିଆସୁଛି । ଏହାସହ ନିଯୁକ୍ତି କ୍ଷେତ୍ରରେ ଏସଇବିସିଙ୍କ ଲାଗି ୨୭ ପ୍ରତିଶତ ସଂରକ୍ଷଣ କରାଯାଉ ବୋଲି ଦଳ ଦାବି ଜଣାଇଛି । ସରକାର କିନ୍ତୁ କ୍ୟାବିନେଟରେ ତାହା କରିନାହାଁନ୍ତି କହି ସମାଲୋଚନା କରିଛନ୍ତି ବିଜେଡି ବିଧାୟକ ମନୋହର ରନ୍ଧାରୀ। ଗତକାଲି ସାମାଜିକ ଓ ଅର୍ଥନୈତିକ ପଛୁଆ ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ନାମଲେଖାରେ ୧୧.୨୫ ପ୍ରତିଶତ ସଂରକ୍ଷଣ ଦେବାକୁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି । ଏହି ସଂରକ୍ଷଣ ନୀତି ଚଳିତ ଶିକ୍ଷା ବର୍ଷରୁ ରାଜ୍ୟର ସବୁ ସରକାରୀ ବିଶ୍ବବିଦ୍ୟାଳୟ, ସରକାରୀ ଓ ଅନୁଦାନପ୍ରାପ୍ତ ଉଚ୍ଚ ଶିକ୍ଷାନୁଷ୍ଠାନରେ ଲାଗୁ କରାଯିବ। ଏହା ସହିତ ଉଚ୍ଚଶିକ୍ଷାରେ ଅନୁସୂଚିତ ଜନଜାତି ବର୍ଗର ଛାତ୍ରଛାତ୍ରୀଙ୍କ ଲାଗି ୨୨.୫ ପ୍ରତିଶତ, ଅନୁସୂଚିତ ଜାତି ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ୧୬.୨୫ ପ୍ରତିଶତ, ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଲାଗି ୫ ପ୍ରତିଶତ ଓ ପୂର୍ବତନ ସେନାନୀଙ୍କ ପରିବାର ସଦସ୍ୟଙ୍କ ଲାଗି ୧ ପ୍ରତିଶତ ସଂରକ୍ଷଣ ପୂର୍ବ ପରି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!