Tuesday, May 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓବିସି, ଏସଇବିସିଙ୍କୁ ସଂରକ୍ଷଣ ପ୍ରସଙ୍ଗ, ଶ୍ରୀକାନ୍ତଙ୍କ ସମାଲୋଚନା

by ସଞ୍ଜୟ ସ୍ୱାଇଁ
May 15, 2025
in State
ଓବିସି, ଏସଇବିସିଙ୍କୁ ସଂରକ୍ଷଣ ପ୍ରସଙ୍ଗ, ଶ୍ରୀକାନ୍ତଙ୍କ ସମାଲୋଚନା
31
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଓବିସି, ଏସଇବିସିଙ୍କ ପାଇଁ କ୍ୟାବିନେଟ୍ ବୈଠକରେ ନିଆଯାଇଥିବା ନିଷ୍ପତ୍ତିକୁ ଘୋର ନିନ୍ଦା କରିଛନ୍ତି କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ପିସିସି ସଭାପତି ଶ୍ରୀକାନ୍ତ ଜେନା । ଏହି ନିଷ୍ପତ୍ତି ନିଷ୍ଠୁର ଓ ଏକ ପରିହାସ ବୋଲି ସେ କହିଛନ୍ତି । ଏହା କେବଳ ଉଚ୍ଚଶିକ୍ଷା ବିଭାଗରେ ଦିଆଯାଇଛି । ମେଡିକାଲ୍, ଇଞ୍ଜିନିୟର ଓ ଅନ୍ୟାନ୍ୟ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ଏହାକୁ ଲାଗୁ କରିବାକୁ ଦାବି କରାଯାଇଥିଲା । ତେଣୁ ଚଳିତ ଶିକ୍ଷା ବର୍ଷ ଆରମ୍ଭ ପୂର୍ବରୁ ଏହି ନିଷ୍ପତ୍ତି ବଦଳାଯାଉ । କେବଳ ଉଚ୍ଚଶିକ୍ଷା ବିଭାଗରେ ନୁହେଁ ମେଡିକାଲ, ଇଞ୍ଜିନିୟରିଂ ଓ ବୃତ୍ତିଗତ ଶିକ୍ଷାରେ ୨୭% ଓବିସି ଛାତ୍ରଛାତ୍ରୀଙ୍କ ପାଇଁ ସଂରକ୍ଷଣ କରାଯାଉ। ସେହିପରି ନିଯୁକ୍ତି କ୍ଷେତ୍ରରେ ମଧ୍ୟ ୨୭% ସଂରକ୍ଷଣ କରାଯାଉ ବୋଲି ଦାବି କରିଛନ୍ତି ଶ୍ରୀକାନ୍ତ । ଗତକାଲି ସାମାଜିକ ଓ ଅର୍ଥନୈତିକ ପଛୁଆ ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ନାମଲେଖାରେ ୧୧.୨୫ ପ୍ରତିଶତ ସଂରକ୍ଷଣ ଦେବାକୁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି । ଏହି ସଂରକ୍ଷଣ ନୀତି ଚଳିତ ଶିକ୍ଷା ବର୍ଷରୁ ରାଜ୍ୟର ସବୁ ସରକାରୀ ବିଶ୍ବବିଦ୍ୟାଳୟ, ସରକାରୀ ଓ ଅନୁଦାନପ୍ରାପ୍ତ ଉଚ୍ଚ ଶିକ୍ଷାନୁଷ୍ଠାନରେ ଲାଗୁ କରାଯିବ । ଏହା ସହିତ ଉଚ୍ଚଶିକ୍ଷାରେ ଅନୁସୂଚିତ ଜନଜାତି ବର୍ଗର ଛାତ୍ରଛାତ୍ରୀଙ୍କ ଲାଗି ୨୨.୫ ପ୍ରତିଶତ, ଅନୁସୂଚିତ ଜାତି ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ୧୬.୨୫ ପ୍ରତିଶତ, ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଲାଗି ୫ ପ୍ରତିଶତ ଓ ପୂର୍ବତନ ସେନାନୀଙ୍କ ପରିବାର ସଦସ୍ୟଙ୍କ ଲାଗି ୧ ପ୍ରତିଶତ ସଂରକ୍ଷଣ ପୂର୍ବ ପରି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!