Tuesday, May 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଇଣ୍ଡିଆନ୍ ଷ୍ଟିଲ୍ ଆସୋସିଏସନ୍

by ସଞ୍ଜୟ ସ୍ୱାଇଁ
May 15, 2025
in State
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଇଣ୍ଡିଆନ୍ ଷ୍ଟିଲ୍ ଆସୋସିଏସନ୍
12
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଇଣ୍ଡିଆନ୍ ଷ୍ଟିଲ ଆସୋସିଏସନ୍ର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲଙ୍କ ନେତୃତ୍ୱରେ ଇସ୍ପାତ କ୍ଷେତ୍ରର ଅନେକ ପ୍ରତିନିଧି ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ ଅଧିକ ଷ୍ଟିଲ ଉତ୍ପାଦନ ଓ ଏଥିପାଇଁ ଆବଶ୍ୟକ ସୁବିଧା ସୁଯୋଗର ବୃଦ୍ଧି ଉପରେ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ଓ ୨୦୪୭ ସୁଦ୍ଧା ବିକଶିତ ଭାରତର ଗ୍ରୋଥ୍ ଇଞ୍ଜିନ ହେବା ଓଡିଶାର ଲକ୍ଷ୍ୟ। ଏଥିରେ ଖଣି ଓ ଷ୍ଟିଲ କ୍ଷେତ୍ରର ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିବ। ତେଣୁ, ଓଡିଶାରେ କମ୍ପାନୀ ପ୍ରତିଷ୍ଠା କରୁଥିବା ସଂସ୍ଥା ଗୁଡିକୁ ସୁବିଧାରେ କଞ୍ଚାମାଲ୍ ଯୋଗାଇଦେବା ସହିତ ଅନ୍ୟାନ୍ୟ ସୁବିଧା ସୁଯୋଗ ଯୋଗାଇଦେବା ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରୁଛନ୍ତି। ଷ୍ଟିଲ କମ୍ପାନୀ ଗୁଡିକୁ ମଧ୍ୟ ଉପଯୁକ୍ତ ବିଚାର ଆଲୋଚନା କରାଯାଇ ନିୟମ ଅନୁସାରେ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବୈଠକର ଆଲୋଚନାରୁ ଜଣାଯାଇଛି ଯେ, ବର୍ତ୍ତମାନ ଦେଶର ଷ୍ଟିଲ ଉତ୍ପାଦନ ପରିମାଣ ବାର୍ଷିକ ୧୬୫ ମିଲିଅନ୍ ଟନ ରହିଛି। ୨୦୪୭ ସୁଦ୍ଧା ଏହି ପରିମାଣ ୫୦୦ ମିଲିଅନ୍ ଟନ ବୃଦ୍ଧି କରାଯିବାର ଲକ୍ଷ୍ୟ ରଖାଯାଇଛି। ଦେଶର ଷ୍ଟିଲ ଉତ୍ପାଦନ ବୃଦ୍ଧିରେ ଓଡିଶାର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ଓ ରହିବ ମଧ୍ୟ। ତେଣୁ, ଷ୍ଟିଲ କମ୍ପାନୀ ମାନଙ୍କୁ ଯେପରି ସୁବିଧାରେ ଲୁହାପଥର ମିଳିବ ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ସୁବିଧା ମିଳି ପାରିବ, ସେ ବିଷୟରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା। ବୈଠକରେ ଅଧିକ ଲୁହା ପଥର ଖଣିର ନିଲାମ୍ ଏବଂ ନିଲାମ୍ ହୋଇଥିବା ଖଣି ଗୁଡିକରୁ ଶୀଘ୍ର ଉତ୍ତୋଳନ ଆରମ୍ଭ ଉପରେ ଆଲୋଚନା କରାଯାଇଥିଲା। ଚଳିତବର୍ଷ ପ୍ରାୟ ୩୦ ଟି ଖଣି ନିଲାମ୍ ହେବାର ସମ୍ଭାବନା ରହିଛି ବୋଲି ଜଣାଯାଇଛି। ଏହା ସହିତ OMCରୁ କିପରି ସୁବିଧାରେ ଷ୍ଟିଲ କମ୍ପାନୀ ମାନଙ୍କୁ ଲୁହାପଥର ଯୋଗାଇ ଦିଆଯାଇ ପାରିବ, ସେ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ଏବଂ ଅନ୍ୟ ସମ୍ପୃକ୍ତ ବିଭାଗର ସଚିବ ମାନେ ଉପସ୍ଥିତ ଥିଲେ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!