Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗ୍ରୀଷ୍ମକାଳୀନ ଚେସ ପ୍ରଶିକ୍ଷଣ ଶିବିର ଉଦଘାଟିତ

by ସଞ୍ଜୟ ସ୍ୱାଇଁ
May 16, 2025
in Nayagarh, Sports, State
ଗ୍ରୀଷ୍ମକାଳୀନ ଚେସ ପ୍ରଶିକ୍ଷଣ ଶିବିର ଉଦଘାଟିତ
71
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ ଅଲ ଓଡ଼ିଶା ଚେସ ଆସୋସିଏସନର ମିଳିତ ଆନୁକୂଲ୍ୟରେ ଏକ ଗ୍ରୀଷ୍ମକାଳୀନ ଚେସ ପ୍ରଶିକ୍ଷଣ ଶିବିର ସ୍ଥାନୀୟ ଏନଏସି ଉଚ୍ଚ ବିଦ୍ୟାଳୟ ଠାରେ ଉଦଘାଟିତ ହୋଇଯାଇଛି। ଦୀର୍ଘ ୧୨ ଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଏହି ପ୍ରଶିକ୍ଷଣ ଶିବିରକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଉଦଘାଟନ କରି ଚେସ ଖେଳ ମାନସିକ ତଥା ବୌଦ୍ଧିକ ବିକାଶରେ ସହାୟକ ହୋଇଥାଏ ବୋଲି କହିଥିଲେ। ଯେଉଁ ପିଲାମାନେ ସୂର୍ଯ୍ୟଙ୍କୁ ଉଠାନ୍ତି ଅର୍ଥାତ ପ୍ରତ୍ୟୁଷରେ ଉଠୁଥିବା ପିଲାମାନେ ଅଧିକ ବୁଦ୍ଧିମାନ ହୁଅନ୍ତି ବୋଲି ମୁଖ୍ୟ ଅତିଥି ଉପସ୍ଥିତ ପ୍ରତିଯୋଗୀ ମାନଙ୍କୁ ବୁଝାଇଥିଲେ। ଆଗାମୀ ଦିନରେ ଚେସ ଖେଳର ସମସ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରଶାସନ ସହଯୋଗ କରିବ ବୋଲି ଏହି ଅବସରରେ ମୁଖ୍ୟ ଅତିଥି ଶ୍ରୀ ପଟ୍ଟନାୟକ ପ୍ରତିଶୃତି ଦେଇଥିଲେ।

ସେହିପରି ସମ୍ମାନୀତ ଅତିଥି ଭାବେ ଜିଲ୍ଲା ଶିକ୍ଷାଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ଏବଂ ଜିଲ୍ଲା କ୍ରୀଡ଼ା ଅଧିକାରିଣୀ ସୁଜାତା ସାହୁ ପ୍ରମୁଖ ଯୋଗଦାନ କରି ଚେସ ଖେଳକୁ ରାଜ୍ୟ ତଥା ରାଜ୍ୟ ବାହାରେ ଲୋକପ୍ରିୟ କରାଇଥିବା ରାଜ୍ୟର କିଛି ପ୍ରମୁଖ ଚେସ ଖେଳାଳିଙ୍କ ସମ୍ପର୍କରେ ଆଲୋକପାତ କରିଥିଲେ। ଅନ୍ୟତମ ଅତିଥି ଭାବେ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ରସିଦା ଖାତୁନ ଯୋଗଦାନ କରି ପିଲାମାନଙ୍କୁ ଉତ୍ସାହିତ କରିଥିଲେ। ଚେସ ସଂଘ ସଭାପତି ଭାଗିରଥି ଦାସଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ଉଦଘାଟନ ସଭାରେ କୋଷାଧକ୍ଷ ତାରୁନ ଖାଁ ମଞ୍ଚ ପରିଚାଳନା କରିଥିବା ବେଳେ ଜିଲ୍ଲା ସମ୍ପାଦକ ଲକ୍ଷ୍ମୀଧର ସାହୁ ସ୍ୱାଗତ ଭାଷଣ ଏବଂ ଶିବିରର ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ଅନୁଷ୍ଠିତ ପ୍ରଶିକ୍ଷଣ ଶିବିରରେ ପୂର୍ବତନ ଜିଲ୍ଲା ସମ୍ପାଦକ ତଥା ରାଜ୍ୟ ଚେସ ସଂଘର କାର୍ଯ୍ୟକାରୀ କମିଟି ସଦସ୍ୟ ରିତେଶ ରଥ, ସହ ସମ୍ପାଦକ ଉମାକାନ୍ତ ମିଶ୍ର, ସଦସ୍ୟ ଧିରେନ ପ୍ରଧାନ, ଭିକାରି ଚରଣ ଦାସ,ଅଜିତ କୁମାର ମିଶ୍ର,ସଞ୍ଜୟ ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିବା ବେଳେ ପ୍ରଶିକ୍ଷକ ଭାବେ ଜୟ ପ୍ରକାଶ ବୈରୀଗଞ୍ଜନ, ଶିଶିର କୁମାର ନାୟକ ଏବଂ ବାଲାରସେନ ପାତ୍ର, ପ୍ରଦ୍ୟୁମ୍ନ ନନ୍ଦ ପ୍ରମୁଖ ପିଲାମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିଥିଲେ।

ଉପ ସଭାପତି ବାଲାରସେନ ପାତ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟ ଶିକ୍ଷୟିତ୍ରୀ ରୋଜାଲିନ ମିଶ୍ର, ଚିତ୍ତରଞ୍ଜନ ପ୍ରଧାନ, ମଂଜିତ ଜେନା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।ଶେଷରେ ମୁଖ୍ୟ ଅତିଥି ପିଲାମାନଙ୍କ ସହିତ କିଛି ସମୟ ପାଇଁ ଚେସ ଖେଳି ପ୍ରଶିକ୍ଷାର୍ଥୀ ମାନଙ୍କୁ ଉତ୍ସାହିତ କରିଥିବା ବେଳେ ଶିବିରରେ ୬୦ ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ।

 

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!