Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜୁବାବୁଙ୍କର ସେଦିନର ସାନ ପିଲା ‘ନୂଆପଡା’ ଆଜି ବଡ଼ ହୋଇଛି, ସଶକ୍ତ ହୋଇଛି ଓ ସବୁଜ ହୋଇଛି : ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
March 10, 2021
in Feature News
ବିଜୁବାବୁଙ୍କର ସେଦିନର ସାନ ପିଲା ‘ନୂଆପଡା’ ଆଜି ବଡ଼ ହୋଇଛି, ସଶକ୍ତ ହୋଇଛି ଓ ସବୁଜ ହୋଇଛି : ମୁଖ୍ୟମନ୍ତ୍ରୀ
92
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଖଡ଼ିଆଳ ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବୋଧନ ଦେଇ ନୂଆପଡାକୁ ସ୍ୱତନ୍ତ୍ର ଧ୍ୟାନ ଦେଇଛନ୍ତି । ସ୍ୱାଧୀନତା ସଂଗ୍ରାମରେ ମା’ମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା। ନୂଆପଡାରେ ଶିଶୁ ମୃତ୍ୟୁହାର ବହୁତ କମିଛି । ମା’ ମାନଙ୍କ ଜୀବନ ବଞ୍ଚାଇବାରେ ନୂଆପଡା ବେଶ ବଡ଼ ଭୂମିକା ଗ୍ରହଣ କରିଛି । ଏକହଜାରରୁ ଅଧିକ ଫ୍ଲୋରାଇଡ ପ୍ଲାଣ୍ଟ ସ୍ଥାପନ କରାଯାଇଛି।

ନୂଆପଡାରେ ୧ ଲକ୍ଷ ପରିବାର ପାଇପ ପାଣି ପିଉଛନ୍ତି । ମାଇଲ ମାଇଲ ଯାଇ ପାଣି ଆଣିବା ମୋତେ ବେଶ ଦୁଃଖ ଦେଇଥିଲା । ତେଣୁ ମୋର ଲକ୍ଷ୍ୟ ୨୦୨୨ ସୁଦ୍ଧା ସବୁ ପରିବାରକୁ ପାଇପ ପାଣି ମିଳିବ, ନୂଆପଡା ଆଜି ସବୁଜିମାରେ ପରିଣତ ହୋଇଛି । ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ନିକଟରେ ସାଇନ୍ସ ପାର୍କ ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କେବଳ ଏତିକି ନୁହେଁ, ଭେଲାର ସଂଗ୍ରାମୀମାନଙ୍କୁ ସମ୍ମାନ ଜଣାଇ ସେଠାରେ ଏକ ସୁନ୍ଦର ସ୍ମାରକୀ ନିର୍ମାଣ କରାଯିବ । ୧୯୯୩ରେ ବିଜୁବାବୁ ନୂଆପଡାକୁ ଏକ ସ୍ଵତନ୍ତ୍ର ଜିଲ୍ଲା ଘୋଷଣା କରିଥିଲେ । ସେତେବେଳେ କିଛି ଲୋକ ତାଙ୍କୁ ପ୍ରଶ୍ନ କରିଥିଲେ ଯେ ଆପଣ ଏତେ ଛୋଟ ଅଞ୍ଚଳକୁ କାହିଁକି ଜିଲ୍ଲା କଲେ ? ସେତେବେଳେ ବିଜୁବାବୁ କହିଥିଲେ, “ନୂଆପଡା ଓଡ଼ିଶା ମା’ର ସବୁଠାରୁ ସାନ ପିଲା । ସବୁ ବାପା ମା’ ଯେପରି ଦୂରରେ ଥିବା ପିଲାକୁ ଅଧିକ ଭଲ ପାଆନ୍ତି,ମୁଁ ମଧ୍ୟ ସେପରି ନୂଆପଡ଼ାକୁ ସ୍ଵତନ୍ତ୍ର ଧ୍ୟାନ ଦେଉଛି।”

ବିଜୁ ଏକ୍ସପ୍ରେସ ୱେରେ ସବୁଠାରୁ ଅଧିକ ଲାଭ ପାଇଛି ନୂଆପଡା । ୬୮୦ କୋଟି ଟଙ୍କାରେ ୧୩୨ କି.ମି ରାସ୍ତା କେବଳ ନୂଆପଡାରେ ହିଁ ହୋଇଛି । ଏବେ ମୁଁ ଲୋୟର ଇନ୍ଦ୍ର ପ୍ରକଳ୍ପକୁ ଆସିବି । ଏ ପ୍ରକଳ୍ପ ସାରା ରାଜ୍ୟ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ପ୍ରକଳ୍ପ । ଏ ପ୍ରକଳ୍ପ ପାଇଁ ଜମି ଦେଇଥିବା ସବୁ ଲୋକଙ୍କୁ ସେମାନଙ୍କ ତ୍ୟାଗ ପାଇଁ ଧନ୍ୟବାଦ ଜଣାଉଛି ବୋଲି ନବୀନ ପଟ୍ଟନାୟକ କହିଛନ୍ତି ।ଆପଣମାନଙ୍କ ତ୍ୟାଗ ପାଇଁ ନୂଆପଡାର କୋମନା, ଖଡିଆଳ ଓ ବଲାଙ୍ଗିରର ବଙ୍ଗୋମୁଣ୍ଡା, ମୁରିବାହାଲ ଓ ଟିଟିଲାଗଡ ବ୍ଲକର ୨୦୦ଟି ଗାଁ ର ୧,୮୦,୦୦୦ ଲୋକ ଉପକାର ପାଇବେ।

ଆପଣ ଜାଣନ୍ତି ନୂଆପଡାରେ ୨୨୦ କୋଟି ଟଙ୍କାର ବୃହତ ଉଠାଜଳସେଚନ ପ୍ରକଳ୍ପ ଏ ବର୍ଷ ଡିସେମ୍ବର ସୁଦ୍ଧା ଶେଷ ହେବ । ଏହାଦ୍ୱାରା କୋମନା, ନୂଆପଡା, ସିନାପାଲୀ ଓ ବୋଡେନ ଅଞ୍ଚଳର ୧୮୦୦୦ ଏକର ରୁ ଅଧିକ ଜମିକୁ ପାଣି ମିଳିପାରିବ । ଏଥିପାଇଁ ଆଉ ୭୫୦୦ ଏକର ଜମିକୁ ପାଣି ଯୋଗାଇଦେବା ପାଇଁ ପଦକ୍ଷେପ ନିଆଯିବ ବୋଲି ମୁଁ ଘୋଷଣା କରୁଛି।
ବିଜୁବାବୁଙ୍କର ସେଦିନର ସାନ ପିଲା ‘‘ନୂଆପଡା” ଆଜି ବଡ ହୋଇଛି । ସଶକ୍ତ ହୋଇଛି । ସବୁଜ ହୋଇଛି । ଓଡିଶାର ବିକାଶ ଯାତ୍ରାରେ ନିଜ ପାଇଁ ଏକ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । ଏଥିପାଇଁ ମୁଁ ବହୁତ ଖୁସି । ନୂଆପଡାରେ ବିକାଶର ଏ ଧାରା ଆହୁରି ଆଗକୁ ବଢ଼ିବ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!