Sunday, May 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ଜଣ ନାବାଳକକୁ ଯୌନ ନିର୍ଯାତନା, ୨୫ ବର୍ଷ ଜେଲ୍

by ସଞ୍ଜୟ ସ୍ୱାଇଁ
May 17, 2025
in State
ଦୁଇ ଜଣ ନାବାଳକକୁ ଯୌନ ନିର୍ଯାତନା, ୨୫ ବର୍ଷ ଜେଲ୍
62
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଝାରସୁଗୁଡା ଜିଲ୍ଲାରେ ଦୁଇ ଜଣ ନାବାଳକଙ୍କୁ ଦୁଷ୍କର୍ମ କରାଯାଇଥିବା ମାମଲାର ଆଜି ଚୂଡାନ୍ତ ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲ୍ଲା ଓ ଦୌରା ଅଦାଲତ ବିଚାରପତି, POCSO ଶ୍ରୀମତୀ ପୂଜା ଷଡ଼ଙ୍ଗୀ ଏହି ମାମଲାରେ ସମ୍ପୃକ୍ତ ଥିବା ମୁଖ୍ୟ ଅଭିଯୁକ୍ତଙ୍କୁ ୨୫ ବର୍ଷ ସଶ୍ରମ କାରାଦଣ୍ଡଦେଶ ପ୍ରଦାନ କରିଛନ୍ତି । ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ମାତ୍ର ୫୫ ଦିନ ମଧ୍ୟରେ ଅଭିଯୁକ୍ତଙ୍କ ବିରୋଧରେ ପୋଲିସ ପକ୍ଷରୁ ଚାର୍ଜସିଟ ଦାଖଲ କରାଯାଇଥିଲା। ସେହି ଅନୁଯାୟୀ ଏହି ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି। ସୂଚନା ଅନୁଯାୟୀ, ଚଳିତ ବର୍ଷ ମାର୍ଚ୍ଚ ମାସ ୨୩ ତାରିଖରେ ବ୍ରଜରାଜନଗର ଥାନାରେ ଏହି ଦୁଷ୍କର୍ମ ମାମଲା ପଞ୍ଜିକୃତ ହୋଇଥିଲା। ଅଭିଯୁକ୍ତ ଅଜିତ ନାଗ ଜଣେ ୧୧ ବର୍ଷ ବୟସର ନାବାଳକଙ୍କୁ ଏକ ନିକାଞ୍ଚନ ଜାଗାକୁ ନେଇ ଯୌନ ନିର୍ଯାତନା ଦେଇଥିଲା। ଏହାର ପ୍ରତିବାଦ କରିବାରୁ ଅଭିଯୁକ୍ତ ଅଜିତ ପୀଡିତ ନାବାଳକଙ୍କୁ ମାଡ ମାରିବା ସହ ଘଟଣା ସମ୍ପର୍କରେ କାହାରିକୁ ପ୍ରକାଶ କଲେ ଜୀବନରେ ମାରି ଦେବାକୁ ଧମକ ଦେଇଥିଲେ। କିନ୍ତୁ ନାବାଳକ ଜଣକ ଘରକୁ ଫେରି ଘଟଣା ସଂକ୍ରାନ୍ତରେ ନିଜ ମାଆକୁ କହିବା ପରେ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୁକ୍ତ ଅଜିତ ନାଗ ପୂର୍ବରୁ ମଧ୍ୟ ତାଙ୍କର ଅନ୍ୟ ଜଣେ ନାବାଳକ ପୁତୁରାଙ୍କ ସମେତ ଗାଁର ଅନ୍ୟ କିଛି ନାବାଳକଙ୍କୁ ମଧ୍ୟ ଯୌନ ନିର୍ଯାତନା ଦେଇଥିବା ସଂକ୍ରାନ୍ତରେ ପୋଲିସ ତଦନ୍ତ ସମୟରେ ଜାଣିବାକୁ ପାଇଥିଲା। ଅଭିଯୁକ୍ତ ଅଜିତ ପୂର୍ବରୁ ମଧ୍ୟ ଏକ ବଳାତ୍କାର ମାମଲାରେ ଜେଲରେ ଥିଲା।ଏହି ମାମଲାକୁ ସରକାରୀ ଓକିଲ ପ୍ରକାଶ ମହାନ୍ତି ପରିଚାଳନା କରୁଥିଲେ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!