Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଇନ ସେବା ପ୍ରାଧିକରଣ ତରଫରୁ ସଚେତନତା ଶିବିର

by ସଞ୍ଜୟ ସ୍ୱାଇଁ
May 19, 2025
in Nayagarh
ଆଇନ ସେବା ପ୍ରାଧିକରଣ ତରଫରୁ ସଚେତନତା ଶିବିର
127
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଦୌରାଜଜ ତଥା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶ କ୍ରମେ ସଚିବ ଅଞ୍ଜଳି ମଚ୍ଛଖଣ୍ଡଙ୍କ ତତ୍ବାବଧାନରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସିଡିଏମଓ, ନୟାଗଡଙ୍କ ସମ୍ମିଳନୀ କକ୍ଷରେ କଠିନ ଆବର୍ଜନାର ପରିଚାଳନା ଉପରେ ପାରା ମେଡିକାଲ ୱାର୍କର, ପାରା ଲିଗାଲ ସ୍ଵେଚ୍ଛାସେବୀ, ରୋଟେରୀ କ୍ଲବର ସଭ୍ୟମାନେ ତଥା ମୁଖ୍ୟ ଚିକିତ୍ସାଳୟର ପ୍ରତ୍ୟେକ ବିଭାଗର କର୍ମଚାରୀଙ୍କୁ ନେଇ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି ।

ଜିଲ୍ଲା ଆଇନ ସେବା ପ୍ରାଧିକରଣ କର୍ମଚାରୀ ପବନ କୁମାର ବେହେରା ଅତିଥିଙ୍କର ପରିଚୟ ପ୍ରଦାନ କରିଥିଲା ବେଳେ ମୁଖ୍ୟ ଅତିଥି ଭାବେ ଅଞ୍ଜଳି ମଚ୍ଛଖଣ୍ଡ ସ୍ଵାଗତ ଭାଷଣ ଦେଇ କଠିନ ଆବର୍ଜନାର ସଂଗ୍ରହ, ପରିବହନ, ପୁନଃଚକ୍ରଣ ଓ ପରିଚାଳନା ଏବଂ ପୋସ ଆକ୍ଟ ଉପରେ ଆଲୋକପାତ କରିଥିଲେ । ଏଥିରେ ବରିଷ୍ଠ ଅଧିବକ୍ତା ତଥା ଜି.ପି ଦଣ୍ଡପାଣି ସ୍ଵାଇଁ ଓ ରମେଶ ଚନ୍ଦ୍ର ମହାରଣା ବାୟୋମେଡିକାଲ ଆବର୍ଜନା ବ୍ୟବସ୍ଥାପନ ଉପରେ ଗୁରୁତ୍ଵ ଆରୋପ କରିଥିଲେ । ଏଥିରେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ସୁଶାନ୍ତ କୁମାର ଦାସ ଓ ଜିଲ୍ଲା ପବ୍ଲିକ ସ୍ୱାସ୍ଥ୍ୟ ଅଧିକାରୀ ପୁଷ୍ପା ନୀଳିମା ଲକ୍ରା, ଡଃ ତାରକା ପ୍ରସାଦ ତ୍ରିପାଠୀ, ଡଃ ଶରତ କୁମାର ଦାଶ, ଡଃ ଖାନ, ଓକିଲ କାମାକ୍ଷା ପ୍ରସାଦ ଦାଶ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଏଥିରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ କର୍ମଚାରୀ ପ୍ରଶାନ୍ତ କୁମାର ସାହୁ ଓ ରାଜେଶ ବାରିକ ସଂପୂର୍ଣ୍ଣ ସହଯୋଗ କରିଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!