Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରକ ଧକ୍କାରେ ଚାଲିଗଲା ପୂର୍ବତନ ଏଡିଏମଓଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
May 19, 2025
in Accident, State
ଚଢ଼ିଗଲା ହାଇୱା
67
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ମରଣଯନ୍ତା ପାଲଟିଛି ସମ୍ବଲପୁର ଅଇଁଠାପାଲି ଛକ। ପୂର୍ବତନ ଜିଲ୍ଲା ଅତିରିକ୍ତ ମୁଖ୍ୟ ଚିକିତ୍ସାଧିକରୀ ଉପରେ ମାଡ଼ିଗଲା ଟ୍ରକ। ଘଟଣାସ୍ଥଳର ପୂର୍ବତନ ଏଡିଏମ୍ଓ ଭରତ ଚନ୍ଦ୍ର ଦାସଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ଟ୍ରକ୍ ଛାଡ଼ି ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଛି । ପୋଲିସ ଟ୍ରକ ଜବତ କରିଥିବା ବେଳେ ଚାଳକକୁ ଧରିବା ପାଇଁ ତଦନ୍ତ ଆରମ୍ଭ କରିଛି। ଖବର ଅନୁଯାୟୀ, ସୋମବାର ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ପୂର୍ବତନ ଏଡିଏମ୍ଓ ଭରତ ଚନ୍ଦ୍ର ଦାସ ନିଜ ସ୍କୁଟିରେ ଯାଉଥିଲେ। ଅଇଁଠାପାଲି ଛକ ନିକଟ ମଦନାବତୀ ସ୍କୁଲ ନିକଟରେ ଏକ ଟ୍ରକ ଧକ୍କା ଦେବା ପରେ ମୁଣ୍ଡ ଉପରେ ଚଢ଼ି ଚାଲିଯାଇଥିଲା। ରକ୍ତାକ୍ତ ଅବସ୍ଥାରେ ଛଟପଟ ହୋଇ ଘଟଣାସ୍ଥଳରେ ତାଙ୍କର ଜୀବନ ଚାଲିଯାଇଥିଲା। ଦୁର୍ଘଟଣାସ୍ଥଳରେ ଅଇଁଠାପାଲି ପୋଲିସକୁ ସ୍ଥାନୀୟଲୋକ ସୂଚନା ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ଜିଲ୍ଲା ମୁଖ୍ୟ ହସ୍ପିଟାଲକୁ ବ୍ୟବଚ୍ଛେଦ ପାଇଁ ପଠାଇବା ପରେ ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣା ଘଟାଇଥିବା ଟ୍ରକ୍କୁ ପୋଲିସ ଜବତ କରିଛି। ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!