Friday, May 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଜାଗ ରହିବ ନୟାଗଡ଼, ବଢିବ କାଳବୈଶାଖୀ ବର୍ଷା

by ସଞ୍ଜୟ ସ୍ୱାଇଁ
May 20, 2025
in State
ସଜାଗ ରହିବ ନୟାଗଡ଼, ବଢିବ କାଳବୈଶାଖୀ ବର୍ଷା
326
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଆସନ୍ତା ୨୧ରୁ ୨୩ ତାରିଖ ଯାଏ କାଳବୈଶାଖୀର ପ୍ରଭାବ ବଢ଼ିବ । ଏହାପ୍ରଭାବରେ ଘଡ଼ଘଡ଼ି ସହିତ ଅଧିକ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ସହିତ ପବନର ଝଟ୍କା ୬୦କିମି ଯାଏ ଯାଇପାରେ । ପାଣିପାଗ ବିଭାଗ ଏଭଳି ସତର୍କ କରାଇଛି । ୨୦ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗରମ ଓ ଗୁଳୁଗୁଳି ଜାରି ରହିବ । ୨୧ ତାରିଖରେ କାଳବୈଶାଖୀ ବର୍ଷା ପାଇଁ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର ଓ ନବରଙ୍ଗପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ଓ ବର୍ଷା ସହିତ ୪୦ରୁ ୫୦ କିମି ବେଗରେ ପବନ ବୋହିବ । ପବନର ଝଟ୍କା ୬୦ କିମି ବି ଛୁଇଁଯିବ ବୋଲି ପୂର୍ବାନୁମାନ ରହିଛି । ସେହିଭଳି ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି କନ୍ଧମାଳ ଓ ସୁନ୍ଦରଗଡ଼ରେ ମଧ୍ୟ ବର୍ଷା ହୋଇପାରେ । ୨୨ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୨୩ ତାରିଖରେ ଗଜପତି, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ଓ ୨୫ ତାରିଖରେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ଆଜି ଦକ୍ଷିଣ ଆରବ ସାଗରର ଅନେକ ଅଞ୍ଚଳ, ମାଳଦ୍ୱୀପ ଏବଂ କାମରିନ ଅଞ୍ଚଳ, ଦକ୍ଷିଣ ବଙ୍ଗୋପସାଗର, କେନ୍ଦ୍ରୀୟ ବଙ୍ଗୋପସାଗରର କିଛି ଅଞ୍ଚଳ ଓ ଉତ୍ତରପୂର୍ବ ବଙ୍ଗୋପସାଗରର କିଛି ଅଞ୍ଚଳକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି । କେନ୍ଦ୍ରୀୟ ବଙ୍ଗୋପସାଗରର କିଛି ଅଞ୍ଚଳ ଓ ଉତ୍ତର-ପୂର୍ବ ବଙ୍ଗୋପସାଗରର କିଛି ଅଂଶକୁ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି । ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କାଳବୈଶାଖୀ ଶକ୍ତିହୀନ ହେବାକୁ ନେଇ ପାଣିପାଗ ବିଶେଷଜ୍ଞମାନେ ଚିନ୍ତାପ୍ରକାଶ କରିଛନ୍ତି । ସହରରେ କଂକ୍ରିଟ ନିର୍ମାଣ ବୃଦ୍ଧି ଓ ଆର୍ଦ୍ରଭୂମି ନଷ୍ଟ ପ୍ରଭାବ ଯୋଗୁ ରାଜଧାନୀ ଏକ ସ୍ଥାନୀୟ ଉଷ୍ମ ଦ୍ୱୀପ ପାଲଟୁଛି । ଏହା ବାୟୁମଣ୍ଡଳୀୟ ପରିସ୍ଥିତିକୁ ପ୍ରଭାବିତ କରୁଛି । ଝଡ଼ ଆଚରଣକୁ ପ୍ରଭାବିତ କରୁଛି । ଏହା ସହର ପାଖକୁ ଆସିବା ବା ଅତିକ୍ରମ କରିବା ସମୟରେ ଝଡ଼ ବିଭାଜିତ ବା ଦୁର୍ବଳ ହେଉଛି । ଦିଗ ପରିବର୍ତ୍ତନ କରୁଛି ।

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

May 1, 2026
ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

May 1, 2026
ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

May 1, 2026
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!