Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ଆସନ୍ତା ୨୫ତାରିଖରେ ବିକ୍ଷୋଭ ତଥା ଗଣଧାରଣା

by ସଞ୍ଜୟ ସ୍ୱାଇଁ
May 21, 2025
in Nayagarh, State
ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ଆସନ୍ତା ୨୫ତାରିଖରେ ବିକ୍ଷୋଭ ତଥା ଗଣଧାରଣା
248
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ରେଳ କର୍ତ୍ତୃପକ୍ଷଙ୍କ ଉଦାସୀନତା ପ୍ରତିବାଦରେ ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ଆସନ୍ତା ୨୫ ତାରିଖ ଦିନ ଜୋରଦାର ବିକ୍ଷୋଭ ପ୍ରଦର୍ଶନ ସହିତ ଗଣ ଧାରଣା ଦିଆଯିବ। ସୂଚନା ଯୋଗ୍ୟ ଯେ ଗତ ୧୧ ତାରିଖରେ ଏହି ଗଣ ଧାରଣା ଦିଆଯିବା ପାଇଁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଥିଲା। ତେବେ ଭାରତ ପାକିସ୍ଥାନ ମଧ୍ୟରେ ଉତ୍ତେଜନା ତଥା ଯୁଦ୍ଧ ପରିସ୍ଥିତିକୁ ଲକ୍ଷ୍ୟ ରଖି ଏହାକୁ ଅନିର୍ଦ୍ଧିଷ୍ଟ ସମୟ ପାଇଁ ଘୁଞ୍ଚାଇ ଦିଆଯାଇଥିଲା। ବାରମ୍ବାର ଦାବି ପରେ ଗତ ଜାନୁଆରୀ ମାସରୁ ଦଶପଲ୍ଲା-ପୁରୀ ପାସେଞ୍ଜର ଟ୍ରେନକୁ ବଦଳାଇ ମେମୁ ଟ୍ରେନ ପ୍ରଚଳନ କରିବା ପାଇଁ ପୂର୍ବତଟ ରେଳ ପକ୍ଷରୁ ନଭେମ୍ବର ୧୪ ତାରିଖ ୨୦୨୪ ମସିହାରେ ଚିଠି ନଂ-୪୭୫ରେ ସମସ୍ତଙ୍କୁ ଅବଗତ କରାଯାଇଥିଲା। ତେବେ ଏହା ମଧ୍ୟରେ ୫ ମାସରୁ ଉର୍ଦ୍ଧ୍ୱ ସମୟ ଅତିକ୍ରାନ୍ତ ହୋଇ ଯାଇଥିଲେ ସୁଦ୍ଧା ମେମୁ ଟ୍ରେନ ଚାଲିଲା ନାହିଁ। ଜିଲ୍ଲାରେ ରେଳ ସେବା ଆରମ୍ଭ ହୋଇ ୭ବର୍ଷ ଅତିକ୍ରାନ୍ତ ହୋଇ ସାରିଥିବା ବେଳେ ନୟାଗଡ଼ ଜିଲ୍ଲାବାସୀ ସର୍ବନିମ୍ନ ରେଳ ସୁବିଧା ପାଇ ପାରିଲେ ନାହିଁ । କେବଳ ଦଶପଲ୍ଲାରୁ ଭୁବନେଶ୍ୱର, ପୁରୀ ଏବଂ ଭଦ୍ରକ ମଧ୍ୟରେ ତିନୋଟି ଟ୍ରେନ ଚଳାଚଳ କରୁଥିବା ବେଳେ ରାଜ୍ୟର ଅନ୍ୟାନ୍ୟ ସ୍ଥାନ ଏବଂ ରାଜ୍ୟ ବାହାରକୁ ଜିଲ୍ଲାରୁ କୌଣସି ଟ୍ରେନ ସୁବିଧା ନାହିଁ । ନୟାଗଡ଼ ଜିଲ୍ଲାରୁ ବ୍ୟବସାୟିକ କାର୍ଯ୍ୟ, ଉଚ୍ଚଶିକ୍ଷା,ପରିଭ୍ରମଣ ତଥା ଅନ୍ୟାନ୍ୟ କାର୍ଯ୍ୟ ପାଇଁ ଜିଲ୍ଲାବାସୀ ରାଜ୍ୟ ବହାରକୁ ଯଥା କୋଲକତା,ବାଙ୍ଗାଲୋର, ବିଶାଖାପାଟଣା,ମୁମ୍ବାଇ ଆଦି ସ୍ଥାନକୁ ଯାଇଥାନ୍ତି । ମୁଖ୍ୟତଃ ଜିଲ୍ଲାର ଅଧିକାଂଶ ଅଧିବାସୀ ବ୍ୟବସାୟ ପାଇଁ କୋଲକତା ତଥା ଉଚ୍ଚଶିକ୍ଷା ଏବଂ ଚାକିରୀ ପାଇଁ ବେଙ୍ଗାଲୁରୁ ଉପରେ ନିର୍ଭର କରିଥାନ୍ତି । ତେବେ ନୟାଗଡ଼ରୁ ଏହି ସବୁ ସ୍ଥାନ ଗୁଡ଼ିକ ସହିତ ସିଧାସଳଖ ରେଳ ସଂଯୋଗ ନଥିବାରୁ ବ୍ୟବସାୟୀ ଏବଂ ଶିକ୍ଷାର୍ଥୀମାନେ ନାନା ଭାବରେ ହଇରାଣ ହୋଇଥାନ୍ତି । ତେଣୁ ନୟାଗଡ଼ରୁ ହାୱଡ଼ା ଏବଂ ବାଙ୍ଗାଲୋରକୁ ତୁରନ୍ତ ରେଳ ସଂଯୋଗ କରାଯିବା ପାଇଁ ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ରେଳ ବିଭାଗ ନିକଟରେ ଦାବି କରାଯାଇ ଆସୁଅଛି । ସେହିପରି ଅଧିକାଂଶ ଜିଲ୍ଲାବାସୀ ଉତ୍ତମ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲ ଏବଂ ନ୍ୟାୟ ପାଇଁ ଉଚ୍ଚ ନ୍ୟାୟାଳୟ ଉପରେ ନିର୍ଭର କରୁଥିବାରୁ ଦଶପଲ୍ଲାରୁ ଭୁବନେଶ୍ୱର ଯାଉଥିବା ମେମୁ ଟ୍ରେନ (ନଂ୧୮୪୨୩/୧୮୪୨୪)କୁ କଟକ ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବା, ଦଶପଲ୍ଲାରୁ ପୁରୀ ଯାଉଥିବା ପାସେଞ୍ଜର ଟ୍ରେନ(ନଂ ୬୮୪୪୯/୫୦)କୁ ବଦଳାଇ ମେମୁ ଟ୍ରେନ ପ୍ରଚଳନ କରିବା,ବିର୍ତ୍ତମାନ ଦିନକୁ ଦିନ ରେଳଯାତ୍ରୀଙ୍କ ସଂଖ୍ୟା ବଢ଼ୁ ଥିବାରୁ ଚଳାଚଳ କରୁଥିବା ଟ୍ରେନ ଗୁଡ଼ିକର ବଗି ସଂଖ୍ୟା ବୃଦ୍ଧି କରିବା, ରେଳ ଷ୍ଟେସନରେ ଆଉ ଏକ ଟିକେଟ କାଉଣ୍ଟର ଖୋଲିବା କିମ୍ବା ନୂତନ କରି ସ୍ଥାପିତ ହୋଇଥିବା ଟିକେଟ ଭେଣ୍ଡିଂ ମେସିନରେ କର୍ମଚାରୀ ନିଯୁକ୍ତି କରିବା, ନୟାଗଡ଼ ଭୁବନେଶ୍ୱର ମଧ୍ୟରେ ଅଧିକ ପାସେଞ୍ଜର ଟ୍ରେନ ଚଳାଚଳ କରିବା ତଥା ନୟାଗଡ଼ ଟାଉନ ଷ୍ଟେସନ ପରିସର ଏବଂ ଏହାର ପରିବେଶ ସଫା ସୁତୁରା ରଖିବା ଆଦି ଦାବି କରାଯାଇଛି । ଏ ସମସ୍ତ ଦାବି ସମ୍ବଳିତ ଏକ ଦାବିପତ୍ର ପୂର୍ବତଟ ରେଳପଥ ମହା ପ୍ରବନ୍ଧକଙ୍କ ଉଦ୍ଦେଶ୍ୟରେ ଦେଢ଼ମାସ ପୂର୍ବରୁ ପ୍ରଦାନ କରାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!