Thursday, April 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପି.ଏମ୍. ଜନମନ୍ ଯୋଜନାର ଅଗ୍ରଗତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
May 21, 2025
in State
ପି.ଏମ୍. ଜନମନ୍ ଯୋଜନାର ଅଗ୍ରଗତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
34
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ରାଜ୍ୟବ୍ୟାପୀ କାର୍ଯ୍ୟକାରୀ ହେଉଥିବା ପି. ଏମ୍. ଜନମନ୍ ଯୋଜନାର ପ୍ରଗତି ସମୀକ୍ଷା କରିଛନ୍ତି । ଏହି ବୈଠକରେ ଉପସ୍ଥିତ ସମସ୍ତ ସଚିବମାନଙ୍କୁ ରାଜ୍ୟର ୧୪ଟି ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ଏହି ଯୋଜନାର ପ୍ରତ୍ୟେକ ଦୁର୍ଗମ ଅଂଚଳକୁ ପରିଦର୍ଶନରେ ଯାଇ ସେଠାକାର ପରିସ୍ଥିତି ପରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାପାଳମାନେ ଓ ଜିଲ୍ଲା ସ୍ତରରେ କାର୍ଯ୍ୟ କରୁଥିବା ବିଭାଗୀୟ ଅଧିକାରୀମାନେ ମଧ୍ୟ ଚିହ୍ନଟ ହୋଇଥିବା ପ୍ରତ୍ୟେକ ଗ୍ରାମ ଓ ଜନବସତିକୁ ଯାଇ ସେଠାକାର ସ୍ଥିତି ଅନୁଧ୍ୟାନ କରି ରିପୋର୍ଟ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଏହି ବୈଠକରେ ନିର୍ଦ୍ଦେଶ ଦେଇ କହିଥିଲେ। ସୂଚନାଯୋଗ୍ୟ ଯେ, ପି. ଏମ୍. ଜନମନ୍ ଯୋଜନାରେ ଓଡ଼ିଶାର ୧୪ଟି ଜିଲ୍ଲାର ୫୫ଟି ବ୍ଲକ, ୧୭୫୧ ଟି ଗ୍ରାମ/ ଜନ ବସତି, ୨୮୯ଟି ପଂଚାୟତ ଏବଂ ୨ ଟି ପୌର ପ୍ରଶାସିତ ଅଂଚଳ ଅନ୍ତର୍ଭୁକ୍ତ ଥିବାବେଳେ ସମୁଦାୟ ୬୮,୬୦୫ଟି ପରିବାରର ୩,୧୪,୫୧୪ ଲୋକ ଏହି ଯୋଜନାର ସୁଫଳ ପାଇବେ । ବୈଠକରୁ ଜଣାଯାଇଛି ଯେ, ୨୦୨୬ବର୍ଷ ଶେଷ ସୁଦ୍ଧା ୪୫,୪୦୮ଟି ଘର, ଗ୍ରାମ୍ୟ ଉନ୍ନୟନ ବିଭାଗ ପାଖରୁ ପ୍ରାୟ ୨୧୦କିଲୋମିଟରର ପକ୍କା ସଡ଼କ, ୧୬୪୬ଟି ଗ୍ରାମକୁ ଟ୍ୟାପ୍ ଯୋଗେ ଜଳ ଯୋଗାଣ, ୩୫୧ଟି ଅଂଚଳରେ ମୋବାଇଲ ଟାୱାର ସଂଯୋଗୀକରଣ, ୪୦୫ଟି ଅଂଚଳର ଛାତ୍ର ଛାତ୍ରୀଙ୍କ ପାଇଁ ହଷ୍ଟେଲ ନିର୍ମାଣ, ୭୪ଟି ବହୁ ମୁଖୀ କେନ୍ଦ୍ର ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି। ସମସ୍ତ କାର୍ଯ୍ୟକୁ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ୧୪ଟି ଜିଲ୍ଲାର ଯେଉଁ ଜନ ବସତିର(Habitation) ୫ କିଲୋମିଟର ମଧ୍ୟରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ନାହିଁ, ସେହିପରି ସମସ୍ତ ଅଂଚଳରେ ମୋବାଇଲ ମେଡ଼ିକାଲ ୟୁନିଟର ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଥିଲା। ଏହିପରି ସମସ୍ତ ୧,୦୫୫ଟି ଜନ ବସତିକୁ ମୋବାଇଲ ମେଡ଼ିକାଲ ୟୁନିଟ ଯୋଗାଇ ଦିଆଯାଇଛି ଏବଂ ଏ କ୍ଷେତ୍ରରେ ଶତ ପ୍ରତିଶତ ସଫଳତା ହାସଲ ହୋଇଛି ବୋଲି ବୈଠକରୁ ଜଣା ଯାଇଛି । ଏଥିରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ। ବିଶେଷତଃ ପିଭିଟିଜି ଅଂଚଳରେ ବସବାସ କରୁଥିବା ଆଦିବାସୀଙ୍କ ନିମନ୍ତେ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ମୋବାଇଲ କନେକ୍ସନ, ଆଦି କାର୍ଯ୍ୟ ଗୁଡିକୁ ଯଥାଶୀଘ୍ର ସମାପନ କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ସଚିବମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ଏବଂ ଯୋଗାଯୋଗ ହୋଇପାରୁନଥିବା କିମ୍ବା ଦୁର୍ଗମ ଅଂଚଳ ଗୁଡିକୁ ମୁଖ୍ୟ ଶାସନ ସଚିବଙ୍କ ସମେତ ଅନ୍ୟ ସଚିବ ମାନେ ପରିଦର୍ଶନରେ ଯାଇ ସେଠାକାର କାମ କିଭଳି ନିର୍ଦ୍ଧାରିତ ସମୟ ମଧ୍ୟରେ ସମାପ୍ତ ହେବ ସେ ବିଷୟରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଉକ୍ତ ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂହ ଏବଂ ବିଭିନ୍ନ ବିଭାଗର ଶାସନ ସଚିବମାନେ ଉପସ୍ଥିତ ଥିଲେ ।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!