Thursday, April 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେଡିର ପ୍ରଶ୍ନ, ପଞ୍ଚାୟତ ଉପନିର୍ବାଚନ ବାତିଲ ନିଷ୍ପତି କାହା ଚାପରେ

by ସଞ୍ଜୟ ସ୍ୱାଇଁ
May 21, 2025
in State
ବିଜେଡିର ପ୍ରଶ୍ନ, ପଞ୍ଚାୟତ ଉପନିର୍ବାଚନ ବାତିଲ ନିଷ୍ପତି କାହା ଚାପରେ
112
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ଖାଲିଥିବା ୧୧୩୧ ପଦବୀ ସକାଶେ ଉପନିର୍ବାଚନ ନିମନ୍ତେ ଗତକାଲି ତାରିଖରେ ଆଜି ରାଜ୍ୟ ନିର୍ବାଚନ କମିଶନ ଏକ ବିଜ୍ଞପ୍ତି ପ୍ରକାଶ କରିଥିଲେ। ଆଜି ସନ୍ଧ୍ୟାରେ ସେହି ବିଜ୍ଞପ୍ତିର ବାତିଲ ସମ୍ବନ୍ଧିତ ଅନ୍ୟ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ନିର୍ବାଚନ କମିଶନ ଏଭଳି ନିଷ୍ପତ୍ତି କାହା ଚାପର ବଶବର୍ତ୍ତୀ ହୋଇ ନେଇଛନ୍ତି ବୋଲି ବିଜୁ ଜନତା ଦଳ ପ୍ରଶ୍ନ କରିଛି। ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ଗଣମାଧ୍ୟମ ସଂଯୋଜକ ତଥା ମୁଖପାତ୍ର ଡ଼ ଲେନିନ ମହାନ୍ତି ରାଜ୍ୟ ସରକାରଙ୍କ ଅପରିପକ୍ୱ ଓ ଅନୁଭୂତି ବିହୀନ କାର୍ଯ୍ୟ ଉପରେ ପ୍ରଶ୍ନ ଉଠାଇଛନ୍ତି। ଡ଼ ମହାନ୍ତି କହିଥିଲେ ଯେ, ରାଜ୍ୟ ନିର୍ବାଚନ କମିଶନ ଏକ ସାମ୍ବିଧାନିକ ସଂସ୍ଥା। ୨୪ ଘଣ୍ଟା ମଧ୍ୟରେ ଏଭଳି ନିଷ୍ପତ୍ତି ପରିବର୍ତ୍ତନ କରିବା କମିଶନଙ୍କ କାର୍ଯ୍ୟ ଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ମୌସୁମୀ ଆଗମନର ଆଳ ଦେଖାଇ ୨୪ ଘଣ୍ଟା ଭିତରେ ବିଜ୍ଞପ୍ତି ବାତିଲ ଗ୍ରହଣୀୟ ନୁହେଁ। ବିଜ୍ଞପ୍ତି ପ୍ରକାଶ କରିବା ସମୟରେ ସରକାର କ’ଣ ମୌସୁମୀ ଆଗମନ ବିଷୟରେ ଅବଗତ ନଥିଲେ କି ? ସରକାରକୁ ଆସିବାର ୧ ବର୍ଷ ବିତିଯାଇଥିଲେ ମଧ୍ୟ ବିଜେପି ତାର ଅପାରଗତା ପାଇଁ ଲୋକଙ୍କୁ ସମ୍ମୁଖୀନ ହେବାକୁ ଭୟ କରୁଛି। ଯେଉଁଥି ପାଇଁ ମୌସୁମୀ ଆଗମନର ଆଳ ଦେଖାଇ ୨୪ ଘଣ୍ଟା ଭିତରେ ବିଜ୍ଞପ୍ତି ବାତିଲ କରାଯାଇଛି। ବିଜେପି ସରକାରଙ୍କ ୧ ବର୍ଷ ପୂର୍ତ୍ତି ଅବସରରେ ଡବଲ ଇଞ୍ଜିନ ସରକାରଙ୍କ ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥା ପ୍ରତି ଏହା ଡବଲ ଧୋକା।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!