ଯାଜପୁର, (ବାଘୁଆବାର୍ତ୍ତା): ଯାଜପୁର ଜିଲ୍ଲା ଗସ୍ତରେ ଯିବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗୁରୁବାର ଦିନ କଳିଙ୍ଗ ନଗରରେ ହେବାକୁ ଥିବା ବିଶାଳ ଜନସଭାରେ ସାମିଲ ହେବା ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଜିଲ୍ଲାରେ ମୋଟ ୧,୧୫, ୦୦ କୋଟି ଟଙ୍କାର ପୁଞ୍ଜି ନିବେଶ ହେବ । ଯେଉଁଥିରେ ୩୫ ହଜାରରୁ ଅଧିକ ନିଯୁକ୍ତି ସୃଷ୍ଟି ହେବ । ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଏହାସହିତ କଳିଙ୍ଗ ନଗର ସମାବେଶ ସ୍ଥଳରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି । ସେହିପରି ଏହି କାର୍ଯ୍ୟକ୍ରମରେ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦାପ ବଳ ସାମନ୍ତ, ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ସାଂସଦ ଡଃ. ରବୀନ୍ଦ୍ର ନାରାୟଣ ବେହେରା ସମେତ ସ୍ଥାନୀୟ ଲୋକପ୍ରତିନିଧି, ଜିଲ୍ଲା ପ୍ରଶାସକ ମଧ୍ୟ ସାମିଲ୍ ହେବେ।






