Wednesday, April 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ବାଇକ୍ ଆରୋହୀଙ୍କୁ ଚାପିଦେଲା ହାଇଓ୍ୱା

by ସଞ୍ଜୟ ସ୍ୱାଇଁ
May 22, 2025
in Accident, State
ଦୁଇ ବାଇକ୍ ଆରୋହୀଙ୍କୁ ଚାପିଦେଲା ହାଇଓ୍ୱା
59
VIEWS
Share on FacebookShare on Twitter

ବାରଙ୍ଗ, (ବାଘୁଆବାର୍ତ୍ତା): ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ହାଇୱା ଧକ୍କାରେ ଚାଲିଗଲା ୨ ବାଇକ୍ ଆରୋହୀଙ୍କ ଜୀବନ। ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିନଥିବା ବେଳେ ଉଭୟ ଭାପୁର ଅଞ୍ଚଳର ବୋଲି ସୂଚନା ମିଳିଛି । କଟକ ଜିଲ୍ଲା ବାରଙ୍ଗ ଥାନା ଅନ୍ତର୍ଗତ ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ଏଭଳି ଘଟଣା ଘଟିଛି । ଖବର ଅନୁଯାୟୀ, ଦୁଇ ଜଣ ଯୁବକ ଏକ ବାଇକ୍ ଯୋଗେ ମୁଣ୍ଡଳୀରୁ ଗୋଡିସାହି ଆସୁଥିଲେ। ଏହି ସମୟରେ ବିପରୀତ ଦିଗରୁ ଏକ ହାଇୱା ଆସୁଥିଲା। ହାଇୱାଟି ଦ୍ରୁତ ଗତିରେ ଆସି ବାଇକ୍କୁ ଧକ୍କା ଦେଇ ଚମ୍ପଟ ମାରିଥିଲା। ଯାହାଫଳରେ ଉଭୟ ଯୁବକ ଗୁରୁତର ଅବସ୍ଥାରେ ରାସ୍ତାରେ ପଡ଼ି ରହିଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ। ସେପଟେ ଖବର ପାଇ ଗୋଡିସାହି ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁଇ ଜଣଙ୍କୁ ଆମ୍ବୁଲାନ୍ସ ଯୋଗେ କଟକ ବଡ଼ ମେଡିକାଲକୁ ପଠାଇଥିଲେ। ହେଲେ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି । ଘଟଣାସ୍ଥଳରୁ ପୋଲିସ ଛାନ୍ଭିନ୍ ଜାରି ରଖିଛି ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!