Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଗାମୀ ୭ ଦିନ ଯାଏ ରାଜ୍ୟରେ ଜାରି ରହିବ କାଳବୈଶାଖୀ ପ୍ରଭାବ

by ସଞ୍ଜୟ ସ୍ୱାଇଁ
May 22, 2025
in State
ଆଗାମୀ ୭ ଦିନ ଯାଏ ରାଜ୍ୟରେ ଜାରି ରହିବ କାଳବୈଶାଖୀ ପ୍ରଭାବ
65
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଆସୁଛି ଲଘୁଚାପ। ୨୭ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ହେବା ପରେ ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବା ନେଇ ପୂର୍ବାନୁମାନ କରିଛି ବିଭାଗ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ। ୨୬ ଓ ୨୭ ତାରିଖରେ ରାଜ୍ୟ ସାରା ବର୍ଷା ସମ୍ଭାବନା ରହିଥିବାବେଳେ ସତର୍କତା ଜାରି କରିଛି ପାଣିପାଗ ବିଭଗ। ତେବେ କେରଳ ଆଡକୁ ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ। ଏହି ପ୍ରକ୍ରିୟା ସକ୍ରିୟ ରହିଲେ ମୌସୁମୀ ଓଡ଼ିଶା ଆଗମନ ନେଇ ବାଟ ଫିଟିବ। ସେପଟେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୬ ଓ ୨୭ ଏହି ଦୁଇଦିନ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସହ ଦକ୍ଷିଣ ଓଡ଼ିଶାର ରାୟଗଡା, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ଆସନ୍ତା ୭ ଦିନ ଯାଏ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ। ବିଜୁଳି ଘଡଘଡି ସହ ବର୍ଷା ଓ ଝଡି ପବନ ବହିବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟାରେ ଝାରସୁଗୁଡା, ବରଗଡ, ସମ୍ବଲପୁର ଓ ଦେବଗଡକୁ ବାଦ ଦେଲେ ଅନ୍ୟ ୨୬ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହିସବୁ ଜିଲ୍ଲାରେ ୪୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେପଟେ ଆସନ୍ତା ୨୪ ଘଣ୍ଟା ଯାଏ ଗଞ୍ଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା,ପୁରୀ, କଟକ ଜଗତସିଂହପୁର, କେନ୍ଦ୍ରାପଡ। ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଏହି ଏହି ୧୧ ଜିଲ୍ଲାରେ ଉଷ୍ମ ଓ ଆଦ୍ର ସ୍ଥିତି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!