Tuesday, April 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜମିବାଡ଼ି ବିବାଦରୁ ଛୁରୀ ମାଡ଼

by ସଞ୍ଜୟ ସ୍ୱାଇଁ
May 24, 2025
in Crime, State
ଜମିବାଡ଼ି ବିବାଦରୁ ଛୁରୀ ମାଡ଼
16
VIEWS
Share on FacebookShare on Twitter

କୁଚିଣ୍ଡା, (ବାଘୁଆବାର୍ତ୍ତା): ଜମିବାଡ଼ି ବିବାଦରୁ ଛୁରୀ ମାଡ଼ ହୋଇଛି । ଛୁରୀ ମାଡ଼ରେ ଗୁରୁତର କୁଚିଣ୍ଡା ଥାନା କତରକେଲ ଗାଁର ନାରାୟଣ ପ୍ରସାଦ ପଟେଲଙ୍କୁ କୁଚିଣ୍ଡା ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆକ୍ରମଣକାରୀ କୁବେର ଭୋଇ ଘଟଣାସ୍ଥଳରୁ ଫେରାର ହୋଇଥିବା ଜଣାପଡିଛି । ସୂଚନାଯୋଗ୍ୟ ଯେ, ନିଜ ଜମିରେ ନାରାୟଣ ଟ୍ରାକ୍ଟରରେ ହଳ କରୁଥିବା ବେଳେ ପଡୋଶୀ ଜମି ମାଲିକ ଆକ୍ରମଣକାରୀ କୁବେର ମଧ୍ୟ ତାଙ୍କ ଜମି ହଳ କରିବାକୁ ନାରାୟଣଙ୍କୁ ଅନୁରୋଧ କରିଥିଲା । ପରବର୍ତ୍ତୀ ସମୟରେ ସେହି ଜମିକୁ କେନ୍ଦ୍ରକରି ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା । କୁବେର ଉତ୍ତ୍ୟକ୍ତ ହୋଇ ଏକ ଧାରୁଆ ଛୁରୀରେ ନାରାୟଣଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ କୁଚିଣ୍ଡା ଉପଖଣ୍ଡ ଡାକ୍ତରଖାନାକୁ ଆଣିଛନ୍ତି । ତେବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡିଛି । ଏନେଇ ନାରାୟଣଙ୍କ ପୁଅ କୁଚିଣ୍ଡା ଥାନାରେ ଲିଖିତ ଅଭିଯୋଗ କରିଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି ।

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026
ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!