ସୋର, (ବାଘୁଆବାର୍ତ୍ତା): ରାସ୍ତା ଉପରେ ହୁତୁ ହୁତୁ ହୋଇ ଜଳିଗଲା କଣ୍ଟେନର l ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ୧୬ ନମ୍ବର ଜାତୀୟ ରାଜପଥରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା । ସର୍ଟ ସର୍କିଟ୍ରୁ ଅଗ୍ନିକାଣ୍ଡ ସନ୍ଦେହ । ସୂଚନାଯୋଗ୍ୟ ଯେ, ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ୧୬ ନମ୍ବର ଜାତୀୟ ରାଜପଥ ଧୋବାଗଡ଼ିଆ ପୋଲ ଉପରେ ଜଳିଗଲା କଣ୍ଟେନର । ଏକ କୋରିୟର ନେଇ ଦିଲ୍ଲୀରୁ ଭୁବନେଶ୍ୱର ଯାଉଥିବା କଣ୍ଟେନରଟି ଜଳିଯାଇଥିବା ଜଣାପଡିଛି । ତେବେ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । କଣ୍ଟେନରର ଚାଳକ ସୁରକ୍ଷିତ ଅଛନ୍ତି ବୋଲି ଜଣାପଡିଛି । ଖବର ପାଇ ଅଡା ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି ।





