Monday, April 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଗାପାଲି ରେଲଓ୍ବେ ଓଭରବ୍ରିଜର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
May 25, 2025
in State
ଦୁର୍ଗାପାଲି ରେଲଓ୍ବେ ଓଭରବ୍ରିଜର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ
10
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ସମ୍ବଲପୁର ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ୬୦ କୋଟି ୪୩ ଲକ୍ଷ ୭୮ ହଜାରରୁ ଉର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମିତ ଦୁର୍ଗାପାଲି ରେଳବାଇ ଓଭରବ୍ରିଜର ଉଦଘାଟନ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଏହି ଓଭରବ୍ରିଜ୍ ସମ୍ବଲପୁର ସହରକୁ ଅଧିକ ସୁନ୍ଦର ଓ ଆଧୁନିକ କରିବା ପାଇଁ ଏହା ଏକ ଭଲ ପଦକ୍ଷେପ । ଏହାଦ୍ୱାରା ସ୍ଥାନୀୟ ଅଞ୍ଚଳରେ ଟ୍ରାଫିକ୍ ନିୟନ୍ତ୍ରଣ ହ୍ରାସ ହେବା ସହ ଜନସାଧାରଣଙ୍କ ଯାତାୟତ ସୁରକ୍ଷିତ ଓ ସୁଗମ ହେବ । ଆଗାମୀ ଦିନରେ ଡବଲ ଇଞ୍ଜିନ ସରକାରରେ ସମ୍ବଲପୁର ସହରକୁ ଏକ ଶ୍ରୀମନ୍ତ ସହରରେ ବିକଶିତ କରାଯିବ । ରାସ୍ତାଘାଟ, ପିଇବା ପାଣି, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥାରେ ଉନ୍ନତି ଅଣାଯିବ । ଯୋଗାଯୋଗ ଏବଂ ଆନୁଷଙ୍ଗିକ ଭିତ୍ତିଭୂମିକୁ ସୁଦୃଢ କରାଯିବ । ସମ୍ବଲପୁରରେ ରିଙ୍ଗ୍ ରୋଡ୍ କରାଯିବ । ସହର ମଧ୍ୟରେ ଥିବା ଆଭ୍ୟନ୍ତରୀଣ ରାସ୍ତା ତିଆରି କରାଯିବ । ମହାନଦୀ ଉପରେ ବ୍ରିଜ୍ ନିର୍ମାଣ ହେବ, ଯାହା ବୁର୍ଲା ଓ ହୀରାକୁଦକୁ ସଂଯୋଗ କରିବ । ସମ୍ବଲପୁର ସହରକୁ ଏକ ବୃହତ ମହାନିଗମ ନିଗମରେ ପରିଣତ କରିବା ପାଇଁ ଆମ ସରକାର ଅଙ୍ଗିକାରବଦ୍ଧ । ଏହି ଅବସରରେ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରରେ ଦେବଦମ୍ପତ୍ତି ଭଗବାନ ଶିବ ଏବଂ ମାତା ପାର୍ବତୀଙ୍କ ଅନନ୍ୟ ପର୍ବ ଶୀତଳ ଷଷ୍ଠୀ ପର୍ବରେ ସାମିଲ ହେବା ପାଇଁ ରାଜ୍ୟ ଏବଂ ଦେଶବାସୀଙ୍କୁ ନିମନ୍ତ୍ରଣ ଦେଇଛନ୍ତି ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!