Sunday, April 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହାର୍ଡକୋର୍ ମାଓବାଦୀ ମନୀଷ ଯାଦବ ନିପାତ

by ସଞ୍ଜୟ ସ୍ୱାଇଁ
May 26, 2025
in State
ହାର୍ଡକୋର୍ ମାଓବାଦୀ ମନୀଷ ଯାଦବ ନିପାତ
26
VIEWS
Share on FacebookShare on Twitter

ଛତିଶଗଡ, (ବାଘୁଆବାର୍ତ୍ତା): ଏନକାଉଣ୍ଟରରେ ଟଳିଲା ହାର୍ଡକୋର ମାଓବାଦୀ । ଝାଡଖଣ୍ଡର ଲାତେହାରରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ନିପାତ ହୋଇଛି ମାଓ କମାଣ୍ଡର ମନୀଷ ଯାଦବ । ରବିବାର ବିଳମ୍ବିତ ରାତିରେ ସୁରକ୍ଷାବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ଚାଲୁଥିବା ବେଳେ ମନୀଷ ଯାଦବ ନିପାତ ହୋଇଛି । ନିହତ ମନୀଷ ଉପରେ ଥିଲା ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି । ସେହିପରି ଆଉ ଜଣେ ମାଓବାଦୀ କୁନ୍ଦର ଖେରୱାରକୁ ଗିରଫ କରାଯାଇଛି । କୁରନ୍ଦ ଉପରେ ୧୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା । ସୂଚନାଥାଉକି, ଲାତେହାରର ମହୁଆନ୍ଦାର ଥାନା ଅନ୍ତର୍ଗତ କରମଖାଡ ଏବଂ ଦାଉନା ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏହି ଜଙ୍ଗଲ ମଧ୍ୟରେ କିଛି ମାଓବାଦୀ ଲୁଚି ରହିଥିବାର ଜଣା ପଡିବା ପରେ ସୁରକ୍ଷାବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ହୋଇଥିଲା । ରବିବାର ରାତିରୁ ଆରମ୍ଭ ହୋଇଥିବା ଏହି ଅପରେସନ ସୋମବାର ସକାଳ ପର୍ଯ୍ୟନ୍ତ ଚାଲିଥିଲା । ସୋମବାର ସକାଳେ ଜଣେ ମାଓବାଦୀର ମୃତଦେହ ମିଳିଥିଲା । ପରେ ତାହା ମନୀଷ ଯାଦବର ବୋଲି ଜଣା ପଡିଥିଲା । ପାଲାମୁ ଡିଆଇଜି ୱାଇ.ଏସ ରମେଶ କହିଛନ୍ତି ଯେ, ହାର୍ଡକୋର ମାଓବାଦୀ ମନୀଷ ଯାଦବ ତା’ର ସ୍ୱାଡର୍ ସହ ଜଙ୍ଗଲରେ ଲୁଚିଥିବାର ଖବର ମିଳିବା ପରେ ଏକ ପୋଲିସ ଟିମ୍ ଗଠନ ହୋଇ ସର୍ଚ୍ଚ ଅପରେସନ କରାଯାଇଥିଲା । ତେବେ ସୁରକ୍ଷାକର୍ମୀଙ୍କୁ ଦେଖି ମାଓବାଦୀମାନେ ଗୁଳି ଚାଳନା କରିଥିଲେ । ସୁରକ୍ଷାବାହିନୀ ପକ୍ଷରୁ ଏହାର କଡା ଜବାବ ଦିଆଯାଇଥିଲା । ପ୍ରତି ଜବାବରେ ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ହୋଇଥିଲା ମନୀଷ ଯାଦବ । ଘଟଣାସ୍ଥଳରୁ ଦୁଇଟି ରାଇଫଲ ସହ ଅନ୍ୟାନ୍ୟ ବ୍ୟବହୃତ ସାମଗ୍ରୀ ଜବତ କରାଯାଇଛି ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!