Sunday, April 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪୧ କିଲୋ ଗଞ୍ଜେଇ ଜବତ

by ସଞ୍ଜୟ ସ୍ୱାଇଁ
May 26, 2025
in Crime, State
୪୧ କିଲୋ ଗଞ୍ଜେଇ ଜବତ
41
VIEWS
Share on FacebookShare on Twitter

ମୋହନା, (ବାଘୁଆବାର୍ତ୍ତା): ଗଜପତି ଜିଲ୍ଲା ମୋହନା ଥାନା ଚନ୍ଦ୍ରଗିରି ଫାଣ୍ଡି ଅନ୍ତର୍ଗତ ସୁଲୁବା-ନୂଆସାହି-ବାଘମାରି ରାସ୍ତାରେ ୪୧କିଲୋ ଗଞ୍ଜେଇ ଜବତ କରିଛି ପୁଲିସ । ହେଲେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ୨ଜଣ ମାଫିଆ ଘଟଣାସ୍ଥଳରୁ ଚମ୍ପଟ ମାରିଛନ୍ତି । ଏନେଇ ଥାନା ଅଧିକାରୀ ବସନ୍ତ ସେଠୀ ସୂଚନା ଦେଇଛନ୍ତି । ପୁଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ରବିବାର ସନ୍ଧ୍ୟାରେ ଥାନା ଅଧିକାରୀଙ୍କ ତତ୍ୱାବଧାନରେ ଚନ୍ଦ୍ରଗିରି ଫାଣ୍ଡି ଅଧିକାରୀ ସୁନିଲ ସେଠୀଙ୍କ ନେତୃତ୍ୱରେ ବାଘମାରି ଅଞ୍ଚଳରେ ପାଟ୍ରୋଲିଂ ଚାଲିଥିଲା । ଏହି ସମୟରେ ସୁଲୁବା- ନୂଆସାହି ଓ ବାଘମାରି ରାସ୍ତାର ଏକ କଲଭର୍ଟ ନିକଟରେ ୨ଜଣ ଯୁବକ ଠିଆ ହୋଇଥିଲେ । ସେମାନଙ୍କ ନିକଟରେ ବଡ଼ ବସ୍ତା ଥିବା ଦେଖି ପୁଲିସ ସନ୍ଦେହ କରି ଚଢ଼ାଉ କରିଥିଲେ । ପୁଲିସକୁ ଦେଖି ୨ଜଣ ଯୁବକ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ । ପୁଲିସ ଉକ୍ତ ବସ୍ତାକୁ ଯାଞ୍ଚ କରିବା ପରେ ୪୧କିଲୋ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଜଣାପଡିଥିଲା । ଉକ୍ତ ଗଞ୍ଜେଇ ଜବତ କରି ତଦନ୍ତ ଚଳାଇଛି ପୁଲିସ । ତେବେ ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୪ଲକ୍ଷ ଟଙ୍କା ହେବ । ଖୁବ୍ ଶୀଘ୍ର ଗଞ୍ଜେଇ ଚୋରା ଚାଲାଣରେ ସମ୍ପୃକ୍ତ ବ୍ୟକ୍ତିକୁ ଗିରଫ କରାଯିବ ବୋଲି କହିଛନ୍ତି ଥାନା ଅଧିକାରୀ ବସନ୍ତ ସେଠୀ ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!