Sunday, April 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବକଙ୍କୁ ଛୁରାମାଡ଼

by ସଞ୍ଜୟ ସ୍ୱାଇଁ
May 27, 2025
in State
ଯୁବକଙ୍କୁ ଛୁରାମାଡ଼
31
VIEWS
Share on FacebookShare on Twitter

ଖଲ୍ଲିକୋଟ, (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଡିମିରିଆ ପଞ୍ଚାୟତର ବି. ବରପଲ୍ଲୀ ଗାଁରେ ଅଭାବନୀୟ ଘଟଣା। ଘର ଆଗରେ ଗଣ୍ଡଗୋଳ କରିବାକୁ ମନା କରିବାରୁ ଯୁବକଙ୍କୁ ଛୁରାମାଡ଼ ହୋଇଛି । ତାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି । ସୂଚନାନୁଯାୟୀ, ଖଲ୍ଲିକୋଟ୍ ଥାନା ଅନ୍ତର୍ଗତ ଡିମିରିଆ ପଞ୍ଚାୟତର ବି. ବରପଲ୍ଲୀ ଗ୍ରାମରେ ତ୍ରୟ ବାର୍ଷିକ ଯାତ୍ରା ଚାଲିଥିଲା । ସୋମବାର ବିଳମ୍ଵିତ ରାତିରେ ଗ୍ରାମର ବଚନ ପ୍ରଧାନଙ୍କ ଘର ଆଗରେ କିଛି ଯୁବକ ଗଣ୍ଡଗୋଳ କରୁଥିଲେ। ବଚନ ଏହାକୁ ବିରୋଧ କରିବା ସହ ଗଣ୍ଡଗୋଳ ନକରିବାକୁ କହିଥିଲେ । ଏଥିରେ ଉତ୍ତ୍ୟକ୍ତ ହୋଇ ଝଗଡ଼ା କରୁଥିବା ୪ରୁ ୫ଜଣ ଯୁବକ ବଚନଙ୍କୁ ଛୁରୀ ଓ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ । ଏଥିରେ ବଚନଙ୍କ ପେଟ ଓ ଦେହର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଖଲ୍ଲିକୋଟ୍ ମେଡିକାଲ ଓ ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ଖଲ୍ଲିକୋଟ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରୁଛି।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!