Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜମିବାଡ଼ି ବିବାଦକୁ ନେଇ ହତ୍ୟା

by ସଞ୍ଜୟ ସ୍ୱାଇଁ
May 27, 2025
in Crime, Nayagarh, State
ଜମିବାଡ଼ି ବିବାଦକୁ ନେଇ ହତ୍ୟା
565
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ ସଦରଥାନା ଦୁର୍ଦ୍ଦୁରା ଗାଁରେ ଜମିବାଡି ବିବାଦକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ହଣାକଟା ହୋଇଛି । ଏହି ହଣାକଟାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି । ୩ ଗୁରୁତରଙ୍କୁ ଭୂବନେଶ୍ବର ସ୍ଥାନାନ୍ତର କରାଯାଇଛି। ମୃତକ ହେଲେ ବୁଦ୍ଧିବାମନ ସ୍ୱାଇଁଙ୍କ ପୁଅ ବାବୁ ସ୍ବାଇଁ । ମିଳିଥିବା ସୂଚନାନସୁାରେ, ଦୁର୍ଦ୍ଦୁରା ଗାଁର ଦୁଃଖିଶ୍ୟାମ ବଡ଼ତିଆ ଏବଂ ଭ୍ରମର ବଡ଼ତିଆ ଦୁଇଭାଇ । ଭ୍ରମର ନିଜର ଗୋଟିଏ ଯାଗାକୁ ସେହି ଗାଁର ବାବୁ ସ୍ବାଇଁଙ୍କୁ ବିକ୍ରି କରିବାକୁ କଥା ହୋଇଥିଲେ । ସେହି ଜାଗାକୁ ସାନଭାଇ ଦୁଃଖିଶ୍ୟାମ ନେବାକୁ ବଡ଼ଭାଇ ଭ୍ରମରଙ୍କୁ କହିଥିଲେ ମଧ୍ୟ ସେ ଶୁଣିନଥିଲେ। ଆଜି ଭ୍ରମରଙ୍କ ପରିବାର ବାବୁଙ୍କୁ ଜାଗା ମଡାଣ ଦେଉଥିବା ସମୟରେ ଦୁଃଖିଶ୍ୟାମ ଏବଂ ତାଙ୍କର ଦୁଇପୁଅ ମାରଣାସ୍ତ୍ର ଧରି ଆକ୍ରମଣ କରିଥିଲେ । ଆକ୍ରମଣରେ ବାବୁ ସ୍ବାଇଁଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସାନଭାଇ ଅମର ଗୁରୁତର ଆହତ ହୋଇଛନ୍ତି । ପ୍ରତିଆକ୍ରମଣରେ ଭ୍ରମର ଏବଂ ଦୁଃଖିଶ୍ୟାମଙ୍କ ପରିବାରର ୫ ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତଙ୍କ ମୁଣ୍ଡରେ ଗଭିର ଆଘାତ ଲାଗିଛି । ଅମର ସ୍ବାଇଁ, ଭ୍ରମର ବଡତିଆ ଏବଂ ମନୋଜ ବଡତିଆଙ୍କୁ ଭୂବନେଶ୍ବର ସ୍ଥାନାନ୍ତର କରାଯାଇଛି । ସଦରଥାନା ଅଧିକାରୀ ଶରତ ଚନ୍ଦ୍ର ସେଠୀ ଏବଂ ନୟାଗଡ଼ ଏସଡିପିଓ ଜ୍ୟୋତି ରଞ୍ଜନ ସାମନ୍ତରାୟ ଡାକ୍ତରଖାନାରେ ପହଞ୍ଚି ଗୁରୁତରଙ୍କୁ ପଚରାଉଚରା କରି ତଦନ୍ତ ଆରମ୍ଭ କରିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!