Saturday, April 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ୟାଟେରୀ ଦୋକାନରେ ଅଗ୍ନିକାଣ୍ଡ

by ସଞ୍ଜୟ ସ୍ୱାଇଁ
May 28, 2025
in State
ବ୍ୟାଟେରୀ ଦୋକାନରେ ଅଗ୍ନିକାଣ୍ଡ
22
VIEWS
Share on FacebookShare on Twitter

ନରଣପୁର, (ବାଘୁଆବାର୍ତ୍ତା): ନରଣପୁର ଉପଖଣ୍ଡରେ ଥିବା ଏକ ବ୍ୟାଟେରୀ ଦୋକାନରେ ଅଗ୍ନିକାଣ୍ଡ । ନିଆଁ ଲାଗି ଦୋକାନଟି ସମ୍ପୂର୍ଣ୍ଣ ଭାବରେ ପୋଡ଼ି ପାଉଁଶ ହୋଇଯାଇଛି । ଦୋକାନରେ ଥିବା ୨୫ ଲକ୍ଷ ଟଙ୍କାର ସାମଗ୍ରୀ ଜଳି ଯାଇଥିବା ନେଇ କହିଛନ୍ତି ଦୋକାନର ମାଲିକ । ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ନେଇ ସନ୍ଦେହ କରାଯାଉଛି । କେନ୍ଦୁଝର ଜିଲ୍ଲାରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ଦୋକାନର ମାଲିକ ସ୍ନେହସ୍ମିତା ନାଏକ ଆତ୍ମନିର୍ଭର ହେବା ପାଇଁ ବ୍ୟାଙ୍କରୁ ଋଣ ନେଇ ଏକ ବ୍ୟାଟେରୀ ଦୋକାନ କରିଥିଲେ । ନରଣପୁରର ଜଳଙ୍ଗଡ଼ିହାରେ ବ୍ୟାଟେରୀ, ସୋଲାର ଲାଇଟ, ଫ୍ୟାନ, ଇନଭଟର, କୁଲର, ଗାଡି ବ୍ୟାଟେରୀ ଆଦି ବିକ୍ରି କରି ନିଜର ଦୋକାନ ଚଳାଉଥିଲେ ଦୋକାନର ମାଲିକ । ତେବେ ବୁଧବାର ଭୋର ୪ଟାରେ ଦୋକାନରୁ ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟଲୋକେ ଦୋକାନ ମାଲିକ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ । ଦୀର୍ଘ ୨ଘଣ୍ଟା ପରେ ନିଆଁକୁ ଆୟତ୍ତ କରିଥିଲେ। ହେଲେ ଏହାରି ଭିତରେ ଦୋକାନର ସମସ୍ତ ସାମଗ୍ରୀ ଜଳି ପୋଡି ନଷ୍ଟ ହୋଇ ଯାଇଥିଲା । ଏହି ଅଗ୍ନିକାଣ୍ଡରେ ଦୋକାନରେ ଥିବା ୨୫ ଲକ୍ଷ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇ ଯାଇଥିବା ଦୋକାନର ମାଲିକ ସ୍ନେହସ୍ମିତା ନାଏକ କହିଛନ୍ତି।

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026
ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 24, 2026
ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

April 24, 2026
ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

April 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!