Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିକଶିତ କୃଷି ସଂକଳ୍ପ ଅଭିଯାନର ଶୁଭାରମ୍ଭ କଲେ କେନ୍ଦ୍ର କୃଷିମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
May 29, 2025
in State
ବିକଶିତ କୃଷି ସଂକଳ୍ପ ଅଭିଯାନର ଶୁଭାରମ୍ଭ କଲେ କେନ୍ଦ୍ର କୃଷିମନ୍ତ୍ରୀ
13
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଆଜି ପୁରୀର ସାକ୍ଷୀଗୋପାଳ ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ୍ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଏହି ଜାତୀୟ କାର୍ଯ୍ୟକ୍ରମକୁ “ଏକ ପେଡ୍ ମା କେ ନାମ” ଅଭିଯାନ ଆଧାରରେ ଗଛ ଲଗାଇ ଉଦ୍ଘାଟନ କରିଥିଲେ । ସୂଚନା ଯୋଗ୍ୟ ଯେ, ଆଗାମୀ ୧୫ ଦିନ ଧରି ଚାଲୁ ରହିବାକୁ ଥିବା ଏହି ଅଭିଯାନରେ ପ୍ରାୟ ୧ ଲକ୍ଷ ୫ କୋଟି ଚାଷୀଙ୍କ ସହିତ ସରକାର ସିଧାସଳଖ ସାକ୍ଷାତକାର କରି ସେମାନଙ୍କୁ ନୂତନ କୃଷି ଜ୍ଞାନ କୌଶଳ ଓ ପ୍ରଯୁକ୍ତିବିଦ୍ୟା ବିଷୟରେ ଅବଗତ କରାଇବେ। ଏହି ଅବସରରେ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ, କୃଷକମାନଙ୍କ ମଧ୍ୟରେ ଆଧୁନିକ ପ୍ରଯୁକ୍ତିବିଦ୍ୟା ଏବଂ ନୂତନ ବିହନ କିସମ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ, ଆଜିଠାରୁ ୧୨ ଜୁନ ପର୍ଯ୍ୟନ୍ତ ଦେଶବ୍ୟାପୀ ‘ବିକଶିତ କୃଷି ସଂକଳ୍ପ ଅଭିଯାନ’ ଭାରତ ସରକାରଙ୍କର ଏକ ଯୁଗାନ୍ତକାରୀ ପଦକ୍ଷେପ । ଏହି ଅଭିଯାନ ମାଧ୍ୟମରେ ଦେଶର ୭୦୦ ଜିଲ୍ଲାର ପ୍ରାୟ ୧ କୋଟି ୫୦ ଲକ୍ଷ ଚାଷୀଙ୍କ ନିକଟରେ ସରକାର ପହଞ୍ଚିବ ଏବଂ ନୂତନ କୃଷି ପ୍ରଯୁକ୍ତିବିଦ୍ୟା ପ୍ରୟୋଗ ବିଷୟରେ ସେମାନଙ୍କୁ ଅବଗତ କରାଇବ। ପ୍ରତ୍ୟେକ ଜିଲ୍ଲା ସ୍ତରରେ ତିନୋଟି ଦଳ ଗଠନ କରାଯାଇ କୃଷି, ଉଦ୍ୟାନ କୃଷି ଓ ମୃତ୍ତିକା ସଂରକ୍ଷଣ ସମ୍ବନ୍ଧୀୟ ବିଷୟ ବସ୍ତୁ ଗୁଡ଼ିକୁ କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଓ ବିଭାଗୀୟ ଅଧିକାରୀମାନେ ମିଳିତ ଭାବରେ ଗ୍ରାମୀଣ କୃଷକମାନଙ୍କୁ ଏ ବିଷୟରେ ବୁଝାଇବେ। ପ୍ରତ୍ୟେକ ଦଳ, ଦୈନିକ ଦୁଇଟି ଗାଁ ଗସ୍ତ କରି ପ୍ରତ୍ୟେକ ଗାଁ’ରେ ୨୫୦ ଜଣ ଚାଷୀଙ୍କୁ ଭେଟି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କର କୃଷକ କଲ୍ୟାଣ ଯୋଜନା ଗୁଡ଼ିକୁ ବୁଝାଇବା ସହ ବିଭିନ୍ନ କାର୍ଯ୍ୟକ୍ରମ, ପଦକ୍ଷେପ ଏବଂ ନୂତନ ଜ୍ଞାନ କୌଶଳର ପ୍ରୟୋଗାତ୍ମକ ଦିଗ ଗୁଡ଼ିକ ଉପରେ ଚାଷୀଭାଇ ଓ ଭଉଣୀମାନଙ୍କ ସହ ଆଲୋଚନା କରିବେ। ଗବେଷଣାଲବ୍ଧ କୃଷି ସୂଚନା କିପରି ଭାବରେ ଚାଷୀ ଭାଇ ଭଉଣୀମାନଙ୍କ ନିକଟରେ ପହଞ୍ଚିବ ସେ ବିଷୟରେ ପଦକ୍ଷେପ ନିଆଯିବ। ବିଶେଷ କରି ମୃତ୍ତିକାର ସ୍ଵାସ୍ଥ୍ୟ ପରୀକ୍ଷା, ମୃତ୍ତିକା ସ୍ଵାସ୍ଥ୍ୟକାର୍ଡର ବ୍ୟବହାରିତା, ସାର ପରିଚାଳନା, ଜଳବାୟୁ ପ୍ରତିରୋଧ କୃଷି ଇତ୍ୟାଦି ବିଷୟରେ ଚାଷୀମାନଙ୍କୁ ଅବଗତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେ ପୁଣି କହିଥିଲେ ଯେ, ଆମ ସରକାର, ରାଜ୍ୟର ଧାନଚାଷୀ ଭାଇ ଭଉଣୀମାନଙ୍କୁ ଉତ୍ତମ ମୂଲ୍ୟ ପ୍ରଦାନ କରିବା ଏବଂ ସେମାନଙ୍କୁ ସମାଜର ଆର୍ଥିକ ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ବିଭିନ୍ନ ଐତିହାସିକ ପଦକ୍ଷେପ ନେଇଛନ୍ତି । ଏହା କେବଳ ସମ୍ଭବ ହୋଇପାରିଛି ଆମ ସରକାରର କୃଷକ ଭାଇଭଉଣୀମାନଙ୍କ ପାଇଁ ନୂଆ ନୂଆ ଯୋଜନା ଏବଂ ଚାଷୀମାନଙ୍କ କଲ୍ୟାଣ ପାଇଁ ପ୍ରତିବଦ୍ଧତା ଭାବ ଯୋଗୁଁ । କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ କହିଥିଲେ ଯେ, ଓଡ଼ିଶା ରାଜ୍ୟ, ଆଜି ସାରା ଭାରତ ପାଇଁ ଏକ ଉଦାହରଣ ସୃଷ୍ଟି କରିଛି । ସମୃଦ୍ଧ କୃଷକ ଯୋଜନା ମାଧ୍ୟମରେ ସରକାର ଚାଷୀଙ୍କଠାରୁ ଧାନ କ୍ଵିଣ୍ଟାଲ ପିଛା ୩୧୦୦ ଟଙ୍କାରେ କ୍ରୟ କରୁଛନ୍ତି, ଯାହାକି ଧାନର ସର୍ବନିମ୍ନ ସହାୟକ ମୂଲ୍ୟଠାରୁ ୮୦୦ ଟଙ୍କା ଅଧିକ । ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ କାରଣ ଚାଷୀର ଆୟ ବଢିଲେ ଦେଶର ଆୟ ବଢେ। କେବଳ ଚାଷ କ୍ଷେତ୍ର ନୁହେଁ, ସୁଭଦ୍ରା ଭଳି ଯୋଜନା ଯୋଗୁଁ ଆଜି ରାଜ୍ୟର ଅନେକ ମହିଳା ଲାଭାନ୍ୱିତ। ମହିଳାଙ୍କର ସଶକ୍ତିକରଣ କଥା ହେଉ ଅବା କୃଷିର ଭିତ୍ତିଭୂମି ବିକାଶ, ସବୁଥିରେ ଓଡ଼ିଶା ସାରା ବିଶ୍ୱରେ ଦୃଷ୍ଟାନ୍ତ ହେବ, ଏହା ଆମର ବିଶ୍ୱାସ ବୋଲି କେନ୍ଦ୍ର କୃଷି ମନ୍ତ୍ରୀ କହିଥିଲେ। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ କହିଥିଲେ ଯେ, ‘ବିକଶିତ କୃଷି ସଂକଳ୍ପ ଅଭିଯାନ’ ଏକ ସ୍ୱତନ୍ତ୍ର ମାଧ୍ୟମ, କୃଷକ ମାନଙ୍କୁ ଯାନ୍ତ୍ରିକ ସଶକ୍ତ କରାଇବା ପାଇଁ। ଏହି ଅଭିଯାନ, ଓଡ଼ିଶାରୁ ଆରମ୍ଭ ହେଉଛି ଏବଂ ଏହାର ଉପଲବ୍ଧତା ଓଡ଼ିଶାର କୃଷକଙ୍କ ନିକଟରେ ପହଞ୍ଚିବ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ସତ୍ୟବାଦୀ ବିଧାୟକ ଓଁ ପ୍ରକାଶ ମିଶ୍ର, ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ର, ପ୍ରମୁଖ ଶାସନ ସଚିବ, କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗ, ଡକ୍ଟର ଅରବିନ୍ଦ କୁମାର ପାଢ଼ୀ ଏବଂ ଓୟୁଏଟିର କୁଳପତି, ପ୍ରଫେସର୍ ପ୍ରଭାତ କୁମାର ରାଉଳ ପ୍ରମୁଖ ଉପସ୍ଥିତ ଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଭାରତ ସରକାରଙ୍କ କୃଷି ଗବେଷଣା ଓ ଶିକ୍ଷା ବିଭାଗର ସଚିବ ତଥା ଭାରତୀୟ କୃଷି ଗବେଷଣା ପରିଷଦର ମହାନିର୍ଦ୍ଦେଶକ ଡକ୍ଟର ମଙ୍ଗିଲାଲ୍ ଜାଟ୍ ସ୍ୱାଗତ ଭାଷଣ ଦେଇଥିବା ବେଳେ କୃଷି ବିଭାଗ ନିର୍ଦ୍ଦେଶକ ଶୁଭମ ସକ୍ସେନା ଧନ୍ୟବାଦ ଦେଇଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!